କିନ୍ନରଙ୍କୁ ଛୁରି ଭୁସି ହତ୍ୟା, ମୀରା ପରିଡ଼ା କହିଲେ…

ପୁରୁଣା ଭୁବନେଶ୍ୱର/ପିପିଲି,୨ା୨(ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର/ପ୍ରଭାତ ମହାପାତ୍ର): ପୁରୀ-ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥର ମଧୁର ମତ୍ସ୍ୟ ଗବେଷଣା ଅନୁସନ୍ଧାନ କେନ୍ଦ୍ର (ସିଫା) ନିକଟରେ ରବିବାର ଜଣେ କିନ୍ନରଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କଟକ ଜିଲା ସାଲେପୁର ଅଞ୍ଚଳର ଦିନେଶ ଓରଫ୍‌ ସୋନାକ୍ଷୀ। ସେ ଭୁବନେଶ୍ୱରରେ ଭଡ଼ାଘରେ ରହୁଥିଲେ। ତେବେ ହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଖବରପାଇ ପିପିଲି ଥାନା ଆଇଆଇସି ସୌମେନ୍ଦ୍ର ତ୍ରିପାଠୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ସୂଚନା ମୁତାବକ, ସିଫା ନିକଟ ରାସ୍ତାରେ ରାତି ପ୍ରାୟ ୮ଟାରେ ସୋନାକ୍ଷୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିରହିଥିଲେ। କିଛି ସମୟ ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଅନ୍ୟ ସହଯୋଗୀମାନେ ଦେଖି ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅନ୍ୟପକ୍ଷରେ ଏନେଇ କିନ୍ନର ନେତ୍ରୀ ମୀରା ପରିଡ଼ା ପୁଣି ରାଗିଛନ୍ତି। ବାରମ୍ବାର କିନ୍ନରମାନଙ୍କ ଉପରେ ଏଭଳି ଆକ୍ରମଣ ଘଟଣା ନିନ୍ଦନୀୟ। ତୁରନ୍ତ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସେ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!

ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି…

ଭୟାବହ ଅଗ୍ନିକାଣ୍ଡ: ଜଳିଲା ରାଇସ୍‌ ମିଲ୍‌, ଧୂପ କାରଖାନା

ବନ୍ତ,୧୦।୫(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ତହସିଲ ଅନ୍ତର୍ଗତ  ନିଳୋକ କୁମ୍ଭାରିଆ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି। ସର୍ଟ…

କର୍ନାଟକ କ୍ୟାବିନେଟ ମନ୍ତ୍ରୀ ଡି. ସୁଧାକରଙ୍କ ଦେହାନ୍ତ, ହସ୍ପିଟାଲରେ ହେଉଥିଲା ଚିକିତ୍ସା

ବେଙ୍ଗାଲୁରୁ,୧୦।୫: କର୍ନାଟକର ମନ୍ତ୍ରୀ ଏବଂ କଂଗ୍ରେସ ନେତା ଡି. ସୁଧାକରଙ୍କ ଦେହାନ୍ତ ହୋଇଛି। ସେ ବହୁ ସମୟ ଧରି ଚିକିତ୍ସାଧୀନ ଥିଲେ। ଏହି ଅବସରରେ, ଉପମୁଖ୍ୟମନ୍ତ୍ରୀ ଡି.କେ.…

ପୂର୍ବତନ IAS ସୁବ୍ରତ ଗୁପ୍ତା ବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ନିଯୁକ୍ତ, ନିର୍ବାଚନରେ ଗ୍ରହଣ କରିଥିଲେ ଗୁରୁତ୍ୱପୂର୍ଣ୍ଣ ଭୂମିକା

କୋଲକାତା,୧୦।୫: ଶନିବାର (୯ ମଇ, ୨୦୨୬) ପଶ୍ଚିମବଙ୍ଗରେ, ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ନବନିର୍ବାଚିତ ସରକାରଙ୍କ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ…

ସୀମାନ୍ତ ଗାଁରେ ଜନଗଣନା ବିବାଦ

ଗଜପତି ଜିଲାର ସୀମାନ୍ତ ଗାଁରେ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ପକ୍ଷରୁ ଜନଗଣନାକୁ ନେଇ ବିବାଦ ସୃଷ୍ଟି ହୋଇଛି। ରାୟଗଡ଼ ବ୍ଲକ ଗଙ୍ଗାବାଡ଼ ପଞ୍ଚାୟତର ମାଣିକପାଟଣା ଗ୍ରାମରେ ଓଡ଼ିଶା…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ବର୍ଜ୍ୟ ସମସ୍ୟାର ସମାଧାନ ଲାଗି ଡ. ଶାନ୍ତି…

ଆମ ବିଦ୍ୟାଳୟ

ଗ୍ରାଗ୍ରାମୀଣ ଭାରତର ଅନେକ ଅଞ୍ଚଳ ଏପର୍ଯ୍ୟନ୍ତ ଶିକ୍ଷାର ଆଲୋକରୁ ବଞ୍ଚିତ। ବିଶେଷ କରି ନିପଟ ମଫସଲ ଗାଁମାନେ, ଯେଉଁଠି ସହରି ଚାଲି ଚଳନ ସମ୍ପୂର୍ଣ୍ଣ ଭାବେ ପହଞ୍ଚିନାହିଁ,…

ପଶ୍ଚିମବଙ୍ଗର ନୂଆ ଅଧିକାରୀ

ପଶ୍ଚିମବଙ୍ଗ ରାଜନୈତିକ ଇତିହାସରେ ୯ ମେ’ ୨୦୨୬ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ସେଠାରେ ପ୍ରଥମ ଥର ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) କ୍ଷମତାକୁ ଆସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri