Posted inଜାତୀୟ

କେନ୍ଦ୍ର ଅଧ୍ୟାଦେଶ ବିରୋଧରେ ଏଏପିକୁ ଷ୍ଟାଲିନ୍‌ଙ୍କ ସମର୍ଥନ

ଚେନ୍ନାଇ, ୨ା୬: ଦିଲ୍ଲୀ ସରକାରଙ୍କ ପ୍ରଶାସନିକ ସେବାକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ରାଜ୍ୟ ସଭାରେ ଗୃହୀତ କରାଇ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯାନ ଚଳାଇଛନ୍ତି। ଏହି କ୍ରମରେ ସେ ଗୁରୁବାର ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ଙ୍କୁ ଭେଟି ତାଙ୍କ ସମର୍ଥନ ଲୋଡ଼ିଥିଲେ। ଡିଏମ୍‌କେ ରାଜ୍ୟ ସଭାରେ ଏଏପିକୁ ସମର୍ଥନ କରିବ ବୋଲି ଷ୍ଟାଲିନ୍‌ ପ୍ରତିଶ୍ରୁତି ଦେବା ପରେ କେଜ୍‌ରିଓ୍ବାଲ ତାଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଯଦି ନିର୍ବାଚିତ ସରକାରଙ୍କର ପ୍ରଶାସନ ଉପରେ ନିୟନ୍ତ୍ରଣ ନ ରହିବ, ତେବେ ନିର୍ବାଚିତ ସରକାରଙ୍କର କିଛି ମାନେ ନାହିଁ। ପ୍ରଥମ ଥର ପାଇଁ କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ରାୟକୁ ଅକାମୀ କରିଦେଇଛନ୍ତି। ଏହା ଅସାମ୍ବିଧାନିକ ଓ ଅଗଣତାନ୍ତ୍ରିକ ବୋଲି ଷ୍ଟାଲିନ୍‌ଙ୍କୁ ଭେଟିବା ପରେ କେଜ୍‌ରିଓ୍ବାଲ କହିଛନ୍ତି। କେଜ୍‌ରିଓ୍ବାଲଙ୍କ ସହ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌ ମଧ୍ୟ ଷ୍ଟାଲିନ୍‌ଙ୍କୁ ଭେଟିଥିଲେ। କେନ୍ଦ୍ର ଆଣିଥିବା ଅଧ୍ୟାଦେଶକୁ ପାର୍ଲାମେଣ୍ଟର ଆଗାମୀ ମୌସୁମୀ ଅଧିବେଶନରେ ଗୃହୀତ କରାଇବାକୁ ଉଦ୍ୟମ କରିବ। ରାଜ୍ୟ ସଭାରେ ଏନ୍‌ଡିଏର ୯୩ ସଦସ୍ୟ ରହିଛନ୍ତି। ଯଦି ଅଣଭାଜପା ଦଳଗୁଡ଼ିକ ଏକାଠି ହୁଅନ୍ତି, ତେବେ ସରକାରଙ୍କୁ ପରାସ୍ତ କରିପାରିବେ ବୋଲି କେଜ୍‌ରିଓ୍ବାଲ କହିଛନ୍ତି। କେନ୍ଦ୍ର ଅଧ୍ୟାଦେଶ ବିରୋଧରେ ସବୁ ବିରୋଧୀ ଦଳଙ୍କୁ ଏକାଠି କରିବାକୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ବିଭିନ୍ନ ରାଜ୍ୟକୁ ଗସ୍ତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri