Posted inଜାତୀୟ

ଶ୍ରାବଣ ମାସ ଶେଷ ସୋମବାରରେ ଅଘଟଣ: ଦଳାଚକଟାରେ ୭ ଭକ୍ତଙ୍କ ଚାଲିଗଲା ଜୀବନ

ପାଟନା,୧୨ା୮: ବିହାରର ଜେହାନାବାଦରେ ଶ୍ରାବଣ ମାସ ଶେଷ ସୋମବାରରେ ଏକ ବଡ଼ ଅଘଟଣ ଘଟିଛି। ଭକ୍ତଙ୍କ ମଧ୍ୟରେ ଦଳାଚକଟାରେ ଅନେକଙ୍କର ମୃତ୍ୟୁ ଘଟିଛି। ଏପର୍ଯ୍ୟନ୍ତ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏଥିରେ ୩ ମହିଳା ଅଛନ୍ତି। ଏହାସହ ୧୨ରୁ ୧୫ ଜଣ ଆହତ ହୋଇଛନ୍ତି। ୱାନୱାର୍‌ ସିଦ୍ଧେଶ୍ୱର ଧାମଙ୍କ ଭକ୍ତଙ୍କ ଭିଡ଼ରେ ଏହି ଘଟଣା ଘଟିଛି।
ସୋମବାର ସକାଳେ ସୂର୍ଯ୍ୟୋଦୟ ସମୟରେ ଏହି ଦୁର୍ଘଟଣା ଘଟିଛି। ମନ୍ଦିର ପରିସରରେ ନିୟୋଜିତ ପୋଲିସ ଓ ସ୍ବେଚ୍ଛାସେବୀମାନଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଚାଲିଛି। ଆହତମାନଙ୍କୁ ଡାକ୍ତରଖାନା ନିଆଯାଉଛି।

ଜେହାନାବାଦ ଏସ୍‌ଏଚ୍‌ଓ ଦିୱାକର କୁମାର ବିଶ୍ୱକର୍ମା କହିଛନ୍ତି, ଦୁର୍ଘଟଣା ପରେ ଡିଏମ ଏବଂ ଏସପି ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସେ ପରିସ୍ଥିତିକୁ ଅନୁଧ୍ୟାନ କରୁଛନ୍ତି। ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆମେ ମୃତ ଓ ଆହତ ଲୋକଙ୍କ ପରିବାରକୁ ଭେଟି ପଚରାଉଚରା କରୁଛୁ। ଯେଉଁମାନଙ୍କ ମୃତ୍ୟୁ ଘଟିଛି ସେମାନଙ୍କୁ ଚିହ୍ନଟ କରିବାକୁ ଚେଷ୍ଟା କରୁଛନ୍ତି। ଏହା ପରେ ଆମେ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର

ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…

ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri