ରାଜ୍ୟରେ ବଢ଼ିବ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେଶନ-ଇନୋଭେଶନ

ଭୁବନେଶ୍ୱର,୪।୧୨: ଚଳିତ ବର୍ଷର ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ର ୩ୟ ସଂସ୍କରଣର ୩ୟ ଦିନରେ ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ କେତେକ ରାଜିନାମା ସ୍ବାକ୍ଷରିତ ହୋଇଯାଇଛି। ବିଶେଷ କରି ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ବ୍ୟାପକ ବିକାଶ ପାଇଁ ଏ ସବୁ ରାଜିନାମାରେ ବ୍ୟବସ୍ଥା ରହିଛି। ଆବଲ୍‌ (ଆସୋସିଏସନ୍‌ ଅଫ୍‌ ବାୟୋଟେକ୍‌ନୋଲୋଜି ଲେଡ୍‌ ଏଣ୍ଟ ପ୍ରାଇଜ୍‌), ଗ୍ଲୋବାଲ୍‌ ନେଟ୍‌ଓ୍ବାର୍କ ଅଫ୍‌ ଇଣ୍ଟ୍ରପ୍ରିନିୟୋର୍ସ ଆଣ୍ଡ ପ୍ରଫେସନାଲସ୍‌ ଫର ଓଡ଼ିଶା, ହୁଓ୍ବେଲ ଲାଇଫ୍‌ ସାଇନ୍‌ସେସ୍‌, କ୍ରପ୍‌ଜିନି ଭଳି ସଂସ୍ଥା ସହ ଏସବୁ ରାଜିନାମା ସ୍ବାକ୍ଷରିତ ହୋଇଛିା ରାଜ୍ୟରେ ବାୟୋଟେକ୍‌ନୋଲୋଜି ବିକାଶ ପାଇଁ ଷ୍ଟାର୍ଟଅପ୍‌, ଇନ୍‌କ୍ୟୁବେସନ୍‌, ଗବେଷଣା, ନେଟ୍‌ଓ୍ବାର୍କିଂ ଇତ୍ୟାଦି ନିମନ୍ତେ ଏହି ସଂସ୍ଥା ଗୁଡ଼ିକ ସହଯୋଗ କରିବେ ବୋଲି ରାଜିନାମାରେ ଘୋଷଣା କରାଯାଇଛି। ହୁଓ୍ବେଲ୍‌ ଲାଇଫ୍‌ ସାଇନ୍‌ସେସ୍‌ ୫୦କୋଟି ଟଙ୍କା ଓ କ୍ରପ୍‌ଜିନି ୫୦୦କୋଟି ଟଙ୍କା ବିନିଯୋଗ କରିବେ। ଏହି ନିବେଶ ଫଳରେ ୮୦୦୦ ରୁ ଊର୍ଦ୍ଧ୍ୱ ଲୋକଙ୍କୁ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ମିଳି ପାରିବ। ପୂର୍ବରୁ ଭାରତ ବାୟୋଟେକ୍‌ ଟିକା ଉତ୍ପାଦନ ପାଇଁ ୫୦୦ କୋଟି ଟଙ୍କା ପୁଞ୍ଜି ନିବେଶ କରିଥିବାବେଳେ ଏବେ ପ୍ରକଳ୍ପ ସଂପ୍ରସାରଣ ପାଇଁ ଆଉ ୭୦୦କୋଟି ଟଙ୍କା ନିବେଶ ପାଇଁ ପ୍ରତିଶ୍ରୁତି ଦେଇଛି। ବିଜ୍ଞାନ ଓ କାରିଗରୀ ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ବିଜ୍ଞାନ ଓ କାରିଗରୀ ବିଭାଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯୋଗଦେଇ କହିଥିଲେ, ଅପରିସୀମ ଜୈବ ବିବିଧତାରେ ପରିପୂର୍ଣ୍ଣ ଓଡ଼ିଶା ବାୟୋଟେକ୍‌ନୋଲୋଜି ବିକାଶ ପାଇଁ ରାଜ୍ୟ ସରକାର ବାୟୋଟେକନୋଲୋଜି ନୀତି, ଷ୍ଟାର୍ଟଅପ୍‌ ନୀତି ପ୍ରଣୟନ କରିଛନ୍ତିା ସେହିଭଳି ବିଭାଗୀୟ ଶାସନ ସଚିବ ଭାସ୍କରଜ୍ୟୋତି ଶର୍ମା ଓ ଯୁଗ୍ମ ଶାସନ ସଚିବ ପୂଜା ମିଶ୍ର ମଧ୍ୟ ଏ ସମ୍ପର୍କରେ ବକ୍ତବ୍ୟ ରଖିଥିଲେ। ଉପନିର୍ଦ୍ଦେଶକ ଶଶିକାନ୍ତ ଦାସ ଓ ବରିଷ୍ଠ େ ବଜ୍ଞାନିକ ଲକ୍ଷ୍ମୀନାରାୟଣ ପାଢ଼ୀ କାର୍ଯ୍ୟକ୍ରମରେ ମଧ୍ୟ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମ ପରେ ୨ଟି ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା। ଗୋଟିଏ ‘ ବାୟୋଫାର୍ମା’ ଓ ଅନ୍ୟଟି ‘କୃଷି ଓ ଶିଳ୍ପ’ ପ୍ରସଙ୍ଗ ଉପରେ ହୋଇଥିବାବେଳେ ଏଥିରେ ଶିଳ୍ପୋଦ୍ୟୋଗୀ, ଉଦ୍ୟୋଗ କର୍ମକର୍ତ୍ତା ଓ ଅନ୍ୟ ଅଂଶୀଦାରମାନେ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ: ଜାଣନ୍ତୁ ଭୁବନେଶ୍ୱରରେ କେତେ ଅଛି ମୂଲ୍ୟ

ଭୁବନେଶ୍ବର,୧୩।୨: ଆନ୍ତର୍ଜାତୀୟ ବଜାରରେ ମୂଲ୍ୟ ହ୍ରାସ ଯୋଗୁଁ ଭାରତୀୟ ବଜାରରେ ସୁନା ଓ ରୁପା ଦରରେ ବଡ଼ ଧରଣର ହ୍ରାସ ପରିଲକ୍ଷିତ ହୋଇଛି। ଶୁକ୍ରବାର ମଲ୍ଟି କମୋଡିଟି…

ବିଶ୍ୱ ବଜାରରେ କମିଲା ତୈଳ ଦର, ଭାରତରେ କମିବ କି ?

ନୂଆଦିଲ୍ଲୀ,୧୩।୨: ଆନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ କ୍ରମାଗତ ହ୍ରାସ ପରିଲକ୍ଷିତ ହେଉଛି। ଚଳିତ ବର୍ଷ ପ୍ରଥମ ଥର ପାଇଁ ତୈଳ ଦର କ୍ରମାଗତ ଦ୍ୱିତୀୟ ସପ୍ତାହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri