ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ (ବିଜେଡି)ର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ମଣ୍ଡଳୀ ଭେଟିଛନ୍ତି। ଜିଲାର ବାଂଶପାଳ, ତେଲକୋଇ ଓ ହରିଚନ୍ଦନପୁର ବ୍ଲକ ଅଞ୍ଚଳ ଗସ୍ତ କରି ଏହି ଟିମ୍ ପୀଡ଼ିତ ପରିବାରକୁ ଭେଟିବା ସହ ସମବେଦନା ଜଣାଇଛନ୍ତି ଏବଂ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨୦ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲାରେ ଏଭଳି ଦାଦନ ମୃତ୍ୟୁ ଘଟଣା ସାରା ରାଜ୍ୟରେ ଉଦବେଗଜନକ ସ୍ଥିତି ସୃଷ୍ଟି କରିଥିବା ବେଳେ, ବିଜେଡି ଏହି ପ୍ରସଙ୍ଗରେ ସରକାରଙ୍କୁ ତୀବ୍ର ସମାଲୋଚନା କରିଛି।

ଏହି ସମ୍ବେଦନଶୀଳ ଘଟଣାକୁ ନେଇ ସରକାରଙ୍କ ଦାଦନ ମୁକ୍ତ ନାରା ଏକ ପ୍ରହସନ ବୋଲି ବିଜେଡି ଅଭିଯୋଗ କରିଛି। ରତ୍ନଗର୍ଭା କେନ୍ଦୁଝର ଜିଲାରୁ ନାବାଳିକା ଶ୍ରମିକମାନେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯିବା ଏବଂ ସେଠାରୁ ସେମାନଙ୍କ ଶବ ଫେରିବା ସରକାରୀ ବ୍ୟବସ୍ଥାର ବିଫଳତାକୁ ଦର୍ଶାଉଛି ବୋଲି ଦଳ କହିଛି। ଏହି ଦୁର୍ଘଟଣା ସାରା ଦେଶରେ ଚହଳ ସୃଷ୍ଟି କରିଥିବା ବେଳେ, ପାଠ ପଢ଼ିବା ବୟସରେ ପିଲାମାନେ ଦାଦନ ଖଟିବାକୁ ଯାଇ ଶବ ହୋଇ ଫେରିବା ଅତ୍ୟନ୍ତ ଦୁଃଖଦାୟକ ବୋଲି ପୂର୍ବତନ ମନ୍ତ୍ରୀ ବଦ୍ରୀନାରାୟଣ ପାତ୍ର କହିଛନ୍ତି।

ବିଜେଡି ଉପ-ସଭାପତି ସଞ୍ଜୟ ଦାସବର୍ମା ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ଦାଦନ ମୃତ୍ୟୁକୁ ଅତ୍ୟନ୍ତ ନିନ୍ଦନୀୟ କହିବା ସହ ଘଟଣାର ବିସ୍ତୃତ ତଥ୍ୟ ସଂଗ୍ରହ କରିଛନ୍ତି। ସେଠାରେ ଚିକିତ୍ସିତ ହେଉଥିବା ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ଏବଂ ଯେଉଁମାନଙ୍କ ମରଶରୀର ଏପର୍ଯ୍ୟନ୍ତ ଗାଁରେ ପହଞ୍ଚି ନାହିଁ, ସରକାର ଓ ପ୍ରଶାସନ ତୁରନ୍ତ ତାର ସୁବ୍ୟବସ୍ଥା କରିବାକୁ ସେ ଦାବି କରିଛନ୍ତି।

ଏହି ପ୍ରତିନିଧି ମଣ୍ଡଳୀରେ ବିଜେଡି ଉପ-ସଭାପତି ସଞ୍ଜୟ ଦାସବର୍ମା, ଘଷିପୁରା ବିଧାୟକ ବଦ୍ରୀ ନାରାୟଣ ପାତ୍ର, ବିଧାୟକ ବ୍ୟୋମକେଶ ରାୟ, ସଞ୍ଜୀବ ମଲ୍ଲିକ, ଅଭିମନ୍ୟୁ ସେଠୀ, ମାଧବ ଧଡ଼ା, ପୂର୍ବତନ ମନ୍ତ୍ରୀ ସୁଦାମ ମାରାଣ୍ଡି, ପୂର୍ବତନ ବାଚସ୍ପତି ସାନନ୍ଦ ମାରାଣ୍ଡି, ପୂର୍ବତନ ସାଂସଦ ମାଧବ ସର୍ଦ୍ଦାର, ପୂର୍ବତନ ବିଧାୟକ ଧନୁର୍ଜୟ ସିଦ୍ଧୁ, ଜଗନ୍ନାଥ ନାୟକ, ଜିଲା ବିଜେଡି ସଭାପତି ଆଶିଷ ଚକ୍ରବର୍ତ୍ତୀ, ଜିଲା ପରିଷଦ ସଦସ୍ୟ କେଦାର ଚନ୍ଦ୍ର ପ୍ରଧାନ ଏବଂ ତେଲକୋଇ ବ୍ଲକ ଅଧ୍ୟକ୍ଷ ବିକ୍ରମ ନାୟକଙ୍କ ସମେତ ଶତାଧିକ ସକ୍ରିୟ କର୍ମୀ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ଦକ୍ଷିଣ ଓଡ଼ିଶା ଜୋନ-ଏ କ୍ରିକେଟ ଟୁର୍ନାମେଣ୍ଟ: ପୋଡ଼ାମାରିକୁ ହରାଇ ପାଟପୁର ଚାମ୍ପିୟନ

ଦିଗପହଣ୍ଡି,୧୨।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁରସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଚାଲିଥିବା ଦକ୍ଷିଣ ଓଡ଼ିଶା ଜୋନ-ଏ ଆନ୍ତଃ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?