ଗୁଣି ସନ୍ଦେହରେ ବୃଦ୍ଧାଙ୍କୁ ଛୁରାମାଡ଼

ରାୟଗଡ଼ା,୧୯।୧(ଆଶିଷ ରଞ୍ଜନ ପଣ୍ଡା): ଗୁଣି କରୁଥିବା ସନ୍ଦେହରେ ରାୟଗଡ଼ା ସହର ମାଙ୍କଡ଼ଝୋଲା ବସ୍ତିରେ ରବିବାର ଜଣେ ବୃଦ୍ଧାଙ୍କୁ ଛୁରାମାଡ଼ ହୋଇଛି। ନଦୀପଠାରେ ପଡ଼ିଥିବା ବୃଦ୍ଧାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜକୁ ସ୍ଥାନାନ୍ତର କରିଛନ୍ତି। ଆହତ ବୃଦ୍ଧା ହେଲେ ଖାଲିମଣି ଜାନି(୬୯)।

ଘଟଣାରୁ ପ୍ରକାଶ, ରାୟଗଡ଼ା ସହର ମାଙ୍କଡ଼ଝୋଲା ବସ୍ତିର ବାଲୁ ଝୋଡ଼ିଆ ଓ ବେଜୁ ଜାନି ଶନିବାର ରାତି ପ୍ରାୟ ୧୦ ଟାରେ ଖାଲିମଣିଙ୍କ ଘରକୁ ଯାଇ ତାଙ୍କୁ ଡାକି ନେଇଥିଲେ। ସେ ଘରୁ ବାହାରକୁ ଆସିବା ପରେ ଗୁଣିଗାରେଡି ଘଟଣାକୁ ନେଇ କିଛି ସମୟ ସେମାନଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ପରେ ଏକ ଛୁରିରେ ଖାଲିମଣିଙ୍କୁ ଆକ୍ରମଣ କରି ଘୋଷାରି ନେଇ ନିକଟସ୍ଥ ନାଗାବଳୀ ନଦୀପଠାରେ ଫିଙ୍ଗି ଦେଇଥିଲେ। ଏହି କାଣ୍ଡ ଭିଆଇବା ପରେ ଉଭୟେ ସେଠାରୁ ଫେରାର ହୋଇଯାଇଥିଲେ।

ବସ୍ତି ଲୋକେ ଖାଲିମଣିଙ୍କୁ ଦେଖି ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ସୂଚନା ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଫେରାର ୨ ଅଭିଯୁକ୍ତଙ୍କୁ ଖୁବ୍‌ଶୀଘ୍ର ଗିରଫ କରାଯିବ ବୋଲି ଆଇଆଇସି କେକେବିକେ କହଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri