ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍‌ କାଉନ୍‌ସିଲକୁ ନୋଟିସ

କଟକ ଅଫିସ,୩୦।୭: ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍‌ କାଉନସିଲ୍‌କୁ ଜବାବ ତଲବ କରି ନୋଟିସ ଜାରି କରିଛନ୍ତି। ଆବେଦନକାରୀ ରାଜ୍ୟ ବାର୍‌ କାଉନ୍‌ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ ମହାନ୍ତି ଓ ପୂର୍ବତନ ସଦସ୍ୟ ସୀତାଂଶୁ ମୋହନ ଦ୍ୱିବେଦୀଙ୍କ ପିଟିଶନର ଶୁଣାଣି କରି ଜଷ୍ଟିସ ବିଶ୍ୱନାଥ ରଥ ବୁଧବାର ଏହି ରାୟ ଶୁଣାଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୯ରେ ହେବ।
ଆବେଦନକାରୀ ପିଟିଶନରେ ଦର୍ଶାଇଥିଲେ, ରାଜ୍ୟ ବାର୍‌ କାଉନ୍‌ସିଲର ନିର୍ବାଚିତ ସଭ୍ୟମାନଙ୍କ କାର୍ଯ୍ୟକାଳ ୫ବର୍ଷ ରହିଛି ବୋଲି ଆଡ୍‌ଭୋକେଟ୍‌ ଆକ୍ଟର ଧାରା-୮ରେ ଉଲ୍ଲେଖ ରହିଛି। ରାଜ୍ୟ ସରକାରଙ୍କ ଗେଜେଟ୍‌ ନୋଟିଫିକେଶନ ଅନୁଯାୟୀ, ୨୦୧୪ ମେ’ ୫ରେ ୨୫ଜଣ ସଭ୍ୟ ରାଜ୍ୟ ଆଇନ ପରିଷଦକୁ ନିର୍ବାଚିତ ହୋଇଥିଲେ। ସେମାନଙ୍କ କାର୍ଯ୍ୟକାଳ ୨୦୧୯ ମେ’ ୪ ପର୍ଯ୍ୟନ୍ତ ବଳବତ୍ତର ରହିଥିଲା। ଏହିଦିନଠାରୁ ୬ମାସ ମଧ୍ୟରେ ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ନୋଟିଫିକେଶନ ଜାରି କରିବା ବ୍ୟବସ୍ଥା ଥିଲେ ମଧ୍ୟ କୌଣସି କାରଣରୁ ଏହା କରାଯାଇନାହିଁ। ଫଳରେ ରାଜ୍ୟ ବାର୍‌ କାଉନସିଲ୍‌ରେ ୨ବର୍ଷ ଧରି ଅଚଳାବସ୍ଥା ଲାଗି ରହିବାରୁ ୫୦ ହଜାର ଆଇନଜୀବୀ ନ୍ୟାଯ୍ୟ ଦାବିରୁ ବଞ୍ଚିତ ହେଉଛନ୍ତି। ତେଣୁ ଆଇନଜୀବୀମାନଙ୍କ ସାମ୍ବିଧାନିକ ସୁବିଧା ଏବଂ ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯିବାକୁ ନିବେଦନ କରି ଆବେଦନକାରୀ ଗତ ୨୩ ତାରିଖରେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?