ରାଜ୍ୟସ୍ତରୀୟ ଆଥେଲେଟିକ ଚାମ୍ପିୟନଶିପ୍‌: ସୁମତୀ-ଜୁନେସଙ୍କୁ ତୃତୀୟ ସ୍ବର୍ଣ୍ଣ

ଅମରପାଲି,୧୫।୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସେରେଗେଡ଼ା ସରକାରୀ ୟୁପି ସ୍କୁଲର ଅଷ୍ଟମ ଶ୍ରେଣୀ ଛାତ୍ରୀ ସୁମତୀ ରାଜହଂସ ଓ ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ସିଣ୍ଢୋଲ ହାୟର ସେକେଣ୍ଡାରୀ ସ୍କୁଲର ଜୁନେସ ନନ୍ଦ ରାଜ୍ୟ ସ୍ତରୀୟ ଆଥେଲେଟିକ ଚାମ୍ପିୟନସିପ ରେ ବ୍ୟକ୍ତିଗତ ଭାବେ ତୃତୀୟ ସ୍ବର୍ଣ୍ଣ ପଦକ ହାସଲ କରି ଜିଲା ପାଇଁ ଗୌରବ ଆଣିଛନ୍ତି।
ବାଲେଶ୍ୱରର ଖ୍ରୀଷ୍ଟିଆନ ହାଇସ୍କୁଲରେ ଚଳିତ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ହେଉଛି ରାଜ୍ୟସ୍ତରୀୟ ଆଥେଲେଟିକ ଚାମ୍ପିୟନଶିପ। ଏହି କ୍ରୀଡାର ତୃତୀୟ ଦିବସରେ ସୁମତୀ ୧୪ ବର୍ଷରୁ କମ ବାଳିକା ବର୍ଗର ୪ଶହ ମିଟର ଦୌଡରେ ପ୍ରଥମ ହୋଇ କରି ସର୍ଣ୍ଣ ପଦକ ହାସଲ କରିଛନ୍ତି। ସୁମତୀ ଏହି କ୍ରୀଡାର ପ୍ରଥମ ଦିବସରେ ନିଜ ବର୍ଗର ୬ଶହ ମିଟର ଦୌଡରେ ସ୍ବର୍ଣ୍ଣ ହାସଲ କରିଥିବା ବେଳେ ଦିତୀୟ ଦିବସରେ ୨ଶହ ମିଟର ଦୌଡ ରେ ମଧ୍ୟ ସର୍ଣ୍ଣ ପଦକ ହାସଲ କରିଛନ୍ତି। ସୁବର୍ଣ୍ଣପୁର ଜିଲାର ପ୍ରାୟ ୩୦ ଜଣ ପ୍ରତିଯୋଗୀ ଏହି କ୍ରୀଡାରେ ଅଂଶ ଗ୍ରହଣ କରିଥିବାବେଳେ ସୁମତୀ ତିନୋଟି ଇଭେଣ୍ଟରେ ଅଂଶ ଗ୍ରହଣ କରି ସବୁ ପ୍ରତିଯୋଗିତାରେ ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।
ସୁମତୀଙ୍କ ବାପା ମାନଭଞ୍ଜନ ରାଜହଂସ ଓ ମାଆ କେତକୀ ରାଜହଂସ ଦିନ ମଜୁରିଆ ଅଟନ୍ତି। ସେହିପରି ଜୁନେସ ନନ୍ଦ ଏହି କ୍ରୀଡା ଚାମ୍ପିଅନସିପ ର ତୃତୀୟ ଦିବସରେ ୧୭ ବର୍ଷରୁ କମ ବାଳକ ବର୍ଗର ୧୫ ଶହ ମିଟର ଦୌଡ ପ୍ରତିଯୋଗୀତାରେ ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଜୁନେସ ପ୍ରଥମ ଦିବସରେ ନିଜ ବର୍ଗର ୩ ହଜାର ମିଟର ଦୌଡ଼ ରେ ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଥିବାବେଳେ ଦ୍ୱିତୀୟ ଦିବସରେ ୮ ଶହ ମିଟର ଦୌଡରେ ପ୍ରଥମ ହୋଇ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏବେ ସୁମତୀ ଓ ଜୁନେସଙ୍କ ଏହି ସଫଳତାରେ ନିଜ ସ୍କୁଲର ସାଙ୍ଗସାଥି, ଶିକ୍ଷୟିତ୍ରୀ ଓ ଶିକ୍ଷକଙ୍କ ସମେତ ଅଞ୍ଚଳର ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌: ଓଡ଼ିଶାର କ୍ଲିନ ସୁଇପ୍‌

ଭୁବନେଶ୍ୱର,୧ା୨(ଅନାଦି କର): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ପ୍ରଥମ ଅସ୍ମିତା ଜାତୀୟ ରଗ୍‌ବୀ ଲିଗ୍‌ ରବିବାର ଉଦ୍‌ଯାପିତ ହୋଇଯାଇଛି। ସବ୍‌-ଜୁନିୟର ବାଳିକା(୧୫ ବର୍ଷରୁ କମ୍‌), ଜୁନିୟର ବାଳିକା…

ପରିବା ବଜାରରେ ବିବାହିତା ମହିଳାଙ୍କ ମୃତଦେହ, ଟ୍ରଲି ବ୍ୟାଗ….

ପାଟନା,୧।୨: ରବିବାର ରୋହତାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଦେହରି ନଗର ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ପନିପରିବା ବଜାର…

ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା…

ପୂର୍ବତନ ଏମ୍‌ପି ସୁଶୀଳା ତିରିଆଙ୍କ ପରଲୋକ

ବାରିପଦା,୧।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜର ପୂର୍ବତନ ଏମ୍‌ପି ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସୁଶୀଳା ତିରିଆଙ୍କର ରବିବାର ପରଲୋକ ଘଟିଛି। ଭୁବନେଶ୍ୱର ଏମ୍ସ ହସ୍ପିଟାଲରେ ଚିକିତ୍ସାଧୀନ ଥିବା…

ବିଜେଡିରୁ ନିଲମ୍ବିତ ହେଲେ ଆଉ ଜଣେ ବରିଷ୍ଠ ନେତା

ଭୁବନେଶ୍ବର,୧।୨: ବିଜେଡିରୁ ନିଲମ୍ବିତ ହେଲେ ସିମୁଳିଆର ବରିଷ୍ଠ ନେତା ଶଶୀ ସାହୁ । ବିଶୃଙ୍ଖଳିକ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି । ୨୦୨୪ ମସିହାରେ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା…

କେନ୍ଦ୍ର ବଜେଟକୁ ନେଇ ଗର୍ଜିଲେ ଏମପି ସପ୍ତଗିରି, ପର୍ଯ୍ୟଟନ ବିକାଶରେ ଦେଓମାଳିର ସ୍ଥାନ…

ରାୟଗଡ଼ା,୧।୨(ଆଶିଷ ରଞ୍ଜନ ପଣ୍ଡା): ରବିବାର ଉପସ୍ଥାପନ ହୋଇଥିବା କେନ୍ଦ୍ରୀୟ ବଜେଟ୍ ଓଡ଼ିଶାର ଆଦିବାସୀଙ୍କୁ ଉପେକ୍ଷା କରାଯାଇଛି ବୋଲି ଟାର୍ଗେଟ କହିଛନ୍ତି ଏମପି ସପ୍ତଗିରି ଉଲାକା। କେନ୍ଦ୍ରୀୟ ବଜେଟ୍…

ହଳଦିଆପଦର ସଡ଼କ ଦୁର୍ଘଟଣା, ମୃତକଙ୍କ ପରିବାରକୁ ଭେଟିଲେ ପରିବହନ ମନ୍ତ୍ରୀ

ଦିଗପହଣ୍ଡି,୧|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ହଳଦିଆପଦର ଓଭରବ୍ରିଜ ନିକଟରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ପ୍ରାଣ ହରାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri