Posted inଖେଳ

ଏସ୍‌ଆର ଅନ୍‌ଲାଇନ୍‌ ଚେସ୍‌: ତନ୍ମୟ ଚାମ୍ପିୟନ

ଭୁବନେଶ୍ୱର, ୧୨।୧(କ୍ରୀଡ଼ା ପ୍ରତିନିଧି):ଏସ୍‌ଆର ଚେସ୍‌ ସେଣ୍ଟର ଆନୁକୂଲ୍ୟରେ ସୋମବାର ଅନୁଷ୍ଠିତ ୨୫ତମ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଭୁବନେଶ୍ୱର ଷ୍ଟିଓ୍ବାର୍ଟ ସ୍କୁଲର ତନ୍ମୟ ତ୍ରିପାଠୀ ଚାମ୍ପିୟନ ହୋଇଛନ୍ତି। ୬ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ସେ ୫ ପଏଣ୍ଟ ପାଇ ପ୍ରଥମସ୍ଥାନ ଅଧିକାର କରିଥିଲେ। ରବୀନ୍ଦ୍ର କୁମାର ଓଝା (୪.୫) ରନର୍ସଅପ୍‌ ଏବଂ ତେଜାସ ଲୋହାନି (୪.୫) ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହା ବ୍ୟତୀତ ବିଭିନ୍ନ ବୟସ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଆରିନ ଅନ୍ବେଷ ସ୍ବାଇଁ, ପ୍ରତୀକ ଚୌରାସିଆ, ସଞ୍ଜୟ ପଟ୍ଟନାୟକ, ଶିବାଂଶ ମିଶ୍ର, ସାଇ ଅମୃତ ପରିଜା, ରିଶିତ ଦେବନାଥ, ଅଦିତି ମହାରଣା ପୁରସ୍କୃତ ହୋଇଛନ୍ତି। ସେଣ୍ଟରର ସମ୍ପାଦକ ସତ୍ୟରଞ୍ଜନ ପଟ୍ଟନାୟକ, ଡ. ମାନସ ରଞ୍ଜନ ମିଶ୍ର ଓ କୋଚ୍‌ ସତ୍ୟଜିତ ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ପ୍ରତିଯୋଗିତା ପରିଚାଳିତ ହୋଇଥିଲା।
ପ୍ରଶିକ୍ଷଣ ଆରମ୍ଭ
କୋଭିଡ ମହାମାରୀ କାରଣରୁ ବନ୍ଦଥିବା ଚେସ୍‌ ସେଣ୍ଟରରେ ଚଳିତମାସ ୧ ତାରିଖରୁ ପୁଣି ଟ୍ରେନିଂ ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ କୋଭିଡ ଗାଉଡଲାଇନ୍‌ ଅନୁସାରେ ଭୁବନେଶ୍ୱରର ସହିଦ ନଗରରେ ଶନିବାର ଓ ରବିବାର, କଟକ ବାଦାମବାଡ଼ିରେ ସୋମବାର ଓ ମଙ୍ଗଳବାର ଏବଂ ସିଡିଏଠାରେ ରବି, ସୋମ ଓ ମଙ୍ଗଳବାର ଚେସ୍‌ର ଗୁଣାତ୍ମକ ଶିକ୍ଷା ପ୍ରଦାନ କରାଯାଉଛି ବୋଲି ସତ୍ୟରଞ୍ଜନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri