Posted inଜାତୀୟ

ଅଯୋଧ୍ୟା ରାମ ମନ୍ଦିର ସୁରକ୍ଷାରେ ନିୟୋଜିତ ଯବାନଙ୍କୁ ଗୁଳି

ନୂଆଦିଲ୍ଲୀ, ୧୯।୬: ଅଯୋଧ୍ୟା ରାମ ମନ୍ଦିରର ସୁରକ୍ଷାରେ ନିୟୋଜିତ ଥିବା ସ୍ପେଶାଲ ସିକ୍ୟୁରିଟି ଫୋର୍ସର ଜଣେ ଯବାନଙ୍କର ସନ୍ଦିଗ୍ଧ ଅବସ୍ଥାରେ ଗୁଳି ଲାଗିବାରୁ ମୃତ୍ୟୁ ହୋଇଛି । ଗୁଳି କେଉଁ ପରିସ୍ଥିତିରେ ତାଙ୍କ ଦେହରେ ବାଜିଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ସୂଚନା ପାଇ ଏସ୍‌ଏସ୍‌ପି ଅ।ଇଜିଙ୍କ ସହ ଅନ୍ୟାନ୍ୟ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଛନ୍ତି ।

ସ୍ଥାନୀୟ ପୋଲିସ୍‌ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଥିବା ଜଣାପଡ଼ିଛି । ମିଳିଥିବା ସୂଚନା ଅନୁସାରେ ଏହି ଯବାନ ଜଣକ ଅମ଼୍େବଦକର ନଗର ଅଞ୍ଚଳର । ବୁଧବାର ସକାଳୁ ସକାଳୁ ଗୁଳି ଚାଳନାର ଶବ୍ଦରେ ମନ୍ଦିରର ପରିସରରେ ଆତଙ୍କ ଖେଳିଯାଇଥିଲା । ପରେ ଏହି ଯବାନଙ୍କ ଦେହରେ ଗୁଳି ଲାଗିଥବା ଜଣାପ଼ଡ଼ିଥିଲା । ଯବାନଙ୍କ ନାମ ଶତ୍ରୁଘ୍ନ ବିଶ଼୍ବକର୍ମା ହୋଇଥିବା ବେଳେ ତାଙ୍କୁ ୨୫ ବର୍ଷ ବୟସ ବୋଲି ଜଣାପଡ଼ିଛି ।

ଶତ୍ରୁଘ୍ନଙ୍କ ଦେହରେ ଗୁଳି ବାଜିବା ପରେ ସାଥୀ ଯବାନମାନେ ତାଙ୍କ ନିକଟକୁ ଦୌଡ଼ିଯାଇଥିଲେ । ସଙ୍ଗେସଙ୍ଗେ ତାଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଟ୍ରମାକେୟାରକୁ ରେଫର କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

ବଡ଼ ଦୁର୍ଘଟଣା: ବାଗଳାମୁଖୀରୁ ଫେରୁଥିବା ବେଳେ ନାଳରେ ଭାସିଯାଇ ୭ ଓଡ଼ିଆ ଶ୍ରଦ୍ଧାଳୁଙ୍କ ସମେତ ୮ମୃତ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶର ନାଲଖେଡା ସ୍ଥିତ ମା’ ବଗଳାମୁଖୀ ମନ୍ଦିର ନିକଟରେ ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ କାରକୁ ଏକ ନାଳ ଭସାଇ ନେଇଥିଲା। ଏହି ଘଟଣାରେ କାରରେ…

Video: ଭାବ ବିହ୍ବଳ ହୋଇ ଖୁବ କାନ୍ଦିଲେ ଚରାଗ ପାଶଓ୍ବାନ

ମୁମ୍ବାଇ,୧୯।୯: ଭକ୍ତମାନଙ୍କ ପାଇଁ ଗଣପତି ବାପ୍ପାଙ୍କୁ ବିଦାୟ ଦେବାର ମୁହୂର୍ତ୍ତଟି ଅତ୍ୟନ୍ତ ଭାବପୂର୍ଣ୍ଣ ହୋଇଥାଏ। କେନ୍ଦ୍ରମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଳାସ)ର ନେତା ଚିରାଗ…

ଦିଲ୍ଲୀ ଗଣବଳାତ୍କାରକୁ ନେଇ ବର୍ଷିଲେ ରାହୁଲ-ପ୍ରିୟଙ୍କା, ପୋଲିସକୁ ଟାର୍ଗେଟ୍‌ କରି କହିଲେ ପ୍ରତିଦିନ…

ନୂଆଦିଲ୍ଲୀ,୧୯ା୯: ଦିଲ୍ଲୀର ସ୍ବରୂପ ନଗରରେ ଜଣେ ନାବାଳିକାଙ୍କୁ ପ୍ରଥମେ ବଳାତ୍କାର ଏବଂ ପରେ ନିର୍ମମ ଭାବରେ ହତ୍ୟା କରାଯାଇଛି। ଏହି ମାମଲାରେ ପୋଲିସ ୧୯ ବର୍ଷୀୟ ଯୁବକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?