Posted inଜାତୀୟ

ଏସ୍‌ଏସ୍‌ଏଫ୍‌: ବିନା ଓ୍ବାରେଣ୍ଟ୍‌ରେ କରିବ ତଲାସୀ

ଲକ୍ଷ୍ନୌ, ୧୪।୯: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ସ୍ପେଶାଲ ସିକ୍ୟୁରିଟି ଫୋର୍ସ(ଏସ୍‌ଏସ୍‌ଏଫ୍‌) ଗଠନ କରିଛନ୍ତି।  ବିନା ଓ୍ବାରେଣ୍ଟରେ ଯେକୌଣସି ସ୍ଥାନରେ ତଲାସୀ ନେବା ସହିତ ଅପରାଧୀଙ୍କୁ ଗିରଫ କରିବା ଅଧିକାର ଏସ୍‌ଏସ୍‌ଏଫ୍‌ର ରହିବ। ଏସ୍‌ଏସ୍‌ଏଫ୍‌ ଗଠନ କରିବା ଆଦିତ୍ୟନାଥ ଏକ ଡ୍ରିମ୍‌ ପ୍ରୋଜେକ୍ଟ ବୋଲି କୁହାଯାଉଛି। ଏସ୍‌ଏସ୍‌ଏଫ୍‌କୁ ଶିଳ୍ପ ସଂସ୍ଥା, ବିମାନ ବନ୍ଦର, ମେଟ୍ରୋ ଏବଂ କୋର୍ଟରେ ମୁତୟନ କରାଯିବ। ଏହା ଜଣେ ଏଡିଜିସ୍ତରୀୟ ଅଧିକାରୀଙ୍କ ନେତୃତ୍ୱରେ କାର୍ଯ୍ୟ କରିବ। ୨୦୧୯ ଜୁନ୍‌ରେ ବାର୍‌ କାଉନସିଲ୍‌ ଅଧ୍ୟକ୍ଷ ଦରବେଶ କୁମାରୀ ଯାଦବଙ୍କୁ ଆଗ୍ରାସ୍ଥିତ କୋର୍ଟ ପରିସରରେ ତାଙ୍କ ଚ୍ୟାମ୍ବରରେ ଗୁଳି କରି ହତ୍ୟା କରାଯାଇଥିଲା। ତାଙ୍କ ସହଯୋଗୀ ଏପରି କରିଥିଲେ। ସେହିପରି ୨୦୧୯ ଡିସେମ୍ବର ୧୭ରେ କିଛି ଅପରାଧୀ ଚିଫ୍‌ ଜୁଡ଼ିସିଆଲ୍‌ ମାଜିଷ୍ଟ୍ରେଟ୍‌ଙ୍କ କୋର୍ଟରେ ପଶି ହତ୍ୟା ଅଭିଯୁକ୍ତଙ୍କୁ ଗୁଳି କରିଥିଲେ। ଏଥିରେ ୨ ଜଣ ପୋଲିସ ଏବଂ କୋର୍ଟର ଜଣେ କର୍ମଚାରୀ ଆହତ ହୋଇଥିଲେ। ଏହା ପୂର୍ବରୁ ମଧ୍ୟ ଏଭଳି ଆପରାଧୀକ ମାମଲା ଘଟିଥିଲା। ଅପରାଧୀଙ୍କ ମନରେ ଆଇନ କାନୁନ ପ୍ରତି ଭୟ ନ ଥିବା ଏଥିରୁ ପ୍ରତିପାଦିତ ହୋଇଥିଲା। ଏହାପରେ ମୁଖ୍ୟମନ୍ତ୍ରୀ ଏସ୍‌ଏସ୍‌ଏଫ୍‌ ଗଠନ ପାଇଁ ଚିନ୍ତା କରିଥିଲେ। ଏସ୍‌ଏସ୍‌ଏଫ୍‌ ଦ୍ୱାରା ଅପରାଧୀଙ୍କ ମଧ୍ୟରେ ଭୟ ସୃଷ୍ଟି କରାଯାଇ ପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri