ଆଜିଠୁ ଦୁଇ ପର୍ଯ୍ୟାୟରେ ଖାତାଦେଖା

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ +୨ ବା ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ ଆସନ୍ତା ମେ’ ଶେଷ ସୁଦ୍ଧା ପ୍ରକାଶ ପାଇବ। ଏଥିପାଇଁ ସୋମବାରଠାରୁ ଖାତାଦେଖା ଆରମ୍ଭ ହେଉଛି। ରବିବାର ଏ ସମ୍ପର୍କରେ ସୂଚନା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଖାତାଦେଖା ପାଇଁ ୬୫ଟି ମୂଲ୍ୟାୟନ କେନ୍ଦ୍ର ଓ ୩୯ଟି ଅନ୍‌ଲାଇନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୧୦ରୁ ୨୩ ପର୍ଯ୍ୟନ୍ତ ଚାଲିବ। ସେହିପରି ଦ୍ବିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨୪ରୁ ମେ’ ୭ ଯାଏ ଚାଲିବ। ଏହାପରେ ଟାବୁଲେଶନ ପ୍ରକ୍ରିୟା ଆରମ୍ଭ ହୋଇ ମେ’ ତୃତୀୟ ସପ୍ତାହ ସୁଦ୍ଧା ସରିବ। ଏସବୁ ଠିକ୍‌ ସମୟରେ ସରିଲେ ମେ’ ଶେଷ ସୁଦ୍ଧା +୨ ତଥା ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ ପ୍ରକାଶ ପାଇପାରିବ ବୋଲି ମନ୍ତ୍ରୀ ଦାଶ ପ୍ରକାଶ କରିଛନ୍ତି।
ସୂଚନାଥାଉ କି, ୪ ଦଫା ଦାବି ନେଇ ୬୬୨ ବର୍ଗ ଅଧ୍ୟାପକମାନେ ଆନ୍ଦୋଳନକୁ ଓହ୍ଲାଇବା ସହ ସରକାରଙ୍କୁ ଚେତାବନୀ ଦେବାରୁ ଖାତାଦେଖାକୁ ନେଇ ଅନିଶ୍ଚିତତା ଦେଖାଦେଇଥିଲା। ତେବେ ମୁଖ୍ୟମନ୍ତ୍ରୀ ବିଦେଶ ଗସ୍ତରୁ ଫେରିବା ପରେ ଅଧ୍ୟାପକଙ୍କ ଦାବି ନେଇ ଆଲୋଚନା ହେବ ବୋଲି ସରକାରଙ୍କ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା। ଏହାପରେ ଅଧ୍ୟାପକମାନେ ସର୍ତ୍ତମୂଳକ ଭାବେ ମୂଲ୍ୟାୟନରେ ସହଯୋଗ କରିବେ ବୋଲି ସଂଘ ନିଷ୍ପତ୍ତି ନେଇଛି। ଖାତାଦେଖାରେ ସହଯୋଗ କରୁଥିବାରୁ ଅଧ୍ୟାପକମାନଙ୍କୁ ଗଣଶିକ୍ଷା ମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ସମସ୍ୟା, ମଣ୍ଡିକୁ ଧାନ ଆସୁଛି ହେଲେ ଆସୁନାହାନ୍ତି ମିଲର୍ସ

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି । ରବିବାର ଏହି ପ୍ରକ୍ରିୟାକୁ ସପ୍ତାହେ ପୂରିବ। ହେଲେ ଆରମ୍ଭରୁ ଏହି ପ୍ରକ୍ରିୟାରେ ଧାନ କିଣାବିକା…

ନଦୀକୁ ଡେଇଁ ଜୀବନ ହାରିଲେ ୮୫ ବର୍ଷୀୟ ଭେଟେରାନ ଫିଲ୍ମ ନିର୍ମାତା, ତାମିଲ ସିନେମାଜଗତ ସ୍ତବ୍ଧ

ହାଇଦ୍ରାବାଦ: ତାମିଲ ସିନେମା ଜଗତରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି, ଯାହା ସାରା ଫିଲ୍ମଜଗତକୁ ସ୍ତବ୍ଧ କରିଦେଇଛି। ନିଜର ସ୍ପଷ୍ଟବାଦୀ ମତାମତ ଏବଂ ବିବାଦୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri