Posted inଜାତୀୟ

ଦୋଷୀଙ୍କ ମୁକ୍ତି ସପକ୍ଷରେ ଷ୍ଟାଲିନ୍‌

ଚେନ୍ନାଇ, ୧୪ା୧୦: ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଆଜୀବନ ଦଣ୍ଡାଦେଶ ଭୋଗୁଥିବା ୨ ଜଣ ବନ୍ଦୀଙ୍କ ପିଟିଶନକୁ ତାମିଲନାଡ଼ୁର ଡିଏମ୍‌କେ ସରକାର ସମର୍ଥନ କରିଛନ୍ତି। ଦୋଷୀ ଏସ୍‌. ନଳିନୀ ଏବଂ ଆର୍‌. ପି. ରାମଚନ୍ଦ୍ରନ୍‌ଙ୍କ ପକ୍ଷରୁ ଦାଖଲ ଦୁଇଟି ପୃଥକ ଆବେଦନର ଜବାବରେ ରାଜ୍ୟ ସରକାର କହିଛନ୍ତି, ସମ୍ବିଧାନର ଅନୁଚ୍ଛେଦ ୧୬୧ ଅନୁସାରେ ମନ୍ତ୍ରୀ ପରିଷଦର ପରାମର୍ଶ ମାନିବାକୁ ରାଜ୍ୟପାଳ ବାଧ୍ୟ। ଦୋଷୀଙ୍କ ଆଗୁଆ ମୁକ୍ତି ପାଇଁ ରାଜ୍ୟପାଳଙ୍କ ନିକଟକୁ ୨୦୧୮ ସେପ୍ଟେମ୍ବର ୧୧ରେ ସୁପାରିସ କରାଯାଇଥିଲା। ରାଜ୍ୟପାଳ ଏହା ଉପରେ ୨ ବର୍ଷ ଧରି କିଛି ନିଷ୍ପତ୍ତି ନେଇ ନ ଥିଲେ। ୨୦୨୧ ଜାନୁୟାରୀ ୨୭ରେ ଫାଇଲକୁ ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଦେଇଥିଲେ। ସେବେଠୁ ଏହି ପ୍ରସଙ୍ଗ ଅମୀମାଂସିତ ହୋଇ ରହିଛି। ସେପ୍ଟେମ୍ବର ୨୬ରେ ରାଜୀବ ହତ୍ୟାକାଣ୍ଡର ଦୁଇ ଦୋଷୀ ନଳିନୀ, ରବିଚନ୍ଦ୍ରନ୍‌ଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କେନ୍ଦ୍ର ଓ ମୁଖ୍ୟମନ୍ତ୍ରୀ ଏମ୍‌. କେ. ଷ୍ଟାଲିନ୍‌ଙ୍କ ନେତୃତ୍ୱାଧୀନ ତାମିଲନାଡ଼ୁ ସରକାରଙ୍କୁ ନୋଟିସ୍‌ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri