ହସ୍ପିଟାଲରେ ଷ୍ଟାଫ୍‌ ନର୍ସଙ୍କ ମୃତ୍ୟୁ: ମୃତଦେହ ପାଖରୁ ସିରିଞ୍ଜ, ହାତଲେଖା ନୋଟ୍‌ ଜବତ

ଭୁବନେଶ୍ୱର, ୧୦।୮(ସତ୍ୟଜିତ ରାଉତ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ଜଣେ ଷ୍ଟାଫ୍‌ ନର୍ସଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ମୃତ୍ୟୁ ହୋଇଛି। ସେ ହେଲେ ଗଞ୍ଜାମ ଜିଲା ସାନଖେମୁଣ୍ଡିର ଶୁଭସ୍ମିତା ରାଉତ ଓରଫ ସୋନାଲି (୨୨)। ମୃତ୍ୟୁର କାରଣକୁ ନେଇ ରହସ୍ୟ ଲାଗିରହିଛି। ଖବର ପାଇ ପରିବାର ଲୋକେ ଶନିବାର ଭୁବନେଶ୍ବର ଆସି ଥାନାରେ ହତ୍ୟା ଅଭିଯୋଗ କରିଛନ୍ତି। ଏମ୍‌ଏଲ୍‌ସି ରିପୋର୍ଟ ଆଧାରରେ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ପୋଲିସ ଘଟଣସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ଦ୍ବାରା ତଦନ୍ତ କରି ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ କରିଛି। ଶୁଭସ୍ମିତାଙ୍କ ମୋବାଇଲକୁ ପୋଲିସ ଜବତକରି ଖୋଳତାଡ଼ ଚଳାଇଛି। ଏଥିସହ ପୋଲିସ ସୋନାଲି ରହୁଥିବା ନୀଳାଦ୍ରିବିହାର ଏଟିଏମ୍‌ ଛକସ୍ଥିତ ଲେଡିଜ୍‌ ହଷ୍ଟେଲର ଅନ୍ତେବାସୀଙ୍କୁ ମଧ୍ୟ ପଚରାଉଚରା କରିଛି। କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ଚନ୍ଦ୍ରଶେଖରପୁର ଥାନା ଅଧିକାରୀ ତୁଷାରକାନ୍ତ ସେଠୀ କହିଛନ୍ତି।
ସୂଚନା ଅନୁଯାୟୀ, ଶୁକ୍ରବାର ଶୁଭସ୍ମିତାଙ୍କର ରାତି ଡ୍ୟୁଟି ଥିଲା। ସେ ରାତି ପ୍ରାୟ ୨ଟାରେ ହସ୍ପିଟାଲର ବାଥ୍‌ରୁମ୍‌ ଯାଇ ଆଉ ଫେରି ନ ଥିଲେ। ସହକର୍ମୀମାନେ ସେଠାକୁ ଯାଇ ଦେଖିଲେ ଯେ, ବାଥ୍‌ରୁମ୍‌ ଭିତର ପଟୁ ବନ୍ଦ ଥିଲା। ଭିତରେ ଶୁଭସ୍ମିତା ଅଚେତ ହୋଇ ପଡିଥିବା ଦେଖି ଉଦ୍ଧାର କରି ବେଡ୍‌କୁ ନେଇଥିଲେ। ପରିବାର ଲୋକେ ପହଞ୍ଚତ୍ ହସ୍ପିଟାଲ ବେଡ୍‌ରେ ଶୁଭସ୍ମିତାଙ୍କ ହାତରେ ଇଞ୍ଜେକ୍ସନ ଫୋଡା ଚିହ୍ନ ରହିଥିବାବେଳେ ପାଟିରେ ଏକ ପାଇପ୍‌ ପଶି ରହିଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସେମାନଙ୍କ ଅଭିଯୋଗ ଅନୁସାରେ, ହସ୍ପିଟାଲର କେତେଜଣ ଅଧିକାରୀ ଶୁଭସ୍ମିତାଙ୍କୁ ନିର୍ଯାତନା ଦେଉଥିଲେ। ନିୟମିତ ରାତି ଡ୍ୟୁଟି ଦିଆଯାଉଥିବାରୁ ସେ ମାନସିକ ଚାପରେ ଥିଲେ। ରାଖୀ ପୂର୍ଣ୍ଣିମା ପାଇଁ ତାଙ୍କୁ ଛୁଟି ମିଳି ନ ଥିବାରୁ ସେ କାନ୍ଦିକାନ୍ଦି ପରିବାର ଲୋକଙ୍କୁ ଜଣାଇଥିଲେ। ତେବେ ଶୁଭସ୍ମିତାଙ୍କୁ ମୃତ୍ୟୁ ଘଟଣାକୁ ନେଇ ଶନିବାର ହସ୍ପିଟାଲ ପରିସରରେ ଉତ୍ତେଜନା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା ପାଇଁ ଲୋକମାନେ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ: ନବୀନ

ଭୁବନେଶ୍ୱର,୧୯।୬(ସୁନିତ୍‌ ମିଶ୍ର): ରାଜ୍ୟର ଲୋକମାନେ ଭତ୍ତା ପାଇଁ ନୟାନ୍ତ ହେବା ଅତ୍ୟନ୍ତ ଦୁଃଖଦାୟକ। ୨ ବର୍ଷ ପୂରଣ କରିଥିବା ଭାଜପା ସରକାରର ଏଇଆ କ’ଣ ଫାଇଦା କି…

କାର୍‌ ସହ ଭାଜପା ନେତାଙ୍କୁ ଜାଳିଦେଲେ

ରାୟପୁର, ୧୯।୬: ଛତିଶଗଡ଼ କୋରିଆ ଜିଲାରେ ବାଲି ଖନନକୁ କେନ୍ଦ୍ର କରି ୨ଗୋଷ୍ଠୀ ମଧ୍ୟରେ ଏକ ଜଘନ୍ୟ ହିଂସାକାଣ୍ଡ ଘଟିଛି। ଅଭିଯୁକ୍ତମାନେ ଏକ କାର୍‌କୁ ଧକ୍କା ଦେଇ…

ଆଜି ଆସିବେ ରାଷ୍ଟ୍ରପତି, ଜନ୍ମଦିନରେ ଯିବେ ଶାଶୁଘର

ବାରିପଦା, ୧୯ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଇରଙ୍ଗପୁର ଗସ୍ତରେ ଆସୁଛନ୍ତି। ୨୦ତାରିଖ ଶନିବାର ଜନ୍ମମାଟିରେ ସେ ତାଙ୍କ ଜନ୍ମଦିନ ପାଳନ କରିବେ। ଏହିଦିନ…

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri