ବିଶ୍ୱସ୍ତରୀୟ ହେବ ଏସ୍‌ସିବି ମେଡିକାଲ କଲେଜ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ହେବ ନବକଳେବର। ୩୫୦୦ କୋଟି ଟଙ୍କା ବ୍ୟୟରେ ଏହାକୁ ଏକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ଚିକିତ୍ସା ପ୍ରତିଷ୍ଠାନରେ ପରିଣତ କରାଯିବ। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ଘୋଷଣା କରିଛନ୍ତି। ଏହି ଅନୁଷ୍ଠାନକୁ ଏକ ବିଶ୍ୱସ୍ତରୀୟ ଚିକିତ୍ସାନୁଷ୍ଠାନରେ ପରିଣତ କରିବା ଲକ୍ଷ୍ୟ ନେଇ ଏହି ପ୍ରକଳ୍ପ ୫-ଟି ଅଧୀନରେ କାର୍ଯ୍ୟକାରୀ କରାଯିବ। ୨୦୨୪ ଜାନୁୟାରୀ ସୁଦ୍ଧା ଏହାକୁ ଏମ୍ସ ପ୍ଲସ୍‌ରେ ପରିଣତ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ଏଠାରେ ସାଧାରଣ ଲୋକଙ୍କୁ ମିଳିବ ଉନ୍ନତ ଚିକିତ୍ସା ସୁବିଧା। ଏହି ଯୋଜନାର ଭିତ୍ତିଭୂମିର ବିକାଶ ସହିତ ବ୍ୟବସ୍ଥାରେ ମଧ୍ୟ ପରିବର୍ତ୍ତନ ଅଣାଯିବ। ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ସରକାରୀ ସ୍ତରରେ ଏହା ଦେଶର ସର୍ବ ବୃହତ୍‌ ପ୍ରକଳ୍ପ । ୫ ହଜାର ଶଯ୍ୟା ସହିତ ଡାକ୍ତର, ରୋଗୀ ଓ ଅନ୍ୟ ସ୍ବାସ୍ଥ୍ୟ କର୍ମଚାରୀମାନଙ୍କ ପାଇଁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବେଡ୍‌ରେ ରୋଗୀ, ତଳେ ମୃତଦେହ

କଟକ ଅଫିସ,୮।୫: ବେଡ୍‌ ଉପରେ ଚାଲିଛି ରୋଗୀ ଚିକିତ୍ସା, ତଳେ ପଡିଛି ମୃତଦେହ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କଟକ ଏସ୍‌ସିବି ମେଡିକାଲ କାଜୁଆଲ୍‌ଟିରେ। ଏହି...

ବିଦ୍ୟୁତ୍‌ ଶୁଳ୍କ ବୃଦ୍ଧିକୁ ବିରୋଧ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବର୍ଦ୍ଧିତ ବିଦ୍ୟୁତ୍‌ ଦେୟ ଦେଇ ରାଜ୍ୟବାସୀ ଶୋଷଣର ଶିକାର ହେବାକୁ ଯାଉଛନ୍ତି ବୋଲି ସମାଜବାଦୀ ପାର୍ଟି ପକ୍ଷରୁ ଅଭିଯୋଗ କରାଯାଇଛି। ଏନେଇ ଦଳର ରାଜ୍ୟ...

କଟକ ଦେବୀଗଡ଼ା ଲୋକାରଣ୍ୟ

କଟକ ଅଫିସ,୧୦ା୧୦: ଶାନ୍ତିଶୃଙ୍ଖଳାରେ ସରିଛି ଦୁର୍ଗାପୂଜା। ବିଭିନ୍ନ ମଣ୍ଡପରେ ପୂଜା ପାଉଥିବା ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା ଭସାଣି ମାଧ୍ୟମରେ ମେଲାଣି ନେଇଛନ୍ତି। ଦେବୀଗଡ଼ା ନିକଟରେ ହୋଇଥିବା...

ରେଜଲ୍ଟରେ ତ୍ରୁଟି ଥିଲେ ୨୩ ସୁଦ୍ଧା ଅଭିଯୋଗ

ଭୁବନେଶ୍ୱର,୧୪।୮(ବ୍ୟୁରୋ): ଚଳିତ ବର୍ଷ କରୋନା ଯୋଗୁ ଯୁକ୍ତ ୨ ପରୀକ୍ଷା ବାତିଲ କରାଯାଇଥିଲା। ଛାତ୍ରୀଛାତ୍ରଙ୍କୁ ଅଲଟରନେଟିଭ୍‌ ଆସେସମେଣ୍ଟ ସ୍କିମ୍‌ ଅନୁଯାୟୀ ମାର୍କ ପ୍ରଦାନ କରାଯାଇଛି। ରେଜଲ୍ଟରେ...

ନଦୀରେ ଭାସିଯାଇ ନାବାଳକଙ୍କ ମୃତ୍ୟୁ

ଭୁବନେଶ୍ୱର,୪ା୧୧(ବ୍ୟୁରୋ) : ମଞ୍ଚେଶ୍ୱର ଥାନା ଅଧୀନ କୂଆଖାଇ ନଦୀ କୂଳରେ ରବିବାର ଛଟପୂଜା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପୂଜାର୍ଚ୍ଚନା ଚାଲିଥିବାବେଳେ ଅସାବଧାନତା ବଶତଃ...

କରୋନା ମୃତ୍ୟୁ: ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ଶବ ସତ୍କାର

ଭୁବନେଶ୍ୱର, ୭।୪(ବ୍ୟୁରୋ)- କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି...

ଟ୍ୟାପ୍‌ରୁ ମିଳିବ ଶୁଦ୍ଧ ପାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା...

ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ: ଚିକିତ୍ସାରେ ଅବହେଳା ଯୋଗୁ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ, ୨୭।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ବଅଁରପାଳ ନୂଆହତା ଗ୍ରାମର...

Advertisement
Archives

Model This Week