ଏସ୍‌ଟି ମୋର୍ଚ୍ଚା ଟିମ୍‌ ଘୋଷଣାକଲା ଭାଜପା

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା କରିଛନ୍ତି। ରାଜ୍ୟ ଉପସଭାପତି ଭାବେ ଗୋବର୍ଦ୍ଧନ ଭୁଏ, ହୋମସିଂହ ମାଝି, ମମିତା ନାଏକ, ଫାଗୁ ହାଁସଦା, ବିଜୟ ଦିଶାରୀ, କର୍ମତୀ ଓରାମଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସାଧାରଣ ସମ୍ପାଦକ ଭାବେ କୈଳାସ ଚନ୍ଦ୍ର ନାୟକ ଓ ରାମଚନ୍ଦ୍ର ହାଁସଦାଙ୍କୁ ଦାୟିତ୍ୱ ମିଳିଥିବା ବେଳେ ରାଜ୍ୟ ସମ୍ପାଦକ ଭାବେ ବିଦ୍ୟାଧର ଶବର, ଜଳନ୍ଧର ନାୟକ, ବାସନ୍ତୀ ମାଝି, ହୃଷୀକେଶ ଦେହୁରୀ, ବିହାରୀ ମାଝି, ଶିବ ମୁଦୁଲିଙ୍କୁ ନିଯୁକ୍ତି ଦିଆଯାଇଛି। ସେହିପରି ଦଳ କୋଷାଧ୍ୟକ୍ଷ ଭାବେ ସାମଲ ନାଏକ, କାର୍ଯ୍ୟାଳୟ ସମ୍ପାଦକ ଭାବେ ଧ୍ରୁବ କାଲୋ ଏବଂ ଗଣମାଧ୍ୟମ ସଂଯୋଜକ ଭାବେ ସିଦ୍ଧାର୍ଥ ସିଂହଙ୍କୁ ଦାୟିତ୍ୱ ଦିଆଯାଇଛି। ସାମାଜିକ ଗଣମାଧ୍ୟମ ସଂଯୋଜକ, ସଂଯୋଜକ ଏବଂ ସହ ସଂଯୋଜକ ଭାବେ ୩ ଜଣଙ୍କ ମଧ୍ୟରେ ଦାୟିତ୍ୱ ବଣ୍ଟାଯାଇଛି। ସ୍ଥାୟୀ ନିମନ୍ତ୍ରିତ ସଦସ୍ୟ ଭାବେ ଏମ୍‌ପି ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ, ବିଧାୟକ ମୋହନ ମାଝି, ରବିନାରାୟଣ ନାଏକ, ସୁକେଶୀ ଓରାମ, ଭାସ୍କର ମଢେଇ, କାଳିରାମ ମାଝି, କୁସୁମ ଟେଟେ, ଶଙ୍କର ଓରାମ, ନବଚରଣ ମାଝି ପ୍ରମୁଖଙ୍କୁ ମନୋନୀତ କରାଯାଇଥିବା ବେଳେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ୪୫ ଜଣଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ୱର ସାହୁ କୃଷକ ମୋର୍ଚ୍ଚାର ୧୪ ଜଣିଆ ରାଜ୍ୟ ସଂଯୋଜକଙ୍କ ନାମ ତାଲିକା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଛାଡ଼ିଲେ ଦୁଲାଲ

ଭୁବନେଶ୍ୱର,୨୯ା୪: କଂଗ୍ରେସରୁ ସୋମବାର ଇସ୍ତଫା ଦେଇଛନ୍ତି ଦୁଲାଲ ପ୍ରଧାନ। ରବିବାର ଦୁଲାଲଙ୍କଠାରୁ ତାଙ୍କ ଟିକେଟ୍‌ ଫେରାଇ ନେବା ପରେ ସେ ଦଳ ଛାଡ଼ିଛନ୍ତି। ଦୁଲାଲ ତାଙ୍କର...

ଘାଟିରୁ ଖସିଲା ପେପର ରୋଲ୍‌ ବୋଝେଇ ଟ୍ରକ୍‌: ଡ୍ରାଇଭର, ହେଲପର ଆହତ

ଖଲ୍ଲିକୋଟ,୨୯ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର ବଡ଼ଘାଟିରେ ସୋମବାର ଭାରସାମ୍ୟ ହରାଇ ୫୦ଫୁଟ ତଳକୁ ଏକ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ଆଜି ପ୍ରାର୍ଥିପତ୍ର ଦାଖଲ କରିବେ ବର୍ଷା, ବାପାଙ୍କ ସମାଧିପୀଠରେ ପୂଜାର୍ଚ୍ଚନା କରି ହେଲେ ଭାବବିହ୍ବଳ

ପଦ୍ମପୁର,୨୯ା୪(ପ୍ରଦୀପ୍ତ ଦାଶ): ସୋମବାର ପଦ୍ମପୁର ନିର୍ବାଚନ ମଣ୍ଡଳୀର ବିଧାୟିକା ବର୍ଷା ସିଂ ବରିହା ତାଙ୍କ ନାମାଙ୍କନପତ୍ର ଦାଖଲ କରିବା କାର୍ଯ୍ୟକ୍ରମ ରହିଥିବାବେଳେ ସକାଳୁ ସକାଳୁ ପଦ୍ମପୁରସ୍ଥିତ...

ଉପକୂଳ ଓଡ଼ିଶାରେ ବହିବ ସାମୁଦ୍ରିକ ଝଡ଼

ଭୁବନେଶ୍ୱର,୨୯ା୪: ସୋମବାର ସକାଳ ସାଢ଼େ ୮ଟା ସୁଦ୍ଧା ବିଭିନ୍ନ ସ୍ଥାନର ତାପମାତ୍ରା ରେକର୍ଡ କରାଯାଇଛି। ବାରିପଦାରେ ତାପମାତ୍ରା ୩୬ ଡିଗ୍ରୀ ଥିବା ବେଳେ ବାଲେଶ୍ୱରରେ ୩୬,...

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri