Posted inଜାତୀୟ

ହାଥରସ୍‌ରେ ବଡ଼ ଅଘଟଣ: ସତସଙ୍ଗରେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ, ୧୦୦ରୁ ଅଧିକ ଗୁରୁତର

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଯୋଗୁ ୨୭ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ୧୦୦ରୁ ଅଧିକ ଲୋକେ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ଥିବାରୁ ମୃତକଙ୍କ ସଂଖ୍ୟା ଆହୁରୀ ବଢ଼ିବାର ଆଂଶଙ୍କା ରହିଛି। ତେବେ ମୃତକଙ୍କ ମଧ୍ୟରେ ୨୩ ମହିଳାଙ୍କ ସହ ୩ ଶିଶୁ ଏବଂ ଜଣେ ପୁରୁଷ ସାମିଲ ଅଛନ୍ତି। ମୃତକ ଏବଂ ଗୁରୁତରଙ୍କ ମଧ୍ୟରେ ଅଧିକାଂଶ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି। ଏନେଇ ସିଏମ୍‌ଓ ଉମେଶ ତ୍ରିପାଠୀ ଏନେଇ ସୂଚନା ଦେଇଛନ୍ତି।

ମଙ୍ଗଳବାର ‘ଭୋଲେ ବାବା’ଙ୍କ ସତସଙ୍ଗ ସକାଳ ୮ଟାରେ ଆରମ୍ଭ ହୋଇଥିଲା। ଏଥିରେ ଭାଗ ନେବା ଲାଗି ଭିନ୍ନ ଭିନ୍ନ ରାଜ୍ୟରୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା। ଅପରାହ୍ନ ୨ଟାରେ ସତସଙ୍ଗ ଶେଷ ହେବା ପରେ ଶ୍ରଦ୍ଧାଳୁମାନେ ଘରକୁ ଫେରିବା ଲାଗି ବ୍ୟତିବସ୍ତ ହୋଇଯାଇଥିଲେ। ଜଣେ ଅନ୍ୟଜଣଙ୍କୁ ଧକ୍କା ଦେଇଥିଲେ। ଏହାପରେ ସେଠାରେ ଦଳାଚକଟା ଆରମ୍ଭ ହୋଇଯାଇଥିଲା। ଲୋକେ ଚିତ୍କାର କରିଥିଲେ।
ଗ୍ରାମବାସୀଙ୍କ ମୁତାବକ, ସତସଙ୍ଗ ନେଇ ସ୍ଥାନୀୟ ପ୍ରଶାସନକୁ ସୂଚନା ମିଳିଥିଲା। କିଛି ପୋଲିସ କର୍ମୀ ପେଣ୍ଡାଲ ପାଖରେ ଉପସ୍ଥିତ ଥିଲେ। ହେଲେ ଭିଡ ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିଲା। ଆୟୋଜକମାନେ ଲୋକଙ୍କୁ ଶାନ୍ତି ବଜାୟ ରଖିବାକୁ ଅପିଲ କରିଥିଲେ। ହେଲେ କେହି କିଛି ଶୁଣିବାକୁ ପ୍ରସ୍ତୁତ ନ ଥିଲେ। କିଛି ଲୋକ ଅଘଟଣ ହେବା ବାରିଥିଲେ। ହେଲେ କିଛି ବୁଝା ପଡ଼ି ନ ଥିଲା। କେବଳ ଲୋକେ ସେଠାରୁ ଦୌଡ଼ି ପଳାଇବାକୁ ଚେଷ୍ଟା କରୁଥିବା ନଜର ଆସିଥିଲା।
ଅଘଟଣ ନେଇ ଜଣାପଡ଼ିବା ପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପ୍ରତି ସମବେଦନା ଜଣାଇବା ସହ ସହାୟତା ରାଶି ଘୋଷଣା କରିଛନ୍ତି। ଏପରିକି ଏହି ଦୁର୍ଘଟଣା ନେଇ ଯାଞ୍ଚ କରିବାକୁ କମିଟି ଗଠନ କରାଯାଇଛି। ଗୁରୁତରମାନଙ୍କୁ ଏଟା ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?