Posted inଖେଳ

ଏମ୍‌ସିସି ଓ୍ବାଲର୍‌ଡ କ୍ରିକେଟ କମିଟିରେ ଝୁଲଣ

ଲଣ୍ଡନ, ୨୭ା୬ (ପି.ଟି.): ଭାରତର କିମ୍ବଦନ୍ତୀ ମହିଳା କ୍ରିକେଟର ଝୁଲଣ ଗୋସ୍ବାମୀ ଏମ୍‌ସିସି ଓ୍ବାଲର୍‌ଡ କ୍ରିକେଟ (ଡବ୍ଲ୍ୟୁସିସି) କମିଟିରେ ଯୋଗ ଦେଇଛନ୍ତି। ଏଥିରେ ଇଂଲଣ୍ଡ ମହିଳା ଦଳର ଅଧିନାୟିକା ହିଥର ନାଇଟ୍‌ ଓ ୨୦୧୯ ଦିନିକିଆ ବିଶ୍ୱକପ୍‌ ବିଜୟୀ ଅଧିନାୟକ ଇଅନ ମୋର୍ଗାନଙ୍କୁ ମଧ୍ୟ ସାମିଲ କରାଯାଇଛି। ଲଡର୍‌ସଠାରେ କ୍ଲବର ବୈଠକ ପୂର୍ବରୁ କ୍ଲବ ତରଫରୁ ଏହି ସୂଚନା ଦିଆଯାଇଛି। ଏମ୍‌ସିସି ଓ୍ବାଲର୍‌ଡ କ୍ରିକେଟ କମିଟି ହେଉଛି ଏକ ସ୍ବାଧୀନ ସଂସ୍ଥା। ଏହା ବିଶ୍ୱର ବର୍ତ୍ତମାନ ଓ ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର, ଅମ୍ପାୟର, ଅଫିସିଆଲଙ୍କୁ ନେଇ ଗଠିତ। ଗୋସ୍ବାମୀ ଏକଦା ମହିଳା କ୍ରିକେଟର ଅନ୍ୟତମ ଦ୍ରୁତତମ ବୋଲର ଥିଲେ। ଗତବର୍ଷ ସେ ଅନ୍ତର୍ଜାତୀୟ କ୍ରିକେଟରୁ ତାଙ୍କର ଅବସର ଘୋଷଣା କରିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ ତାଙ୍କ ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଥିଲା। ଏଥିରେ ତାଙ୍କର ବିଦାୟକାଳୀନ ଗାର୍ଡ ଅଫ୍‌ ଅନର ଦିଆଯାଇଥିଲା। ଏହି ସିମ୍‌ ବୋଲର ତାଙ୍କ ଦୁଇ ଦଶନ୍ଧି କ୍ୟାରିୟର ମଧ୍ୟରେ ୨୭୨ ହ୍ବାଇଟ୍‌ ବଲ କ୍ରିକେଟ ଖେଳି ୩୦୦ରୁ ଊର୍ଦ୍ଧ୍ୱ ଉଇକେଟ ଅକ୍ତିଆର କରିଛନ୍ତି। ୧୨ଟି ଟେଷ୍ଟ ମ୍ୟାଚ ଖେଳି ୪୪ ଉଇକେଟ ମଧ୍ୟ ଅକ୍ତିଆର କରିଛନ୍ତି। ଚଳିତବର୍ଷ ଏପ୍ରିଲରେ ତାଙ୍କୁ ଏମ୍‌ସିସି (ମେରଲ୍‌ିବୋନ କ୍ରିକେଟ କ୍ଲବ)ର ଜଣେ ଆଜୀବନ ଅବୈତନିକ ସଦସ୍ୟ କରାଯାଇଛି। ଏମ୍‌ସିସି ଓ୍ବାଲର୍‌ଡ କ୍ରିକେଟ କମିଟି ମାଇକ୍‌ ଗ୍ୟାଟିଂ କହିଛନ୍ତି ଆମେ ଖୁସିର ସହ ଝୁଲଣ, ହିଥର ଓ ଇଅନଙ୍କୁ ସ୍ବାଗତ କରୁଛୁ। ଅନ୍ତର୍ଜାତୀୟ କ୍ରିକେଟରେ ଏହି ୩ଜଣ ଖେଳାଳି ଶୀର୍ଷକୁ ଉଠି ପାରିଛନ୍ତି। ସେମାନଙ୍କ ନିଟକରେ ରହିଥିବା ପ୍ରଚୁର ଅଭିଜ୍ଞତା ଓ ଜ୍ଞାନ କମିଟି ପାଇଁ ଫାଇଦା ସାବ୍ୟସ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?