Posted inଜାତୀୟ

ପାର୍ଥ ଚାଟାର୍ଜୀ, ଅର୍ପିତା ମୁଖାର୍ଜୀଙ୍କୁ ମିଳୁନି ଆଶ୍ୱସ୍ତି, ୩୧ ଅଗଷ୍ଟ ପର୍ଯ୍ୟନ୍ତ ରହିବେ ନ୍ୟାୟିକ ହେପାଜତରେ

କୋଲକାତା,୧୮ ।୮: ପଶ୍ଚିମବଙ୍ଗରେ ଶିକ୍ଷକ ଭର୍ତ୍ତି ଘୋଟାଲା ମାମଲାର ଯାଞ୍ଚ ଏବେବି ଜାରି ରହିଛି । ଏହି ମାମଲାରେ ଫସିଥିବା ପଶ୍ଚିମବଙ୍ଗର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସମ୍ପର୍କୀୟା ଅର୍ପିତା ମୁଖାର୍ଜୀଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳୁନହିଁ । ଉଭୟଙ୍କ ନ୍ୟାୟିକ ହେପାଜତ ବା ଜୁଡିସିଆଲ କଷ୍ଟୋଡିକୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି । ଶିକ୍ଷକ ଭର୍ତ୍ତି ମାମଲା ଘୋଟାଲାରେ ଗୁରୁବାର ଉଭୟ କୋର୍ଟରେ ହାଜର ହୋଇଥିଲେ । ଉଭୟଙ୍କ ନ୍ୟାୟିକ ହେପାଜତ ଆଜି ଶେଷ ହେଉଥିଲା । କୋର୍ଟରେ ହାଜର ହେବା ପରେ ପୁଣିଥରେ ଏମାନଙ୍କ ଜୁଡିସିଆଲ କଷ୍ଟୋଡିକୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ବଢାଇ ଦିଆଯାଇଛି ।

ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ସ୍ପେଶାଲ ପିଏମଏଲଏ କୋର୍ଟ ସ୍କୁଲ ସେବା ଆୟୋଗ ନିଯୁକ୍ତି ଘୋଟାଲାରେ ଗିରଫ ହୋଇଥିବା ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସମ୍ପର୍କୀୟା ଅର୍ପିତା ମୁଖାର୍ଜୀଙ୍କୁ ୧୪ ଦିନିଆ ଜୁଡିସିଆଲ କଷ୍ଟୋଡିରେ ପଠାଇ ଦେଇଥିଲେ । ଏବେ ପୁଣିଥରେ ଏମାନଙ୍କୁ ୩୧ ଅଗଷ୍ଟ ପର୍ଯ୍ୟନ୍ତ ଜୁଡିସିଆଲ କଷ୍ଟୋଡିକୁ ପଠାଇ ଦିଆଯାଇଛି । ସୂଚନା ମୁତାବକ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ପଚାଉଚରା ସମୟରେ ଅର୍ପିତାଙ୍କ ନିକଟରୁ ଅନେକ ତଥ୍ୟ ମିଳିଛି । ଉଭୟଙ୍କ ପଚରା ଉଚରାର ରେକର୍ଡିଂ ବି କରାଯାଇଛି । ତେବେ ଅର୍ପିତାଙ୍କ ଘରୁ ଜବତ ହୋଇଥିବା ଟଙ୍କା ପାର୍ଥଙ୍କର ବୋଲି ସେ କହିଥିବା ବେଳେ ଅର୍ପିତାଙ୍କୁ ଉକ୍ତ କୋଠରିକୁ ପ୍ରବେଶ ଅନୁମତି ନ ଥିବା ସେ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri