Posted inଜାତୀୟ

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା ପାଇ ଏସ୍‌ଏସ୍‌ପି ଅ।ଇଜିଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।

ସ୍ଥାନୀୟ ପୋଲିସ୍‌ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ଏହି ଯବାନ ଜଣକ ଅମ଼୍େବଦକର ନଗର ଅଞ୍ଚଳର । ବୁଧବାର ସକାଳୁ ସକାଳୁ ଗୁଳି ଚାଳନାର ଶବ୍ଦରେ ମନ୍ଦିରର ପରିସରରେ ଆତଙ୍କ ଖେଳିଯାଇଥିଲା । ପରେ ଏହି ଯବାନଙ୍କ ଦେହରେ ଗୁଳି ଲାଗିଥବା ଜଣାପ଼ଡ଼ିଥିଲା । ଯବାନଙ୍କ ନାମ ଶତ୍ରୁଘ୍ନ ବିଶ଼୍ବକର୍ମା ହୋଇଥିବା ବେଳେ ତାଙ୍କୁ ୨୫ ବର୍ଷ ବୟସ ବୋଲି ଜଣାପଡ଼ିଛି ।

ଶତ୍ରୁଘ୍ନଙ୍କ ଦେହରେ ଗୁଳି ବାଜିବା ପରେ ସାଥୀ ଯବାନମାନେ ତାଙ୍କ ନିକଟକୁ ଦୌଡ଼ିଯାଇଥିଲେ । ସଙ୍ଗେସଙ୍ଗେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଟ୍ରମାକେୟାରକୁ ରେଫର କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri