ଆଜିଠୁ ଦୁଇ ପର୍ଯ୍ୟାୟରେ ଖାତାଦେଖା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ +୨ ବା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତା ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ। ଏଥିପାଇଁ ସୋମବାରଠାରୁ ଖାତାଦେଖା ଆରମ୍ଭ ହେଉଛି। ରବିବାର ଏ ସମ୍ପର୍କରେ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଖାତାଦେଖା ପାଇଁ ୬୫ଟି ମୂଲ୍ୟାୟନ କେନ୍ଦ୍ର ଓ ୩୯ଟି ଅନ୍‌ଲାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୧୦ରୁ ୨୩ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨୪ରୁ ମେ’ ୭ ଯାଏ ଚାଲିବ। ଏହାପରେ ଟାବୁଲେଶନ ପ୍ରକ୍ରିୟା ଆରମ୍ଭ ହୋଇ ମେ’ ତୃତୀୟ ସପ୍ତାହ ସୁଦ୍ଧା ସରିବ। ଏସବୁ ଠିକ୍‌ ସମୟରେ ସରିଲେ ମେ’ ଶେଷ ସୁଦ୍ଧା +୨ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇପାରିବ ବୋଲି ମନ୍ତ୍ରୀ ଦାଶ ପ୍ରକାଶ କରିଛନ୍ତି।
ସୂଚନାଥାଉ କି, ୪ ଦଫା ଦାବି ନେଇ ୬୬୨ ବର୍ଗ ଅଧ୍ୟାପକମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ସରକାରଙ୍କୁ ଚେତାବନୀ ଦେବାରୁ ଖାତାଦେଖାକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ତେବେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରୁ ଫେରିବା ପରେ ଅଧ୍ୟାପକଙ୍କ ଦାବି ନେଇ ଆଲୋଚନା ହେବ ବୋଲି ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ଏହାପରେ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ ବୋଲି ସଂଘ ନିଷ୍ପତ୍ତି ନେଇଛି। ଖାତାଦେଖାରେ ସହଯୋଗ କରୁଥିବାରୁ ଅଧ୍ୟାପକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri