ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହିତାଧିକାରୀଙ୍କ ଧାରଣା

ରାଜନଗର,୧୮ା୫(ଡି.ଏନ.ଏ.): ଆମେ ଚାହୁଁ ଥିବା ରିଟେଲରଙ୍କ ପାଖରୁ ଆମକୁ ଚାଉଳ ଦିଅ। ଅନ୍ୟତ୍ର ଆମେ ଚାଉଳ ନେବୁନି। ଆମେ ବର୍ତ୍ତମାନ ହିତାଧିକାରୀଙ୍କୁ ଦିଆଯାଉଥିବା ରିଲିଫ୍‌ ଓ କୋଟା ଚାଉଳ ୪ମାସର ପାଇନାହୁଁ। ଏହାକୁ ନେଇ ଶତାଧିକ ହିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ହୋହାଲ୍ଲା କରିବା ସହ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ରହିଥିଲେ। ୩ ଦିନ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ବିଡିଓଙ୍କ ପ୍ରତିଶ୍ରୁତି ପରେ ରାଶନ କାର୍ଡ ହିତାଧିକାରୀମାନେ ଧାରଣାରୁ ଉଠିଥିଲେ।
ଅଭିଯୋଗ ଅନୁଯାୟୀ, ରାଜନଗର ବ୍ଲକ କେରେଡାଗଡଗାଁର ରିଟେଲର ହଳଧର ସାହୁଙ୍କ ପୁଅ ତାପସ କୁମାର ସାହୁ, ଚଳିତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ପଞ୍ଚାୟତିରାଜ ନିୟମ ଅନୁଯାୟୀ ସରପଞ୍ଚଙ୍କ ପରିବାରର କେହି ରିଟେଲର ରହି ପାରିବେ ନାହିଁ। ସେଥିଲାଗି ଚଳିତ ଏପ୍ରିଲରେ କରାଯାଇଥିବା ରିଟେଲରମାନଙ୍କ ଲାଇସେନ୍ସ ରିନୁଆଲରେ ହଳଧର ସାହୁଙ୍କ ଲାଇସେନ୍ସ ରିନୁଆଲ କରାଯାଇ ନାହିଁ। ବାଲିସାହି ପାଟଣା ପଞ୍ଚାୟତ କାର୍ଯ୍ୟାଳୟରୁ ହିତାଧିକାରୀମାନେ ଚାଉଳ, ଗହମ ନେବା ପାଇଁ କୁହାଯାଇଛି। ମାତ୍ର ହଳଧର ସାହୁଙ୍କଠାରୁ ରାଶନ ସାମଗ୍ରୀ ନେଉଥିବା ହିତାଧିକାରୀମାନେ ବାଲିସାହିପାଟଣା ପଞ୍ଚାୟତ କାର୍ଯ୍ୟାଳୟରୁ ରାଶନ ସାମଗ୍ରୀ ନେବେ ନାହିଁ ବୋଲି ବିଡିଓଙ୍କୁ ଜଣାଇବା ସହ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହୋହାଲ୍ଲା କରିଥିଲେ। କେରେଡାଗଡ ସରପଞ୍ଚ ତାପସ କୁମାର ସାହୁ, ବାଲିସାହି ପାଟଣା ସରପଞ୍ଚ କୈଳାସଚନ୍ଦ୍ର ପରିଡା, ସମିତିସଭ୍ୟ ପ୍ରଶାନ୍ତ କୁମାର ରାଉତ ପ୍ରମୁଖ ବିଡିଓଙ୍କ ସହ ଏ ସମ୍ପର୍କରେ ହିତାଧିକାରୀମାନଙ୍କୁ ନେଇ ଆଲୋଚନା କରିଥିଲେ। ୩ଦିନ ମଧ୍ୟରେଏହି ସମସ୍ୟାର ସମାଧାନ କରାଯିବ ବୋଲି ବିଡିଓ ରବିନ୍ଦ୍ର କୁମାର ପ୍ରଧାନ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri