ବାପା-ପୁଅଙ୍କୁ ଛୁରାମାଡ଼, ନାବାଳକଙ୍କ ସମେତ ୩ ଅଟକ

ପୁରୁଷୋତ୍ତମପୁର,୧୧ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ପାରିବାରିକ ସମ୍ପତ୍ତିକୁ ନେଇ ଭାଇ ଭାଇଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇ ଛୁରାମାଡ଼ ହୋଇଥିଲା। ଏଥରେ ବାପା ବିପ୍ରଚରଣ ପ୍ରଧାନ ଓ ପୁଅ ଅରୁଣ ପ୍ରଧାନ ଗୁରୁତର ହୋଇଛନ୍ତି। ଏମାନଙ୍କୁ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଛି।

ଖବର ପାଇ ପୁରୁଷୋତ୍ତମପୁର ପୋଲିସ ଘଟଣାସ୍ଥଳକୁ ଯାଇ ଜଣେ ନାବାଳକଙ୍କ ସମେତ ୩ ଜଣଙ୍କୁ ଥାନାକୁ ଆଣି ଅଟକ ରଖି କେସ୍‌ ନଂ ୨୫୨/୨୧ ପ୍ରକାରେ ତଦନ୍ତ ଚଲାଇ ଥିବା ଆଇଆଇସି ଜଗନ୍ନାଥ ମଲ୍ଲିକଙ୍କ କହିଛନ୍ତି । ପାରିବାରିକ ସମ୍ପତ୍ତିକୁ ନେଇ ବିପ୍ରଚରଣ ପ୍ରଧାନ ଓ ତାଙ୍କ ଭାଇ ବିଜୟ ପ୍ରଧାନଙ୍କ ପରିବାର ମଧ୍ୟରେ ବିବାଦ ଲାଗିରହିଥିଲା। ଏହାକୁ ନେଇ ବିଜୟ ଓ ତାଙ୍କ ସ୍ତ୍ରୀ ଝୁନୁଙ୍କ ସହ ନାବାଳକ ପୁଅ ସଂଘବଦ୍ଧ ଭାବେ ମଙ୍ଗଳବାର ବିପ୍ର ଚରଣଙ୍କ ଘରେ ପଶି ପାଟିତୁଣ୍ଡ କରିଥିଲେ। ଏହି ସମୟରେ ନାବାଳକ ଜଣକ ପୂର୍ବ ଯୋଜନା ମୁତାବକ ଭାବେ ଧରିଥିବା ଛୁରିରେ ବଡ଼ବାପା ବିପ୍ରଚରଣ ଓ ଭାଇ ଅରୁଣଙ୍କୁ ଭୁସି ଦେଇଥିଲେ। ଉଭୟଙ୍କୁ ଗ୍ରାମବାସୀ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘଟଣାସ୍ଥଳରୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମାତ୍ର ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ମେଡିକାଲକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?