ରାଜ୍ୟ ବାର୍‌ କାଉନ୍‌ସିଲ ନିର୍ବାଚନ ମାମଲା: ବିସିଆଇ ଓ ରାଜ୍ୟ ବାର୍‌ କାଉନ୍‌ସିଲକୁ ନୋଟିସ

କଟକ ଅଫିସ,୩୦।୭: ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ମାମଲାରେ ହାଇକୋର୍ଟ ବାର୍‌ କାଉନ୍‌ସିଲ ଅଫ ଇଣ୍ଡିଆ (ବିସିଆଇ) ଓ ରାଜ୍ୟ ବାର୍‌ କାଉନସିଲ୍‌କୁ ଜବାବ ତଲବ କରି ନୋଟିସ ଜାରି କରିଛନ୍ତି। ଆବେଦନକାରୀ ରାଜ୍ୟ ବାର୍‌ କାଉନ୍‌ସିଲର ପୂର୍ବତନ ଅଧ୍ୟକ୍ଷ ଚିନ୍ମୟ ମହାନ୍ତି ଓ ପୂର୍ବତନ ସଦସ୍ୟ ସୀତାଂଶୁ ମୋହନ ଦ୍ୱିବେଦୀଙ୍କ ପିଟିଶନର ଶୁଣାଣି କରି ଜଷ୍ଟିସ ବିଶ୍ୱନାଥ ରଥ ବୁଧବାର ଏହି ରାୟ ଶୁଣାଇଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୧୯ରେ ହେବ।
ଆବେଦନକାରୀ ପିଟିଶନରେ ଦର୍ଶାଇଥିଲେ, ରାଜ୍ୟ ବାର୍‌ କାଉନ୍‌ସିଲର ନିର୍ବାଚିତ ସଭ୍ୟମାନଙ୍କ କାର୍ଯ୍ୟକାଳ ୫ବର୍ଷ ରହିଛି ବୋଲି ଆଡ୍‌ଭୋକେଟ୍‌ ଆକ୍ଟର ଧାରା-୮ରେ ଉଲ୍ଲେଖ ରହିଛି। ରାଜ୍ୟ ସରକାରଙ୍କ ଗେଜେଟ୍‌ ନୋଟିଫିକେଶନ ଅନୁଯାୟୀ, ୨୦୧୪ ମେ’ ୫ରେ ୨୫ଜଣ ସଭ୍ୟ ରାଜ୍ୟ ଆଇନ ପରିଷଦକୁ ନିର୍ବାଚିତ ହୋଇଥିଲେ। ସେମାନଙ୍କ କାର୍ଯ୍ୟକାଳ ୨୦୧୯ ମେ’ ୪ ପର୍ଯ୍ୟନ୍ତ ବଳବତ୍ତର ରହିଥିଲା। ଏହିଦିନଠାରୁ ୬ମାସ ମଧ୍ୟରେ ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ନୋଟିଫିକେଶନ ଜାରି କରିବା ବ୍ୟବସ୍ଥା ଥିଲେ ମଧ୍ୟ କୌଣସି କାରଣରୁ ଏହା କରାଯାଇନାହିଁ। ଫଳରେ ରାଜ୍ୟ ବାର୍‌ କାଉନସିଲ୍‌ରେ ୨ବର୍ଷ ଧରି ଅଚଳାବସ୍ଥା ଲାଗି ରହିବାରୁ ୫୦ ହଜାର ଆଇନଜୀବୀ ନ୍ୟାଯ୍ୟ ଦାବିରୁ ବଞ୍ଚିତ ହେଉଛନ୍ତି। ତେଣୁ ଆଇନଜୀବୀମାନଙ୍କ ସାମ୍ବିଧାନିକ ସୁବିଧା ଏବଂ ରାଜ୍ୟ ବାର୍‌ କାଉନସିଲ ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ କରାଯିବାକୁ ନିବେଦନ କରି ଆବେଦନକାରୀ ଗତ ୨୩ ତାରିଖରେ ହାଇକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri