ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ

ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ ଗୁମାଡେରା ଖମାରପଡ଼ାର ମନୋଜ ବିଶ୍ବାଳ(୩୧)। ହତ୍ୟାକାଣ୍ଡ ସମ୍ପର୍କରେ ଖବର ପାଇ ଡିଏସ୍‌ପି ରୋହିତ ଥାଟ୍ଟ, ଆଇଆଇସି ରଞ୍ଜନ ବିଶ୍ବାଳ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରି ଫେରିଛନ୍ତି। ମୃତକଙ୍କ ଜେଜ ମଙ୍ଗଶିର ବିଶ୍ବାଳ ତାଙ୍କ ନାତିଙ୍କୁ ହତ୍ୟା କରାଯାଇଛି ବୋଲି ବେଲପାହାଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।

ଅଭିଯୋଗକୁ ଭିତ୍ତିକରି ପୋଲିସ ବେଲପାହାଡ଼ ଥାନା କେସ୍‌ ନଂ ୧୧୩/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଝାରସୁଗୁଡ଼ା ପଠାଇଛି। ପୋଲିସ ହତ୍ୟାକାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ଗୌନ୍ତିଆପଡ଼ାର ପ୍ରମୋଦ ଭୋଇ(୩୧)। ଅଭିଯୁକ୍ତଙ୍କ ନିକଟରୁ ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗାକୁ ପୋଲିସ ଜବତ କରିଛି।

ତଦନ୍ତକାରୀ ପୋଲିସ ସୂତ୍ରରୁ ପ୍ରକାଶ, ମନୋଜଙ୍କ ଘରୁ ୨ସାଙ୍ଗ ବାହାରି କିଛି ବାଟ ଗଲା ପରେ କୌଣସି କାରଣକୁ ନେଇ ରାସ୍ତାରେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରମୋଦ ପାଖରେ ପଡ଼ିଥିବା ଏକ ବାଉଁଶ ଠେଙ୍ଗାରେ ମନୋଜଙ୍କ ମୁଣ୍ଡକୁ ବାରମ୍ବାର ଆକ୍ରମଣ କରିଥିଲେ। ଆହତ ମନୋଜଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ ହୋଇଥିଲା। ସେ ଅଚେତ ଅବସ୍ଥାରେ ସେଠାରେ ପଡ଼ି । ଖବରପାଇ ମନୋଜଙ୍କ ଘର ଲୋକ ସେଠାରେ ପହଞ୍ଚି ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ସ୍ଥାନୀୟ ଟିଆରଏଲ କ୍ରୋସାକି ହସ୍ପିଟାଲକୁ ନେଇଥିଲେ। ସେଠାରେ ଡାକ୍ତର ମନୋଜଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିପଦସଙ୍କୁଳ କୋଠରୀରେ ପିଲାଙ୍କ ବିଷ୍ୟତ: ବାରଣ୍ଡାରେ ଚାଲିଛି ପାଠପଢ଼ା

ଜମନକିରା, ୨୧/୮ (ରବୀନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟରେ ଶିକ୍ଷା ଭିତ୍ତିଭୂମିର ଉନ୍ନତିକରଣ ନେଇ ସରକାରୀ ସ୍ତରରେ ବ୍ୟାପକ ପ୍ରଚାର ଚାଲିଥିବା ବେଳେ ଗ୍ରାମାଞ୍ଚଳରେ ବିପର୍ଯ୍ୟସ୍ତ ବିଦ୍ୟାଳୟ ଗୃହ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

SBI ଗ୍ରାହକଙ୍କ ପାଇଁ ବଡ଼ ଅପଡେଟ୍‌, ଅକ୍ଟୋବର ୧ରୁ କ୍ୟାଶ୍‌ ଉଠାଇଲେ ଲାଗିବ ଏକ୍ସଟ୍ରା ଚାର୍ଜ

ନୂଆଦିଲ୍ଲୀ,୨୧ା୮: ଯଦି ଆପଣଙ୍କର ଆକାଉଣ୍ଟ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ରେ ଅଛି ଏବଂ ଆପଣ ମାସକୁ ଅନେକ ଥର ବ୍ୟାଙ୍କ ଶାଖା (ବ୍ରାଞ୍ଚ) କୁ…

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଏନସିସି ନାଭାଲ ୱିଙ୍ଗ କ୍ୟାଡେଟ ଚୟନ ଶିବିର: ଯୋଗ୍ୟ ଛାତ୍ରୀଛାତ୍ର ଚୟନ

ଭଞ୍ଜନଗର,୨୧।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶୁକ୍ରବାର ଏନସିସି ନାଭାଲ ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri