ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରି ଗିରଫ ହେଲେ STA ଯୁଗ୍ମ କମିଶନର

କଟକ,୭।୩: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ କଟକ STA ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଶୁକ୍ରବାର ଗିରଫ କରିଛି। ଭିଜିଲାନ୍ସ ତାଙ୍କ ଘରୁ ୨ କେଜି ୧୦୦ ଗ୍ରାମ ସୁନା ଅଳଙ୍କାର ସହ ୧୭ ଲକ୍ଷ ଟଙ୍କା ଠାବ କରିଛି।

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ସ୍ଥାନରେ ଚଢାଉ କରିଥିଲା। ଚଢାଉ ବେଳେ ଭିଜିଲାନ୍ସ STA ଯୁଗ୍ମ କମିଶନର ପ୍ରଦୀପଙ୍କ ଘରୁ ବିଡ଼ା ବିଡ଼ା ଟଙ୍କା ସହ ବିଭିନ୍ନ ଆକର୍ଷଣୀୟ ସୁନା ଅଳଙ୍କାର ଏବଂ ସୁନା ବିସ୍କୁଟ୍‌ ଜବତ କରିଥିଲା। ଏପରି କି ଚଢାଉ ବେଳେ ତାଙ୍କର ସେ ମାଳମାଳ ପ୍ଲଟ୍‌ କଣିଥିବା ଜଣାପଡିଛି। କେବଳ ଏତିକି ନୁହେଁ, ପ୍ରଦୀପ ଅବସର ସମୟ କାଟିବାକୁ ମାଣେ ଜାଗାରେ ଏକ ଫାର୍ମ ହାଉସ କରିଥିବା ଜଣାପଡିଛି। ବର୍ତ୍ତମାନ ଏକ ବହୁତଳ ପ୍ରାସାଦ ନିର୍ମାଣ ଚାଲିଥିବା ତଦନ୍ତ ବେଳେ ସାମ୍‌ନାକୁ ଆସିଛି।

ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଯୁଗ୍ମ କମିଶନର(ସଡ଼କ ସୁରକ୍ଷା) ପ୍ରଦୀପ କୁମାର ମହାନ୍ତି ସୋମବାର ଭିଜିଲାନ୍ସ ଜାଲରେ ଧରା ପଡ଼ିବା ପରେ ତାଙ୍କ ସମ୍ପତ୍ତି ସାମ୍ରାଜ୍ୟର ଗୁମର ପଦାକୁ ଆସିଛି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପଙ୍କ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକର ମୋଟ ୯ଟି ସ୍ଥାନରେ ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଇଥିଲା।

ଯାଞ୍ଚ ହୋଇଥିବା ସ୍ଥାନ ମଧ୍ୟରେ ପ୍ରଦୀପଙ୍କ ଭୁବନେଶ୍ୱର ମୈତ୍ରୀବିହାରସ୍ଥିତ ବାସଭବନ, ଖୋର୍ଦ୍ଧା ଜିଲା ଟାଙ୍ଗିସ୍ଥିତ ପୈତୃକ ଘର, ପୁରୀ ଟାଉନସ୍ଥିତ ସମ୍ପର୍କୀୟଙ୍କ ଘର, କଟକସ୍ଥିତ ଅଫିସ ଆଦି ରହିଛି। ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ କୋର୍ଟଙ୍କ ପକ୍ଷରୁ ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri