ଷ୍ଟାର୍ଟଅପ୍‌ ଚିଠାନୀତି ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୯ା୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଚନ୍ଦ୍ରଶେଖରପୁରଠାରେ ଓ-ହବ୍‌ ଷ୍ଟାର୍ଟଅପ୍‌ ସେଣ୍ଟରକୁ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୁବ ଉଦ୍ୟୋଗୀଙ୍କ ସହ ଆଲୋଚନା କରିଛନ୍ତି। ଓ-ହବ୍‌ ଷ୍ଟାର୍ଟଅପ୍‌ ଓଡ଼ିଶା ଇନ୍‌କ୍ୟୁବେଶନ୍‌ ସେଣ୍ଟର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ରାଜ୍ୟରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ ବିକାଶରେ ଓ-ହବ୍‌ ବହୁତ ଉପାଦେୟ ହୋଇପାରିବ। ରାଜ୍ୟ ସରକାର ଘରୋଇ ପୁଞ୍ଜିନିବେଶକାରୀଙ୍କୁ ମଧ୍ୟ ପ୍ରୋତ୍ସାହନ ଦେଉଛନ୍ତି। ଷ୍ଟାର୍ଟଅପ୍‌ ପାଇଁ ରାଜ୍ୟ ସରକାର ଖୁବ୍‌ଶୀଘ୍ର ଏକ ନୂଆ ଚିଠାନୀତି ଆଣିବେ। ଏଥିରେ ସ୍କୁଲ ପାଠ୍ୟକ୍ରମରେ ଏଣ୍ଟରପ୍ରିନ୍ୟୁରଶିପ୍‌କୁ ନେଇ ସ୍ବତନ୍ତ୍ର ପାଠ୍ୟକ୍ରମ ସ୍ଥାନ ପାଇବ। ଯୁବଗୋଷ୍ଠୀଙ୍କୁ ଉଦ୍ୟୋଗୀ କରିବା ପାଇଁ ଛାତ୍ର ଜୀବନରୁ ମଧ୍ୟ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୨୫ ସୁଦ୍ଧା ୫ ହଜାର ଷ୍ଟାର୍ଟଅପ୍‌ ଉଦ୍ୟୋଗୀ ସୃଷ୍ଟି ନେଇ ଯେଉଁ ଲକ୍ଷ୍ୟ ରହିଛି ତାହା ପୂରଣ କରିବା ଦିଗରେ ଓ-ହବ୍‌ ସହାୟକ ହେବ। ଏହି ବିଶ୍ୱସ୍ତରୀୟ ଇନ୍‌କ୍ୟୁବେଶନ ସେଣ୍ଟରରେ କର୍ପୋରେଟ ପାର୍ଟନରଙ୍କଠାରୁ ଆରମ୍ଭ କରି ପ୍ରଶିକ୍ଷକ, ଉଦ୍ୟୋଗୀମାନେ ଏକାଠି ହେବାର ସୁଯୋଗ ପାଇପାରିବେ। ୧ ଲକ୍ଷ ୫୦ ହଜାର ବର୍ଗଫୁଟରୁ ଅଧିକ ଅଞ୍ଚଳ ବିସ୍ତୃତ ବିଲ୍ଡିଂରେ ୯୩ ଇନ୍‌କ୍ୱିବେଟରଙ୍କୁ ସ୍ଥାନ ମିଳିବ। ସ୍ବାସ୍ଥ୍ୟୃ, ଅଣପାରମ୍ପରିକ ଶକ୍ତି, ଆଇସିଟି, ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ, ମେଶିନ ଲର୍ନିଂ, ହସ୍ତତନ୍ତ, ବୟନଶିଳ୍ପ, କୃଷି ବୈଷୟିକ ଭଳି କ୍ଷେତ୍ରରେ ୨୦୦ ଯୁବ ଉଦ୍ୟୋଗୀଙ୍କୁ ଏଠାରେ ସୁଯୋଗ ମିଳିବ। ରାଜ୍ୟରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)ବିକାଶରେ ଓ-ହବ୍‌ ବହୁତ ଉପାଦେୟ ହୋଇପାରିବ। ଷ୍ଟାର୍ଟଅପ୍‌ର ଇକୋସିଷ୍ଟମ୍‌ ବାତାବରଣକୁ ଏହା ଅଧିକ କ୍ରିୟାଶୀଳ କରିବ। ଅଧିକ ସଂଖ୍ୟକ ମହିଳା କିପରି ଉଦ୍ୟୋଗୀ ହୋଇପାରିବେ, ସେଥିପ୍ରତି ଦୃଷ୍ଟି ଦିଆଯାଉଛି। ଏଥିରେ ୭୫ଟି ଇ-ସେଲ୍‌ସ କାଉଣ୍ଟର, ୯୩ ଇନ୍‌କ୍ୟୁବେଟର ସହ ୧୦ହଜାର ନିଯୁକ୍ତି ପାଇଁ ବ୍ୟବସ୍ଥା ହୋଇଛି। ବିଶେଷକରି କୃଷି, ସ୍ବାସ୍ଥ୍ୟ, ସବୁଜ ଶକ୍ତି କ୍ଷେତ୍ରରେ ଷ୍ଟାର୍ଟଅପ୍‌ ଉଦ୍ୟୋଗୀଙ୍କ ଆଇଡିଆ ଏଠାରେ ବାସ୍ତବ ରୂପ ନେବ।
ଓଡ଼ିଶାର ଓୟୋ, ଆଇ ସର୍ଭ ୟୁ ଭଳି ସଂସ୍ଥା ଅନ୍ତର୍ଜାତୀୟ ସ୍ତରରେ ଅନେକ ସୁନାମ ଆଣିଛନ୍ତି। ଫଣ୍ଡିଂ, ଟେକ୍‌ନିକାଲ ସହାୟତା, ଆବଶ୍ୟକ ଅନୁସାରେ ସହାୟତା ମଧ୍ୟ ଓ-ହବ୍‌ ଯୋଗାଇବ। ୨୦୧୬ରେ ରାଜ୍ୟ ସରକାର ଷ୍ଟାର୍ଟଅପ୍‌ ପଲିସି ଆଣିଥିଲେ। ଏହା ଭିତରେ ଅନେକ ଆଗେଇଛି ଷ୍ଟାର୍ଟଅପ୍‌।

ରାଜ୍ୟରେ ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇପାରିଛି। ରାଉରକେଲା, ଭୁବନେଶ୍ୱର, କଟକରେ ଷ୍ଟାର୍ଟଅପ୍‌ ଉଦ୍ୟୋଗୀଙ୍କ ସ୍ବତନ୍ତ୍ର ସେଣ୍ଟର କରାଯାଇଛି। ଓ-ହବ୍‌ରେ ସମସ୍ତ ଅତ୍ୟାଧୁନିକ ଟେକ୍ନୋଲୋଜିରେ ସବୁପ୍ରକାର ସୁବିଧା ଷ୍ଟାର୍ଟଅପ୍‌ ଉଦ୍ୟୋଗୀଙ୍କୁ ଯୋଗାଇ ଦିଆଯିବ ବୋଲି ଦକ୍ଷତା ବିକାଶ କର୍ତ୍ତୃପକ୍ଷ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା ଅସିତ ତ୍ରିପାଠୀ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ। ଏମ୍‌ଏସ୍‌ଏମ୍‌ଇ ସଚିବ ସତ୍ୟବ୍ରତ ସାହୁ ସ୍ବାଗତ ଭାଷଣ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଏହି ଅବସରରେ ଷ୍ଟାର୍ଟଅପ୍‌ ଓଡ଼ିଶା ଉପରେ ଏକ କଫି ଟେବୁଲ ପୁସ୍ତକ ଉନ୍ମୋଚନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri