ଆମେରିକାର ଏକ ଜେଲ୍‌ରେ ଛୁରାମାଡ, ଜଣେ କଏଦୀ ମୃତ

ଓ୍ବାଶିଂଟନ୍‌,୨।୯: ଆମେରିକାର ଫୁଲଟନ କାଉଣ୍ଟି ଜେଲରେ ଏକ ଅଭାବନୀୟ ଘଟଣା ଘଟିଛି। ଅର୍ନ୍ତଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଜେଲ୍‌ ଭିତରେ ଛୁରାମାଡରେ ଜଣେ କଏଦୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଚାରି ଜଣ କଏଦୀ ଆହତ ହୋଇଛନ୍ତି। ଫୁଲଟନ କାଉଣ୍ଟି ସରିଫ କାର୍ଯ୍ୟାଳୟର ମୁଖପାତ୍ର ନାଟାଲୀ ଆମନ୍ସ କହିଛନ୍ତ, ପରିସ୍ଥିତି ନିୟନ୍ତ୍ରଣରେ ଅଛି ଏବଂ ଘଟଣାର ତଦନ୍ତ ଚାଲିଛି।

ଏହି ଘଟଣାରେ ୨୩ ବର୍ଷିୟ ଡେଭିନ ବ୍ଲାସ୍କେଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ତିନି ଜଣ କଏଦୀ ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନା ନିଆଯାଇଥିବା ସୂଚନା ମିଳିଛି। ସରିଫ କାର୍ଯ୍ୟାଳୟ କହିଛି ଯେ, ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ କଏଦୀଙ୍କ ନାମ ଏବଂ ଆପରାଧିକ ମାମଲା ଆଟଲାଣ୍ଟା ପୋଲିସ ପ୍ରକାଶ କରିବ।

ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି ଯେ ଅସ୍ତ୍ରଶସ୍ତ୍ର ବିବାଦକୁ ନେଇ କଏଦୀମାନେ ଏପରି ହାତାହାତି ହୋଇଛନ୍ତି। ଫୁଲଟନ କାଉଣ୍ଟି ସରିଫ ଜେଲ ୍‌ଏକ ବିବୃତ୍ତିରେ କହିଛି ଯେ, ଜେଲରେ ସମ୍ପ୍ରତି ହିଂସା ଏକ ଗୁରତ୍ୱପୂର୍ଣ୍ଣ ବିଷୟ। ପରସ୍ପରକୁ ଆକ୍ରମଣ କରିବାକୁ କଏଦୀମାନେ ମାକେସିଫ୍ଟ ଅସ୍ତ୍ର ବ୍ୟବହାର କରୁଛନ୍ତି। ଜୁଲାଇ ଶେଷରୁ ଫୁଲଟନ କାଉଣ୍ଟି ଜେଲର କଏଦୀଙ୍କ ଏହା ହେଉଛି ପଞ୍ଚମ ମୃତ୍ୟୁ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri