Posted inଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଷ୍ଟାଲିନ୍‌ଙ୍କ ଇସ୍ତଫା

ଚେନ୍ନାଇ,୬ା୫: ତାମିଲନାଡୁ ବିଧାନସଭା ନିର୍ବାଚନରେ ପରାଜୟ ପରେ ଦ୍ରାବିଡ଼ ମୁନ୍ନେତ୍ରା କାଝାଗମ୍‌ (ଡିଏମ୍‌କେ) ଅଧ୍ୟକ୍ଷ ଏମ୍‌.କେ. ଷ୍ଟାଲିନ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଦେଇଥିବାବେଳେ ରାଜ୍ୟପାଳ ତାହାକୁ ଗ୍ରହଣ କରିଥିବା ଲୋକ ଭବନ ପକ୍ଷରୁ କୁହାଯାଇଛି।
୨୩୪ ଆସନ ବିଶିଷ୍ଟ ତାମିଲନାଡୁ ବିଧାନସଭା ନିର୍ବାଚନ ରାଜ୍ୟ ରାଜନୀତିରେ ବଡ଼ ପରିବର୍ତ୍ତନ ଆଣିଛି। ଅଭିନେତାରୁ ରାଜନେତା ହୋଇଥିବା ବିଜୟଙ୍କ ତାମିଲାଗା ଭେଟ୍ଟ୍ରି କାଝାଗମ୍‌ (ଟିଭିକେ) ୧୦୮ ଆସନରେ ଜିତି ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ଉଭା ହୋଇଛି। ୫୯ ଆସନ ସହ ଶାସକ ଦଳ ଡିଏମ୍‌କେକୁ ଶକ୍ତ ଧକ୍କା ଲାଗିଛି। ଏପରିକି ନିଜେ ଷ୍ଟାଲିନ୍‌ ତାଙ୍କ ରାଜନୈତିକ ଗଡ଼ କୁହାଯାଉଥିବା କୋଲାଥୁର ଆସନରୁ ଟିଭିକେ ପ୍ରାର୍ଥୀ ଭି.ଏସ୍‌. ବାବୁଙ୍କଠାରୁ ୮,୭୯୫ ଭୋଟ ବ୍ୟବଧାନରେ ହାରିଯାଇଛନ୍ତି। ଟିଭିକେ ଭୋଟ ଭାଗ ୩୨ ପ୍ରତିଶତରୁ ଅଧିକ ଥିବାବେଳେ ଡିଏମ୍‌କେ ୨୪.୧୯% ଏବଂ ଏଆଇଏଡିଏମ୍‌କେ ୨୧.୨୨% ଭୋଟ ପାଇଛି। ପରାଜୟ ସତ୍ତ୍ୱେ ଡିଏମ୍‌କେକୁ ଭୋଟ ଦେଇଥିବା ଭୋଟରମାନଙ୍କୁ ଷ୍ଟାଲିନ୍‌ କୃତଜ୍ଞତା ଜଣାଇଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri