ଫୁଟବଲ ଖେଳରେ ଦଳାଚକଟା: ୧୨ ମୃତ, ୧୦୦ରୁ ଅଧିକ ଆହତ…

ସାନ ସାଲଭାଡୋର,୨୧।୫ : , ଏଲ ସାଲଭାଡୋରରେ ଏକ ଫୁଟବଲ ମ୍ୟାଚ ଦେଖିବା ପାଇଁ ପ୍ରବେଶ ପଥରେ ହୋଇଥିବା ଦଳାଚକଟାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ୧୦୦ ରୁ ଅଧିକ ଆହତ ହୋଇଛନ୍ତି । ୫୦୦ ଲୋକଙ୍କୁ ସୁରକ୍ଷିତ ଭାବେ ସେଠାରୁ ସ୍ଥାନାନ୍ତର କରାଯାଇଛି।

ବାସ୍ତବରେ, ଏହି ଘଟଣା ଘଟିଥିଲା ଯେତେବେଳେ ଅନେକ ଲୋକ ପ୍ରବେଶ ଦ୍ୱାର ବନ୍ଦ ହେବା ପରେ ଷ୍ଟାଡିୟମରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ଏହି ପରିପ୍ରେକ୍ଷୀରେ ଫୁଟେଜ ରିଲିଜ ହୋଇଛି ଯେଉଁଥିରେ ଅନେକ ଲୋକ ପ୍ରବେଶ ଦ୍ୱାରରୁ ବ୍ୟାରିକେଡ ହଟାଉଥିବାର ନଜର ଆସିଛନ୍ତି। ମ୍ୟାଚର ୧୬ ମିନିଟ ପରେ ଏହି ଘଟଣା ଘଟିଥିଲା, ଯାହା ପରେ ଖେଳକୁ ବନ୍ଦ କରାଯାଇଥିଲା ।

ଶନିବାର କସ୍କାଟଲାନ ଷ୍ଟାଡିୟମରେ ଆଲିଆଞ୍ଜା ଏଫସି ଏବଂ କ୍ଲବ ଡିପୋର୍ଟିଭୋ ଏଫଏସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ମାତ୍ର ଦଳାଚକଟା ପରେ ଖେଳକୁ ସ୍ଥଗିତ ରଖାଯାଇଥିଲା। ଏହା ମଧ୍ୟ ଆମେରିକାର ସବୁଠାରୁ ବଡ ଷ୍ଟାଡିୟମ ମଧ୍ୟରୁ ଗୋଟିଏ । ଏହାର କ୍ଷମତା ୪୪ ହଜାରରୁ ଅଧିକ।

ସାଲଭାଡୋରାନ ଫୁଟବଲ ଫେଡେରେଶନ ଷ୍ଟାଡିୟମରେ ଘଟିଥିବା ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛି। ଫେଡେରେଶନ କହିଛି ସେମାନେ ଏହି ଘଟଣାର ରିପୋର୍ଟ ମାଗିଛନ୍ତି। କ୍ରୀଡା ସ୍ଥାନଗୁଡିକର ସୁରକ୍ଷା ଆୟୋଗ ସହିତ ଏକ ବୈଠକ ଡକାଯିବ। ଏଲ ସାଲଭାଡୋରର ରାଷ୍ଟ୍ରପତି ନୟିବ ବୁକେଲେ କହିଛନ୍ତି । ଷ୍ଟାଡିୟମରେ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ ଜାତୀୟ ନାଗରିକ ପୋଲିସ ଏବଂ ଆଟର୍ନି ଜେନେରାଲ କାର୍ଯ୍ୟାଳୟ କରିବେ । ଟିମ, ମ୍ୟାନେଜର, ଷ୍ଟାଡିୟମ, ଲିଗ, ଫେଡେରେଶନ ପକ୍ଷରୁ ସମସ୍ତ ଅନୁସନ୍ଧାନ କରାଯିବ । ଯିଏ ଦୋଷୀ, ସେମାନେ ରକ୍ଷା ପାଇବେ ନାହିଁ ବୋଲି ଫେଡେରେଶନ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ପିଏମ ମୋଦିଙ୍କ ସ୍ବାଗତ ପୂର୍ବରୁ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ସାରା ବିଶ୍ୱରେ ପଡିଗଲା ଚହଳ

ୱେଲିଂଟନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ୩ଟି ଦେଶ ଗସ୍ତର ଦ୍ୱିତୀୟ ପର୍ଯ୍ୟାୟରେ ଏବେ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଅଷ୍ଟ୍ରେଲିଆ ଗସ୍ତ ଶେଷ କରି ସେ ସେଠାରୁ ସିଧାସଳଖ…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ: ଉଭୟ ପକ୍ଷ ମଧ୍ୟରେ ମାଡ଼ ପିଟ

ମହାକାଳପଡ଼ା,୯ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ କଣ୍ଡରାପାଟିଆ ଗ୍ରାମର ୭୭ ପରିବାର ଦୀର୍ଘ ବର୍ଷ ଧରି ୧୭୦ ଏକର ସରକାରୀ…

ଇରାନ ଉପରେ ଆମେରିକାର ଜୋରଦାର ଆକ୍ରମଣ: ଚାରିଆଡ଼େ ଧୂଆଁଧୂଆଁ

ଓ୍ବାଶିଂଟନ୍‌,୯।୭: ପଶ୍ଚିମ ଏସିଆରେ ଉତ୍ତେଜନା ପୁଣି ଥରେ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଆମେରିକା ଇରାନ ଉପରେ ଘନ ଘନ ଆକ୍ରମଣ କରୁଛି। ଦକ୍ଷିଣପୂର୍ବ ଇରାନର ଇରାନଶାହରରେ ଅବସ୍ଥିତ…

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri