ରେଞ୍ଜରଙ୍କ ମାଡ଼ରେ କର୍ମଚାରୀ ଆହତ: ଥାନାରେ ଏତଲା

ଖମାର,୧୭।୧(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ଖମାର ବନାଞ୍ଚଳ ଅଧିକାରୀ ଚନ୍ଦ୍ରଶେଖର ଗଡ଼ନାୟକଙ୍କ ମାଡ଼ରେ ପାରା ଫରେଷ୍ଟ ଷ୍ଟାପ୍‌ ତଥା ରେଞ୍ଜରଙ୍କ ରୋଷେୟା ଭାବେ କାମ କରୁଥିବା ସୁଶାନ୍ତ କୁମାର ବେହେରା(୪୦) ଆହତ ହୋଇ ମେଡ଼ିକାଲ ଭର୍ତ୍ତି ହୋଇଛନ୍ତି। ସୋମବାର ସାରେ ବନାଞ୍ଚଳ ଅଧିକାରୀଙ୍କ କ୍ୱାର୍ଟରରୁ ସୁଶାନ୍ତ ଚିତ୍କାର କରି ବାହାରକୁ ଦୌଡି ଆସି ତଳେ ପଡ଼ି ଚେତାଶୂନ୍ୟ ହୋଇପଡିଥିଲେ।

ଫଳରେ ଅଫିସରେ କାର୍ଯ୍ୟରତ ପାରା ଫରେଷ୍ଟ ଏବଂ ହାତୀ ସ୍କ୍ବାର୍ଡ କର୍ମଚାରୀ ସୁଶାନ୍ତଙ୍କୁ ପାଣି ମାରି ୧୦୮ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଖମାର ମେଡ଼ିକାଲକୁ ଆଣିଥିଲେ। ସେଠାରେ ତାଙ୍କର ଚିକିତ୍ସା କରାଯାଇଥିଲା। ଚିକିତ୍ସା ପରେ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ତା ସ୍ଥିର ଥିବା ଜଣାପଡିଛି।

ସୁଶାନ୍ତଙ୍କ କହିବା ଅନୁଯାୟୀ, ବନାଞ୍ଚଳ ଅଧିକାରୀ ତାଙ୍କୁ ୨ ଲକ୍ଷ ଟଙ୍କା ଚୋରି କରିଥିବା କହିଥିଲେ। ଟଙ୍କା ଫେରସ୍ତ କହି ତାଙ୍କୁ ନିସ୍ତୁକ ମାଡ଼ମାରି ଛାତିରେ ଗୋଇଠା ମାରି ଜୀବନରୁ ମାରି ଦେବାକୁ ଉଦ୍ୟମ କରିଥିଲେ। ହେଲେ ସେ ଜୀବନ ବିକଳରେ କ୍ୱାର୍ଟର ବାହାରକୁ ଦୌଡି ଆସିଥିଲେ। ଚେତା ଫେରିଲା ବେଳକୁ ମେଡ଼ିକାଲରେ ଥିବା ଜାଣିବାକୁ ପାଇଥିଲେ ବୋଲି ସୁଶାନ୍ତ କହିଛନ୍ତି। ଏହି ସଂକ୍ରାନ୍ତରେ ସୁଶାନ୍ତଙ୍କ ସ୍ତ୍ରୀ ଖମାର ଥାନାରେ ଏକ ଅଭିଯୋଗ କରିଛନ୍ତି। ଅନ୍ୟପଟେ ରେଞ୍ଜର ଅଭିଯୋଗ ମିଛ ଏବଂ ଭତ୍ତିହୀନ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri