କରନଙ୍କ ଷ୍ଟାର କିଡ୍ସ !

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ପରେ ବଲିଉଡ୍‌ରେ ପ୍ରିୟାପ୍ରୀତି ପୋଷଣକୁ ନେଇ ଖୁବ୍‌ ଆଲୋଚନା ହେଉଛି। ବଲିଉଡ୍‌ ନାୟିକା କଙ୍ଗନା ରାନାଓ୍ବତ ବିଭିନ୍ନ ସମୟରେ ଏହାକୁ ନେଇ ଖୋଲା ଖୋଲି କଥା ହେଉଥିବା ବେଳେ ନେପୋଟିଜିମ୍‌ ବା ପ୍ରିୟାପ୍ରୀତି ପୋଷଣ ପାଇଁ ସୁଶାନ୍ତ ଆତ୍ମହତ୍ୟା କରିଥିବା ଖୋଲାଖୋଲି ଭାବେ କହୁଛନ୍ତି। ନେପୋଟିଜିମକୁ ନେଇ କଙ୍ଗନା ସୋସିଆଲ ମିଡିଆରେ କିଛି ଭିଡିଓ ମଧ୍ୟ ଶେୟାର କରିଛନ୍ତି। ଯେଉଁଥିରେ ସେ ବଲିଉଡର କେତେଜଣ ପ୍ରଯୋଜକ, ନିର୍ଦ୍ଦେଶକ, ଅଭିନେତାଙ୍କୁ ଟାର୍ଗେଟ କରିଥିବା ଦେଖାଯାଇଛି। ଏଥର କଙ୍ଗନା ଷ୍ଟାର କିଡ୍ସଙ୍କୁ ନେଇ ନିର୍ଦ୍ଦେଶକ କରନ ଜୋହରଙ୍କୁ ଟାର୍ଗେଟ କରିଛନ୍ତି। କଙ୍ଗନା ସାରା ଅଲି ଖାଁ, ସୋନମ କପୁର, ସୋନାକ୍ଷି ସିହ୍ନା ଓ ଆଲିଆ ଭଟ୍ଟଙ୍କର ଏକ ପୁରୁଣା ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଆଉ କହିଛନ୍ତି ଷ୍ଟାର କିଡ୍ସ ଗୁଡ୍‌ ଲୁକିଙ୍ଗ। ଯାହାକୁ ନେଇ ସେ କରନ ଜୋହରଙ୍କର ଏକ ପୁରୁଣା ବୟାନକୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଥରେ କରନ କହିଥିଲେ ଷ୍ଟାର କିଡ୍ସ ଆଉଟ୍‌ ସାଇଡରଙ୍କଠାରୁ ଗୁଡ୍‌ ଲୁକିଂ ବା ଭଲ ଦେଖିବାକୁ। ସେଥିପାଇଁ କଙ୍ଗନା ସାରା ଅଲିଙ୍କଠାରୁ ଆରମ୍ଭ କରି ଆଲିଆଙ୍କ ପର୍ଯ୍ୟନ୍ତ ପୁରୁଣା ଫଟୋ ଶେୟାର କରିଛନ୍ତି। ବଲିଉଡ୍‌ରେ ନେପୋଟିଜମ କଥା ଉଠିବା ପରେ ଟୁଇଟରରେ ପାପା ହୈ ନା ଟ୍ରେଣ୍ଡ ହେବାରେ ଲାଗିଛି। ଯାହାକୁ ନେଇ ଜଣେ ୟୁସର ଏହି କୋଲାଜ ଶେୟାର କରିଥିଲେ ଏବେ କଙ୍ଗନା ଏହାକୁ ଶେୟାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଧାନାଙ୍କ ରେକର୍ଡ ଶତକ: ଭାରତର ଲଗାତର ଦ୍ୱିତୀୟ ବିଜୟ

ଦୁବାଇ,୩ା୯: ସ୍ମୃତି ମନ୍ଧାନାଙ୍କ ରେକର୍ଡ ଶତକ ବଳରେ ମହିଳା ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧୩୭ ରନର ବଡ଼ ବ୍ୟବଧାନରେ ହଂକଂ, ଚାଇନାକୁ ପରାସ୍ତ…

ଷ୍ଟେଶନରେ ଯୁବତୀଙ୍କୁ ବଳାତ୍କାର

ରାଉରକେଲା,୩।୯: ରାଉରକେଲା ଭଳି ଜନଗହଳିପୂର୍ଣ୍ଣ ରେଲ ଷ୍ଟେଶନରେ ଗୁରୁବାର ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଷ୍ଟେଶନର ରେଷ୍ଟ ରୁମ୍‌ରେ ଜଣେ ଯୁବତୀଙ୍କ ବଳାତ୍କାର କରାଯାଇଥିବା…

୫୬ ଭୋଗ ନ ଥିଲେ ବି ପ୍ରସନ୍ନ ହେବେ କାହ୍ନା! ଜନ୍ମାଷ୍ଟମୀରେ ବାଳଗୋପାଳଙ୍କୁ ଚଢ଼ାନ୍ତୁ ଏହି ୫ଟି ପ୍ରିୟ ଜିନିଷ; ଜାଣନ୍ତୁ ବିଧି

ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ଭାବେ ସାରା ଦେଶରେ ଉତ୍ସାହର ସହ ପାଳନ କରାଯାଏ। ଏହି ଦିନ ଭକ୍ତମାନେ ବ୍ରତ ରଖି ମଧ୍ୟରାତ୍ରିରେ ବାଳଗୋପାଳଙ୍କ…

ଟ୍ରକ ତଳେ ପଶିଗଲା ସ୍କୁଟି, ଆଉ ତା’ପରେ…

ଦିଗପହଣ୍ଡି,୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଦିଗପହଣ୍ଡି ଆନନ୍ଦନଗର ନିକଟରେ ଏକ ଭୟାନକ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ପାର୍କିଂ କରିଥିବା…

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri