ରାଜ୍ୟସ୍ତରୀୟ ଆଥେଲେଟିକ ଚାମ୍ପିଅନଶିପ୍‌: ସୁବର୍ଣ୍ଣପୁରକୁ ୨ ସ୍ବର୍ଣ୍ଣ, ୧ ରୋପ୍ୟ

ଅମରପାଲି,୧୩।୧୧(ପୀତାମ୍ବର ସାହୁ): ରାଜ୍ୟସ୍ତରୀୟ ଆଥେଲେଟିକ ଚାମ୍ପିଅନଶିପ୍‌ ୨୦୨୫-୨୬ର ପ୍ରଥମ ଦିବସରେ ସୁବର୍ଣ୍ଣପୁର ଜିଲାକୁ ମିଳିଛି ସଫଳତା। ଅଂଶ ଗ୍ରହଣ କରିଥିବା ପ୍ରତିଯୋଗୀଙ୍କ ମଧ୍ୟରୁ ପ୍ରଥମ ଦିବସରେ ଜିଲାକୁ ୨ଟି ସ୍ବର୍ଣ୍ଣ ଓ ଗୋଟିଏ ରୋପ୍ୟ ପଦକ ମିଳିଥିବା ସୂଚନା ମିଳିଛି।
ସୁବର୍ଣ୍ଣପୁର ଜିଲାରୁ ପ୍ରତିନିଧିତ୍ କରିଥିବା ସୁମତି ରାଜହଂସ ପ୍ରଥମ ଦିବସରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।
ସେ ୧୪ ବର୍ଷରୁ କମ ବାଳିକା ବର୍ଗର ୬ ଶହ ମିଟର ଦୌଡରେ ଅଂଶଗ୍ରହଣ କରି ଫାଇନାଲ ରାଉଣ୍ଡରେ ପ୍ରଥମ ହୋଇ ଏହି ସଫଳତା ହାସଲ କରିଛନ୍ତି। ସେ ଏହି ସଫଳତାକୁ ୧ ମିନିଟ ୪୪ ସେକେଣ୍ଡରେ ହାସଲ କରିଛନ୍ତି। ସୁମତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସେରେଗେଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଅଷ୍ଟମ ଶ୍ରେଣୀ ର ଛାତ୍ରୀ ଅଟନ୍ତି। ତାଙ୍କ ବାପା ମାନଭଞ୍ଜନ ରାଜହଂସ ଓ ମାଆ କେତେକୀ ରାଜହଂସ ଦିନ ମଜୁରିଆ ଅଟନ୍ତି। ତାଙ୍କର ଏହି ସଫଳତାରେ ସୁବର୍ଣ୍ଣପୁର ଜିଲା ଶିକ୍ଷା ଅଧିକାରୀଙ୍କ ସମେତ ତାଙ୍କ ସ୍କୁଲର ସମସ୍ତ ଶିକ୍ଷକ ଶୁଭେଚ୍ଛା ଜଣାଇଛନ୍ତି।
ସୂଚନା ଅନୁସାରେ, ବାଲେଶ୍ୱରର ଖ୍ରୀଷ୍ଟିଆନ ହାଇସ୍କୁଲରେ ଚଳିତ ୧୧ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ହେଉଛି ରାଜ୍ୟ ସ୍ତରୀୟ ଆଥେଲେଟିକ ଚାମ୍ପିୟନସିପ। ଏଥିରେ ସୁବର୍ଣ୍ଣପୁର ଜିଲାର ବିଭିନ୍ନ ସ୍କୁଲରୁ ସମୁଦାୟ ୩୦ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରୁଛନ୍ତି। ସେହିପରି ଜିଲାର ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ସିଣ୍ଢୋଲ ହାୟର ସେକେଣ୍ଡାରୀ ସ୍କୁଲର ଜୁନେଶ ନନ୍ଦ ମଧ୍ୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୧୭ ବର୍ଷରୁ କମ ବାଳକ ବର୍ଗର ୩ ହଜାର ମିଟର ଦୌଡ଼ରେ ଅଂଶ ଗ୍ରହଣ କରି ଫାଇନାଲ ରାଉଣ୍ଡରେ ପ୍ରଥମ ହୋଇ ଏହି ସଫଳତା ହାସଲ କରିଛନ୍ତି। ଏହା ସହିତ ଜିଲାର ତରଭା ବ୍ଲକ ରୁ ପ୍ରତିନିଧିତ୍ କରିଥିବା ଝାରତରଭା ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରୀତମ ନାଗ ୧୪ ବର୍ଷରୁ କମ ବାଳକ ବର୍ଗର ୬ ଶହ ମିଟର ଦୌଡ ରେ ଅଂଶ ଗ୍ରହଣ କରି ଦିତୀୟ ସ୍ଥାନ ହାସଲ କରି ରୋପ୍ୟ ପଦକ ହାସଲ କରିଛନ୍ତି। ପ୍ରଥମ ଦିବସରେ ସୁବର୍ଣ୍ଣପୁର ଜିଲାକୁ ତିନୋଟି ପଦକ ମିଳିଥିବାରୁ ଆଗକୁ ଆହୁରି ପଦକ ମିଳିବ ବୋଲି ଆଶା କରାଯାଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri