Posted inଜାତୀୟ

ଷ୍ଟେଶନରେ ଦଳାଚକଟା, ୯ ଆହତ

ମୁମ୍ବାଇ,୨୭ା୧୦: ଦେଶର ବିଭିନ୍ନ ସ୍ଥାନରୁ ଲୋକମାନେ ଦୀପାବଳି ଏବଂ ଛଟ୍‌ପୂଜା ପାଇଁ ନିଜ ଘରକୁ ଯାଉଛନ୍ତି।  କିଛି ଲୋକ ମାସେ ପୂର୍ବରୁ ଟିକେଟ୍‌ ବୁକିଂ କରିଥିଲେ, ଆଉ କେତେକ ବିନା ଟିକେଟ୍‌ରେ ମଧ୍ୟ ଘରକୁ ଯିବା ପାଇଁ ଟ୍ରେନ୍‌ରେ ଚଢ଼ିବା ପାଇଁ ଚେଷ୍ଟା କରୁଥିଲେ। ଏହି ସମୟରେ ରବିବାର ମହାରାଷ୍ଟ୍ରର ମୁମ୍ବାଇ ବାନ୍ଦ୍ରା ରେଳ ଷ୍ଟେଶନରେ ଦଳଚକଟା ହୋଇଛି।

ଏହି ଦଳାଚକଟାରେ ୯ ଜଣ ଆହତ ହୋଇଥିବାବେଳେ ସେଥି ମଧ୍ୟରୁ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ୧ନଂ ପ୍ଲାଟ୍‌ଫର୍ମରେ ଲୋକେ ଟ୍ରେନ୍‌କୁ ଅପେକ୍ଷା କରିଥିବା ବେଳେ ପ୍ରବଳ ଭିଡ଼ ଯୋଗୁ ଏହି ଦଳାଚକଟା ହୋଇଥିଲା।

त्योहार के बीच मुंबई के बांद्रा रेलवे स्टेशन पर मची भगदड़, 9 यात्री घायल, दो की हालत गंभीर

ସୂଚନାରୁ ପ୍ରକାଶ ଯେ, ଟ୍ରେନ୍‌ ନଂ ୨୨୯୨୧ ବାନ୍ଦ୍ରା-ଗୋରଖପୁର ଏକ୍ସପ୍ରେସରେ ଚଢ଼ିବା ସମୟରେ ଏହି ଘଟଣା ଘଟିଛି। ଆହତମାନଙ୍କ ମଧ୍ୟରେ ସବୀର ଅବଦୁଲ୍‌ ରେହମାନ (୪୦), ପରମେଶ୍ୱର ସୁଖଦାର ଗୁପ୍ତା (୨୮), ରବୀନ୍ଦ୍ର ହରିହର ଚୁମା (୩୦), ରାମସେବକ ରବୀନ୍ଦ୍ର ପ୍ରସାଦ ପ୍ରଜାପତି (୨୯), ସଞ୍ଜୟ ତିଲକରାମ କଙ୍ଗାଇ (୨୭), ଦିବ୍ୟାଂଶୁ ଯୋଗେନ୍ଦ୍ର ଯାଦବ (୧୮), ମହମ୍ମଦ ଶରିଫ ଶେଖ(୨୫), ଇନ୍ଦ୍ରଜିତ୍‌ ସାହାଣୀ(୧୯), ନୂର୍‌ ମହମ୍ମଦ ଶେଖ୍‌(୧୮) ରହିଥିବା ପଶ୍ଚିମ ରେଲଓ୍ବେ ସିପିଆର୍‌ଓ ବିନୀତ ଅଭିଷେକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri