ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବାଲେଶ୍ୱର ଅଫିସ, ୨୦।୫: ବାଲେଶ୍ୱର ଜିଲାରେ ବିଭିନ୍ନ ମଣ୍ଡିରେ ଶୁକ୍ରବାରଠାରୁ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି ା ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀ ସ୍ଥାନୀୟ ସଦର ବ୍ଲକ ସାରଗାଁ ସମବାୟ ସମିତିରେ ଏହାର ଉଦ୍‌ଘାଟନ କରିଥିଲେ। ଚଳିତବର୍ଷ ପାଇଁ ଏହି ଧାନ ସଂଗ୍ରହ ଓ କ୍ରୟ ପ୍ରକ୍ରିୟା ଜିଲାର ୧୦୯ଟି ମଣ୍ଡିରେ ଆସନ୍ତା ଜୁନ୍‌ ୩୦ତାରିଖ ପର୍ଯ୍ୟନ୍ତ ଚାଲିବ। ଜିଲାର ମୋଟ୍‌ ୩୪ହଜାର ୮୮୧ଜଣ ଚାଷୀ ରବି ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ କରିଛନ୍ତି ା ଗତ ରବି ଋତୁରେ ଅମଳ ହୋଇଥିବା ଧାନକୁ ଚାଷୀମାନେ ନିକଟସ୍ଥ ମଣ୍ଡିରେ ବିକ୍ରି କରିପାରିବେ। ଧାନକ୍ରୟ କ୍ଷେତ୍ରରେ ସରକାରୀ ନିୟମର ଅନୁପାଳନ, ସମସ୍ତ ପର୍ଯ୍ୟାୟରେ ସ୍ବଚ୍ଛତା ଅବଲମ୍ବନ ସହିତ ଚାଷୀମାନଙ୍କ ସ୍ବାର୍ଥରକ୍ଷା ପାଇଁ ଜିଲାପାଳ ଚକ୍ରବର୍ତ୍ତୀ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଜିଲାରେ ମୋଟ ୪ଲକ୍ଷ ୩୬ହଜାର ୭୬୪ କୁଇଣ୍ଟାଲ ଧାନ କ୍ରୟ ପାଇଁ ଲକ୍ଷ୍ୟ ରଖାଯାଇଥିବା ବେଳେ ୨୨ଜଣ ମିଲର୍ସଙ୍କୁ ଏଥିରେ ସାମିଲ କରାଯାଇଛି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଧାର୍ଯ୍ୟ କରାଯାଇଛି। ସୁବ୍ୟବସ୍ଥିତ ଢଙ୍ଗରେ ଧାନ ସଂଗ୍ରହ ସହ ନିର୍ଦ୍ଧିଷ୍ଟ ସମୟସୀମା ମଧ୍ୟରେ ଚାଷୀମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯେଭଳି ସିଧାସଳଖ ଟଙ୍କା ପହଞ୍ଚିପାରିବ ତାହା ସୁନିଶ୍ଚିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଜିଲା ଯୋଗାଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ରାଉତରାଏଙ୍କ ସମେତ ଯୋଗାଣ ବିଭାଗ କର୍ମଚାରୀ, ସମବାୟ ସମିତିର କର୍ମକର୍ତ୍ତା ଓ ଚାଷୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri