Posted inଜାତୀୟ

ରାମମନ୍ଦିର ଚାନ୍ଦା ଆଦାୟରୁ ଉତ୍ତେଜନା

ଭୋପାଳ,୩୧।୧୨ : ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ମଧ୍ୟପ୍ରଦେଶରେ ଚାନ୍ଦା ଆଦାୟ ବେଳେ ଦୁଇଟି ସ୍ଥାନରେ ଉତ୍ତେଜନା ଦେଖାଦେବା ସହ ସଂଘର୍ଷ ହୋଇଛି। ମଙ୍ଗଳବାର ମଣ୍ଡସୌର ଜିଲାର ଦୋରାନା ଗ୍ରାମରେ ଏକ ମସ୍‌ଜିଦ ଭାଙ୍ଗିବାକୁ ଗୋଟିଏ ଗୋଷ୍ଠୀ ଉଦ୍ୟମ କରିଥିଲେ। ସେମାନଙ୍କ ମଧ୍ୟରୁ ୫ ଜଣଙ୍କୁ ଗିରଫ କରାଯାଇଛି। ବିଶ୍ୱହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳର ଶତାଧିକ ସଦସ୍ୟ ରାମମନ୍ଦିର ଲାଗି ପାଣ୍ଠି ସଂଗ୍ରହ ନିମନ୍ତେ ଉକ୍ତ ଗ୍ରାମରେ ରାଲି କରିଥିଲେ। ଏହାକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଥିଲା। ସେହିପରି ଇନ୍ଦୋରରେ ପାଣ୍ଠି ସଂଗ୍ରହ ପାଇଁ ଅନ୍ୟ ଏକ ରାଲି ବେଳେ ସାମ୍ପ୍ରଦାୟିକ ଉତ୍ତେଜନା ପ୍ରକାଶ ପାଇଛି। ରାଲିରେ ଭାଗନେଇଥିବା ଲୋକମାନେ ମସ୍‌ଜିଦ ଭାଙ୍ଗିବାକୁ ଉଦ୍ୟମ କରିବା ସହ ଏହାର ପରିସରରେ ହନୁମାନ ଚାଳିଶା ପଢ଼ିଥିବା ଅଭିଯୋଗ ହୋଇଛି। ଢେଲାମାଡ଼ରେ କେତେଜଣ ଆହତ ହୋଇଛନ୍ତି। ପୋଲିସ ୪ଟି ଏତଲା ଦାଏର କରିବା ସହ ୨୭ ଜଣଙ୍କୁ ଡାକି ପଚରାଉଚରା କରୁଛି।
ରାମମନ୍ଦିର ଚାନ୍ଦା ସଂଗ୍ରହ ଲାଗି ମଧ୍ୟପ୍ରଦେଶରେ ଅନେକ ରାଲି ଚାଲିଥିବାବେଳେ କେବଳ ମାଲଓ୍ବା ଅଞ୍ଚଳରେ ସାମ୍ପ୍ରଦାୟିକ ଉତ୍ତେଜନା ଦେଖାଦେଇଛି। ପ୍ରଶାସନିକ ଅନୁମତି ନ ନେଇ କୋଭିଡ୍‌ କଟକଣା ଉଲ୍ଲଂଘନ କରାଯାଇ କେତେକ ସ୍ଥାନରେ ରାଲି ହୋଇଛି। ଲିଖିତ ଅନୁମତି ନ ଥିଲେ ରାଲି କରାଯାଇପାରିବ ନାହିଁ ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ଜୀବନର ଧାଁ ଦଉଡ଼

ବହୁତ ତରତର ବା ବ୍ୟସ୍ତ ଥିବା ମଣିଷକୁ ଦେଖି ମନରେ ଉଙ୍କିମାରେ ପ୍ରଶ୍ନଟିଏ, ଇଏ ଏତେ ବ୍ୟସ୍ତ କାହିଁକି? କାମଟି ଧୀରେ ଧୀରେ କଲେ କ’ଣ...

ଟଙ୍କାଖିଆ ମଣିଷ

ପିଲାବେଳର କଥା ମନେପଡ଼େ। ସେତେବେଳେ (ଆଜକୁ ଚାଳିଶ ବର୍ଷ ପୂର୍ବେ) ବିଶେଷକରି ଗାଁ ଲୋକେ ଚାକିରି କରିବା କିମ୍ବା ବାହାର ରାଜ୍ୟକୁ ଯାଇ ଦାଦନ ଖଟିବାକୁ...

ଆଜିଠାରୁ ମହଙ୍ଗା ହେବ ଟ୍ରେନ ଯାତ୍ରା, ୨୧୫ କିମି ମଧ୍ୟରେ ଯାତ୍ରା କରୁଥିଲେ ଭଡା….

ନୂଆଦିଲ୍ଲୀ,୨୬।୧୨: ଆଜି, ଶୁକ୍ରବାର ଠାରୁ ଟ୍ରେନ ଯାତ୍ରା ମହଙ୍ଗା ହୋଇଯାଇଛି। ରେଳ ମନ୍ତ୍ରଣାଳୟ ଭଡା ବୃଦ୍ଧି ଘୋଷଣା କରିଛି, ଯାହା ଆଜି ଠାରୁ ଲାଗୁ ହେବ...

ISIS ଆତଙ୍କବାଦୀ ଆଡ୍ଡା ଉପରେ ଟ୍ରମ୍ପଙ୍କ ଆକ୍ରମଣ, ମୃତ ଆତଙ୍କୀଙ୍କୁ ବଡଦିନର ଦେଲେ ଶୁଭେଚ୍ଛା

ନୂଆଦିଲ୍ଲୀ,୨୬।୧୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଉତ୍ତର-ପଶ୍ଚିମ ନାଇଜେରିଆରେ ଇସଲାମିକ୍ ଷ୍ଟେଟ୍ ଆତଙ୍କବାଦୀ ସଂଗଠନ ବିରୁଦ୍ଧରେ ଏକ ଘାତକ ଆକ୍ରମଣ ଆରମ୍ଭ କରିଛନ୍ତି। ଟ୍ରୁଥ୍ ସୋସିଆଲ...

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri