ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା ଖମାରପଡ଼ାର ମନୋଜ ବିଶ୍ବାଳ(୩୧)। ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ଡିଏସ୍‌ପି ରୋହିତ ଥାଟ୍ଟ, ଆଇଆଇସି ରଞ୍ଜନ ବିଶ୍ବାଳ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ମୃତକଙ୍କ ଜେଜ ମଙ୍ଗଶିର ବିଶ୍ବାଳ ତାଙ୍କ ନାତିଙ୍କୁ ହତ୍ୟା କରାଯାଇଛି ବୋଲି ବେଲପାହାଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗକୁ ଭିତ୍ତିକରି ପୋଲିସ ବେଲପାହାଡ଼ ଥାନା କେସ୍‌ ନଂ ୧୧୩/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଝାରସୁଗୁଡ଼ା ପଠାଇଛି। ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଗୌନ୍ତିଆପଡ଼ାର ପ୍ରମୋଦ ଭୋଇ(୩୧)। ଅଭିଯୁକ୍ତଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି।

ତଦନ୍ତକାରୀ ପୋଲିସ ସୂତ୍ରରୁ ପ୍ରକାଶ, ମନୋଜଙ୍କ ଘରୁ ୨ସାଙ୍ଗ ବାହାରି କିଛି ବାଟ ଗଲା ପରେ କୌଣସି କାରଣକୁ ନେଇ ରାସ୍ତାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରମୋଦ ପାଖରେ ପଡ଼ିଥିବା ଏକ ବାଉଁଶ ଠେଙ୍ଗାରେ ମନୋଜଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ଆହତ ମନୋଜଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସେ ଅଚେତ ଅବସ୍ଥାରେ ସେଠାରେ ପଡ଼ି । ଖବରପାଇ ମନୋଜଙ୍କ ଘର ଲୋକ ସେଠାରେ ପହଞ୍ଚି ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଟିଆରଏଲ କ୍ରୋସାକି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ମନୋଜଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୨ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri