ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହିତାଧିକାରୀଙ୍କ ଧାରଣା

ରାଜନଗର,୧୮ା୫(ଡି.ଏନ.ଏ.): ଆମେ ଚାହୁଁ ଥିବା ରିଟେଲରଙ୍କ ପାଖରୁ ଆମକୁ ଚାଉଳ ଦିଅ। ଅନ୍ୟତ୍ର ଆମେ ଚାଉଳ ନେବୁନି। ଆମେ ବର୍ତ୍ତମାନ ହିତାଧିକାରୀଙ୍କୁ ଦିଆଯାଉଥିବା ରିଲିଫ୍‌ ଓ କୋଟା ଚାଉଳ ୪ମାସର ପାଇନାହୁଁ। ଏହାକୁ ନେଇ ଶତାଧିକ ହିତାଧିକାରୀ ବ୍ଲକ କାର୍ଯ୍ୟାଳୟରେ ପହଞ୍ଚତ୍ ହୋହାଲ୍ଲା କରିବା ସହ ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ରହିଥିଲେ। ୩ ଦିନ ମଧ୍ୟରେ ପଦକ୍ଷେପ ନିଆଯିବ ବୋଲି ବିଡିଓଙ୍କ ପ୍ରତିଶ୍ରୁତି ପରେ ରାଶନ କାର୍ଡ ହିତାଧିକାରୀମାନେ ଧାରଣାରୁ ଉଠିଥିଲେ।
ଅଭିଯୋଗ ଅନୁଯାୟୀ, ରାଜନଗର ବ୍ଲକ କେରେଡାଗଡଗାଁର ରିଟେଲର ହଳଧର ସାହୁଙ୍କ ପୁଅ ତାପସ କୁମାର ସାହୁ, ଚଳିତ ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ପଞ୍ଚାୟତିରାଜ ନିୟମ ଅନୁଯାୟୀ ସରପଞ୍ଚଙ୍କ ପରିବାରର କେହି ରିଟେଲର ରହି ପାରିବେ ନାହିଁ। ସେଥିଲାଗି ଚଳିତ ଏପ୍ରିଲରେ କରାଯାଇଥିବା ରିଟେଲରମାନଙ୍କ ଲାଇସେନ୍ସ ରିନୁଆଲରେ ହଳଧର ସାହୁଙ୍କ ଲାଇସେନ୍ସ ରିନୁଆଲ କରାଯାଇ ନାହିଁ। ବାଲିସାହି ପାଟଣା ପଞ୍ଚାୟତ କାର୍ଯ୍ୟାଳୟରୁ ହିତାଧିକାରୀମାନେ ଚାଉଳ, ଗହମ ନେବା ପାଇଁ କୁହାଯାଇଛି। ମାତ୍ର ହଳଧର ସାହୁଙ୍କଠାରୁ ରାଶନ ସାମଗ୍ରୀ ନେଉଥିବା ହିତାଧିକାରୀମାନେ ବାଲିସାହିପାଟଣା ପଞ୍ଚାୟତ କାର୍ଯ୍ୟାଳୟରୁ ରାଶନ ସାମଗ୍ରୀ ନେବେ ନାହିଁ ବୋଲି ବିଡିଓଙ୍କୁ ଜଣାଇବା ସହ ମଙ୍ଗଳବାର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ହୋହାଲ୍ଲା କରିଥିଲେ। କେରେଡାଗଡ ସରପଞ୍ଚ ତାପସ କୁମାର ସାହୁ, ବାଲିସାହି ପାଟଣା ସରପଞ୍ଚ କୈଳାସଚନ୍ଦ୍ର ପରିଡା, ସମିତିସଭ୍ୟ ପ୍ରଶାନ୍ତ କୁମାର ରାଉତ ପ୍ରମୁଖ ବିଡିଓଙ୍କ ସହ ଏ ସମ୍ପର୍କରେ ହିତାଧିକାରୀମାନଙ୍କୁ ନେଇ ଆଲୋଚନା କରିଥିଲେ। ୩ଦିନ ମଧ୍ୟରେଏହି ସମସ୍ୟାର ସମାଧାନ କରାଯିବ ବୋଲି ବିଡିଓ ରବିନ୍ଦ୍ର କୁମାର ପ୍ରଧାନ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ଶୌଚ ପାଇଁ ପୋଖରୀକୁ ଯାଇ ବୁଡ଼ି ଯାଇଥିଲେ, ପାଣିରେ ଭାସିବା ପରେ…

ଦିଗପହଣ୍ଡି, ୧୮।୬ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଗ୍ରାମର ବଡ଼ବନ୍ଧ ପୋଖରୀରେ ବୁଡ଼ି ଜଣେ…

ବିକାଶ ଧାରା ଓଡ଼ିଶା କାର୍ଯ୍ୟକ୍ରମ: ସମ୍ମାନୀତ ହେଲେ କଳାକାର, ସମାଜସେବୀ

ରିଷିଡା,୧୮।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଓ ଜିଲାର ବିଭିନ୍ନ ଅଞ୍ଚଳରେ ବିକାଶର ବାର୍ତ୍ତା ପହଞ୍ଚାଇବା ସହ ସରକାରଙ୍କ ସଫଳତା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri