କେନ୍ଦୁଝରରେ ଅନାହାର ମୃତ୍ୟୁ

କେନ୍ଦୁଝର,୪ା୧(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର): ଅନାହାରରୁ ମୃତ୍ୟୁ ସହ ସଂଘର୍ଷ କରୁଥିଲେ। ସ୍ଥିତି ଏପରି ହୋଇଥିଲା ଯେ ବିଛଣାରୁ ଉଠିବାକୁ ବଳ ପାଉ ନ ଥିଲା। ୩ ଛୁଆ ମଧ୍ୟ ଖାଦ୍ୟ ଅଭାବରୁ ରୋଗାଗ୍ରସ୍ତ ହୋଇଯାଇଥିଲେ। ଅବଶ୍ୟ ପ୍ରଶାସନ ପକ୍ଷରୁ ଉକ୍ତ ପରିବାରକୁ ସହାୟତା କରାଯାଇଥିଲା। ମାତ୍ର ଭୋକ ଉପାସ ଯୋଗୁ ରୋଗାଗ୍ରସ୍ତ ହୋଇପଡ଼ିଥିବା କେନ୍ଦୁଝର ଜିଲା ସଦର ବ୍ଲକ୍‌ ଅନ୍ତର୍ଗତ ପଦ୍ମପୁରର କୁଦୁରୁ ସାହିର ନନ୍ଦୀ ମୁଣ୍ଡାଙ୍କ ବୁଧବାର ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ପଦ୍ମପୁର ଗ୍ରାମର ରାଇସମିଲ ପାଖ କୁଦୁରୁ ସାହିରେ ନନ୍ଦୀ ପରିବାର ସହ ରହୁଥିଲେ। ସ୍ବାମୀଙ୍କ ମୃତ୍ୟୁ ପରେ ଖାଦ୍ୟ ଅଭାବରୁ ନନ୍ଦୀ ବିଛଣାରେ ପଡ଼ି ଛଟପଟ ହେଉଥିଲେ। ଝିଅ ସେବତୀଙ୍କ ମଧ୍ୟ ଗୋଡ଼ ଫୁଲି ଘା ଓ ଚର୍ମ ରୋଗ ହୋଇଯାଇଥିଲା। ଏଭଳି ସ୍ଥିତିରେ ସେବତୀ ପର ଘରେ କାମ କରି ମା’ ଓ ୨ ଭାଇଙ୍କ ମୁହଁରେ ଆହାର ଯୋଗାଇବାକୁ ଚେଷ୍ଟା କରୁଥିଲେ। ଏ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିଲା। ଗତ ୨୯ ତାରିଖରେ ସଦର ବ୍ଲକ୍‌ ବିଡିଓ ତିଳୋତ୍ତମା ପୃଷ୍ଟି, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଓ ମେଡିକାଲ ଟିମ୍‌ ଧରି ସାହିରେ ପହଞ୍ଚତ୍ ନନ୍ଦୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଅଧିକ ଚିକିତ୍ସା ଆବଶ୍ୟକତାକୁ ନେଇ ପ୍ରଥମେ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ୩୦ ତାରିଖରେ କେନ୍ଦୁଝର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବୁଧବାର ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜିଲା ସ୍ବାସ୍ଥ୍ୟ ଅଧିକାରୀ କିଶୋର ଚନ୍ଦ୍ର ପୃଷ୍ଟି କହିଛନ୍ତି। ଯୁବ ଓ ଶ୍ରମ ବିକାଶ ମଞ୍ଚ ପକ୍ଷରୁ ଏ ନେଇ ଏକ ନିରବ ସଭା କରି ନନ୍ଦୀଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରାଯାଇଛି। ନନ୍ଦୀଙ୍କ ପରି ଆଉ କାହାର ଭୋକ ଉପବାସରେ ଜୀବନ ନ ଯାଉ ବୋଲି ସଦସ୍ୟମାନେ କହିଥିଲେ। ଅନାଥ ପିଲାଙ୍କ ଭବିଷ୍ୟତ ବ୍ୟବସ୍ଥା ସରକାର କରିବାକୁ ଦାବି ହେଉଛି। ବିଡିଓ ତିଳୋତ୍ତମା ପୃଷ୍ଟି କହିଛନ୍ତି, ତାଙ୍କ ପାଖରେ ଖବର ନାହିଁ। ତେବେ ସରକାରଙ୍କ ନିୟମାନୁଯାୟୀ ତାଙ୍କ ପରିବାର ଓ ପିଲାଙ୍କୁ ସହାୟତା ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀଙ୍କ ପୋଷ୍ୟ ପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୨ା୫ (କାର୍ତ୍ତିକ ସାହୁ): ସରକାରୀ କର୍ମଚାରୀଙ୍କ ମୃତ୍ୟୁ ପରେ ସ୍ତ୍ରୀ ଗ୍ରହଣ କରିଥିବା ପୋଷ୍ୟପୁତ୍ରଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ମିଳିପାରିବ ବୋଲି ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି।...

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ...

ବୀରମିତ୍ରପୁରରେ ପହଞ୍ଚିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତଙ୍କ ଭଉଣୀ

କୁଆଁରମୁଣ୍ଡା,୨।୫(ମହେନ୍ଦ୍ର କୁମାର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ତଥା ଜେଏମ୍‌ଏମ ନେତ୍ରୀ ଅଞ୍ଜନୀ ସୋରେନ ଗୁରୁବାର ରାତିରେ ଓଡ଼ିଶାର ବୀରମିତ୍ରପୁରରେ ପହଞ୍ଚିଛନ୍ତି। ଏହି...

ଟ୍ରେନ୍‌ ଉପରେ ଚଢ଼ି ପାରା ମାରୁଥିଲେ: ଲାଗିଲା ବିଦ୍ୟୁତ୍‌ ଆଘାତ

ରାୟଗଡ଼ା,୨।୫(ଆଶିଷ ରଞ୍ଜନ ପଣ୍ଡା)- ଟ୍ରେନ୍‌ ଉପରେ ଚଢ଼ି ପାରା ମାରିବାକୁ ଯାଇ ବିଦ୍ୟୁତ ଆଘାତରେ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ରାୟଗଡ଼ା ସହରସ୍ଥିତ...

ବିଜେଡିକୁ ଭୋଟ ଦେବାକୁ ମିଶନ ଶକ୍ତି ମହିଳାଙ୍କୁ ଧମକାଉଛନ୍ତି ପାଣ୍ତିଆନଙ୍କ ସ୍ତ୍ରୀ ସୁଜାତା: ଭାଜପା

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ...

ଆଗ ରକ୍ତଦାନ, ପରେ ନାମାଙ୍କନ

ବରଗଡ଼,୨।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ନେଇ ପ୍ରାର୍ଥୀମାନେ ଚିରାଚରିତ ଢଙ୍ଗରେ ପ୍ରାର୍ଥିପତ୍ର ତଥା ନାମାଙ୍କନ ଦାଖଲ କରୁଛନ୍ତି । କିଏ ବିଶାଳ ଶୋଭାଯାତ୍ରା ତ’ ଆଉ...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଟିକେଟ୍‌ ନ ମିଳିବାରୁ ବିଜେଡିରୁ ଇସ୍ତଫା ଦେଲେ ସନ୍ତୋଷ ଖଟୁଆ

ଭୁବନେଶ୍ୱର,୨।୫: ଆଜି ବିଜେଡି ନୀଳଗିରି ବିଧାୟକ ପାର୍ଥୀ ଘୋଷଣା କରିଛି। ହେଲେ ନୀଳଗିରି ନିର୍ବାଚନମଣ୍ଡଳୀ ପାଇଁ ଆଶାୟୀ ଥିବା ବାଲେଶ୍ୱର ଜିଲା ବିଜେଡି ଉପ-ସଭାପତି ସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri