ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ ବର୍ତ୍ତମାନ ସୁଦ୍ଧା ଧାନ ସଂଗ୍ରହ ପ୍ରକ୍ରିୟା ସ୍ବାଭାବିକ ହୋଇ ପାରିନାହିଁ। ଏହାକୁ ନେଇ ଚାଷୀ ଅସନ୍ତୋଷ ଲାଗି ରହିଛି। ଏହି କ୍ରମରେ ଅସନ୍ତୁଷ୍ଟ ଚାଷୀ ରବିବାର ବରଗଡ଼ ନିୟନ୍ତ୍ରିତ ବଜାର କମିଟି ଅଧୀନ କଲାପାଣି ମଣ୍ଡିରେ ତାଲା ପକାଇଛନ୍ତି। ଯେତେଦିନ ପର୍ଯ୍ୟନ୍ତ ଏହି ମଣ୍ଡିରେ ଧାନ କିଣାବିକା ସ୍ବାଭାବିକ ହେବ ନାହିଁ, ସେତେଦିନ ପର୍ଯ୍ୟନ୍ତ ମଣ୍ଡିରୁ ତାଲା ଖୋଲିବେ ନାହିଁ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।

Dharitri – Odisha’s No.1 Odia Daily