ଏସ୍‌ଟି ମୋର୍ଚ୍ଚା ଟିମ୍‌ ଘୋଷଣାକଲା ଭାଜପା

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି। ରାଜ୍ୟ ଉପସଭାପତି ଭାବେ ଗୋବର୍ଦ୍ଧନ ଭୁଏ, ହୋମସିଂହ ମାଝି, ମମିତା ନାଏକ, ଫାଗୁ ହାଁସଦା, ବିଜୟ ଦିଶାରୀ, କର୍ମତୀ ଓରାମଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ଭାବେ କୈଳାସ ଚନ୍ଦ୍ର ନାୟକ ଓ ରାମଚନ୍ଦ୍ର ହାଁସଦାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ରାଜ୍ୟ ସମ୍ପାଦକ ଭାବେ ବିଦ୍ୟାଧର ଶବର, ଜଳନ୍ଧର ନାୟକ, ବାସନ୍ତୀ ମାଝି, ହୃଷୀକେଶ ଦେହୁରୀ, ବିହାରୀ ମାଝି, ଶିବ ମୁଦୁଲିଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଦଳ କୋଷାଧ୍ୟକ୍ଷ ଭାବେ ସାମଲ ନାଏକ, କାର୍ଯ୍ୟାଳୟ ସମ୍ପାଦକ ଭାବେ ଧ୍ରୁବ କାଲୋ ଏବଂ ଗଣମାଧ୍ୟମ ସଂଯୋଜକ ଭାବେ ସିଦ୍ଧାର୍ଥ ସିଂହଙ୍କୁ ଦାୟିତ୍ୱ ଦିଆଯାଇଛି। ସାମାଜିକ ଗଣମାଧ୍ୟମ ସଂଯୋଜକ, ସଂଯୋଜକ ଏବଂ ସହ ସଂଯୋଜକ ଭାବେ ୩ ଜଣଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟାଯାଇଛି। ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ଏମ୍‌ପି ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଧାୟକ ମୋହନ ମାଝି, ରବିନାରାୟଣ ନାଏକ, ସୁକେଶୀ ଓରାମ, ଭାସ୍କର ମଢେଇ, କାଳିରାମ ମାଝି, କୁସୁମ ଟେଟେ, ଶଙ୍କର ଓରାମ, ନବଚରଣ ମାଝି ପ୍ରମୁଖଙ୍କୁ ମନୋନୀତ କରାଯାଇଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ୪୫ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ କୃଷକ ମୋର୍ଚ୍ଚାର ୧୪ ଜଣିଆ ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri