ଇଞ୍ଜିନିୟରିଂ ଛାତ୍ରୀଙ୍କୁ ଛୁରାମାଡ଼

କଟକ ଅଫିସ,୨ା୧୧: କଟକ ଜିଲା ସଦର ଥାନା ଅନ୍ତର୍ଗତ ପ୍ରତାପନଗରୀଠାରେ ଜଣେ ଯୁବକଙ୍କ ଏକତରଫା ପ୍ରେମର କରୁଣ ପରିସ୍ଥିତି ମଙ୍ଗଳବାର ଦେଖିବାକୁ ମିଳିଛି। ସମ୍ପୃକ୍ତ ଯୁବକଙ୍କ ଛୁରାମାଡ଼ରେ ଜଣେ ଇଞ୍ଜିନିୟରିଂ ଛାତ୍ରୀ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ତାଙ୍କୁ ସ୍ଥାନୀୟ ମହୀଧରପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଏ ନେଇ ଛାତ୍ରୀ ଜଣକ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୪୮୫/୨୨)ରୁଜୁ କରି ତଦନ୍ତ ଚଳାଇଛି। ଅଭିଯୋଗ ଅନୁଯାୟୀ, ପ୍ରତାପନଗରୀ ଅଞ୍ଚଳର ସତ୍ୟରଞ୍ଜନ ବେହେରା ଏକତରଫା ଭାବେ ସମ୍ପୃକ୍ତା ଛାତ୍ରୀଙ୍କୁ ଭଲ ପାଉଥିଲେ। ବିବାହର ପ୍ରତିଶ୍ରୁତି ଦେଇ ସେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବାକୁ ଚାହୁଁଥିଲେ। ହେଲେ ଛାତ୍ରୀ ଜଣକ ଏଥିରେ ରାଜି ନ ହେବାରୁ ସେ ତାଙ୍କୁ ମରଣାନ୍ତକ ଆକ୍ରମଣ କରି ଜୀବନରୁ ମାରିଦେବାକୁ ଯୋଜନା କରିଥିଲେ। ଛାତ୍ରୀ ଜଣକ ଏକ ଟ୍ରେନିଂ କାର୍ଯ୍ୟକ୍ରମରେ ଯୋଗଦେଇ ମଙ୍ଗଳବାର ଅପରାହ୍ନ ପ୍ରାୟ ୨ଟାରେ ପ୍ରତାପନଗରୀଠାରେ ବସ୍‌ରୁ ଓହ୍ଲାଇଥିଲେ। ପରେ ଚାଲି ଚାଲି ତାଙ୍କ ଘରକୁ ଯାଉଥିଲେ। ଏହି ସମୟରେ ସତ୍ୟରଞ୍ଜନ ଏକ ବୁଲେଟ୍‌ରେ ଆସି ପହଞ୍ଚିବା ପରେ ଛାତ୍ରୀଙ୍କୁ ଟଣାଓଟରା ସହ ଦୁର୍ବ୍ୟବହାର କରିଥିଲେ। ଛାତ୍ରୀ ଜଣକ ଏହାର ପ୍ରତିବାଦ କରିବାରୁ ସେ ପାଖରେ ରଖିଥିବା ଏକ ଧାରୁଆ ଛୁରିରେ ତାଙ୍କୁ ଆକ୍ରମଣ କରିଥିଲେ। ଫଳରେ ଛାତ୍ରୀଙ୍କ ହାତ ଓ ଜଂଘରେ ଗଭୀର କ୍ଷତ ସୃଷ୍ଟି ହୋଇ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସମ୍ପୃକ୍ତା ଛାତ୍ରୀ ଅନୁସୂଚିତ ଜାତିର ହୋଇଥିବାରୁ ଆକ୍ରମଣ କରିବାବେଳେ ସେ ତାଙ୍କୁ ଜାତିଆଣ ଆକ୍ଷେପ କରି ଜୀବନରୁ ମାରିଦେବାକୁ ଧମକ ଦେଇଥିଲେ। ଛାତ୍ରୀ ଜଣକ ଯନ୍ତ୍ରଣାରେ ଚିତ୍କାର କରୁଥିବାବେଳେ ସତ୍ୟରଞ୍ଜନ ଗାଡ଼ି ନେଇ ଖସି ପଳାଇଥିଲେ। ଥାନାଧିକାରୀ ରଶ୍ମିରଞ୍ଜନ ମହାପାତ୍ର କହିଛନ୍ତି, ଅଭିଯୋଗ ଆଧାରରେ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି। ଆକ୍ରମଣକାରୀ ଯୁବକ ଫେରାର ହୋଇଯାଇଛନ୍ତି। ଖୁବ୍‌ଶୀଘ୍ର ତାଙ୍କୁ ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?