ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର

କଟକ,୭।୩: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ STA ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ କରିଛି।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ସ୍ଥାନରେ ଚଢାଉ କରିଥିଲା। ଚଢାଉ ବେଳେ ଭିଜିଲାନ୍ସ STA ଯୁଗ୍ମ କମିଶନର ପ୍ରଦୀପଙ୍କ ଘରୁ ବିଡ଼ା ବିଡ଼ା ଟଙ୍କା ସହ ବିଭିନ୍ନ ଆକର୍ଷଣୀୟ ସୁନା ଅଳଙ୍କାର ଏବଂ ସୁନା ବିସ୍କୁଟ୍‌ ଜବତ କରିଥିଲା। ଏପରି କି ଚଢାଉ ବେଳେ ତାଙ୍କର ସେ ମାଳମାଳ ପ୍ଲଟ୍‌ କଣିଥିବା ଜଣାପଡିଛି। କେବଳ ଏତିକି ନୁହେଁ, ପ୍ରଦୀପ ଅବସର ସମୟ କାଟିବାକୁ ମାଣେ ଜାଗାରେ ଏକ ଫାର୍ମ ହାଉସ କରିଥିବା ଜଣାପଡିଛି। ବର୍ତ୍ତମାନ ଏକ ବହୁତଳ ପ୍ରାସାଦ ନିର୍ମାଣ ଚାଲିଥିବା ତଦନ୍ତ ବେଳେ ସାମ୍‌ନାକୁ ଆସିଛି।

ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଯୁଗ୍ମ କମିଶନର(ସଡ଼କ ସୁରକ୍ଷା) ପ୍ରଦୀପ କୁମାର ମହାନ୍ତି ସୋମବାର ଭିଜିଲାନ୍ସ ଜାଲରେ ଧରା ପଡ଼ିବା ପରେ ତାଙ୍କ ସମ୍ପତ୍ତି ସାମ୍ରାଜ୍ୟର ଗୁମର ପଦାକୁ ଆସିଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକର ମୋଟ ୯ଟି ସ୍ଥାନରେ ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିଲା।

ଯାଞ୍ଚ ହୋଇଥିବା ସ୍ଥାନ ମଧ୍ୟରେ ପ୍ରଦୀପଙ୍କ ଭୁବନେଶ୍ୱର ମୈତ୍ରୀବିହାରସ୍ଥିତ ବାସଭବନ, ଖୋର୍ଦ୍ଧା ଜିଲା ଟାଙ୍ଗିସ୍ଥିତ ପୈତୃକ ଘର, ପୁରୀ ଟାଉନସ୍ଥିତ ସମ୍ପର୍କୀୟଙ୍କ ଘର, କଟକସ୍ଥିତ ଅଫିସ ଆଦି ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ କୋର୍ଟଙ୍କ ପକ୍ଷରୁ ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri