ମହିଳାଙ୍କ ସଶକ୍ତୀକରଣ ଚାହୁଁନି ରାଜ୍ୟ ଭାଜପା: ବିଜେଡି

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମିଶନ ଶକ୍ତି ଅଧୀନରେ କାର୍ଯ୍ୟ କରୁଥିବା ମହିଳା ଏସ୍‌ଏଚଜି ଓଡ଼ିଶାରେ ମହିଳା ସଶକ୍ତୀକରଣ କ୍ଷେତ୍ରରେ ବଡ ପରିବର୍ତ୍ତନ ଆଣିଛନ୍ତି ା ସେମାନେ ଭାରତ ଏବଂ ବିଶ୍ୱ ପାଇଁ ସଫଳ ମହିଳା ଏସ୍‌ଏଚଜି ଆନ୍ଦୋଳନର ଉଦାହରଣ ପାଲଟିଛନ୍ତି। ମାତ୍ର ମହିଳାଙ୍କ ଏହି ସଫଳତା ଓ ସଶକ୍ତୀକରଣକୁ ରାଜ୍ୟ ଭାଜପା ନେତୃତ୍ୱ ସହ୍ୟ କରିପାରୁ ନାହାନ୍ତି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ା
ଶନିବାର ଏଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ୬ ଲକ୍ଷ ଏସ୍‌ଏଚଜିରେ ପ୍ରାୟ ୭୦ ଲକ୍ଷ ମହିଳାଙ୍କୁ ନେଇ ମିଶନ ଶକ୍ତି ଏକ ଆନ୍ଦୋଳନରେ ପରିଣତ ହୋଇଛି। ଯାହା କି ଓଡ଼ିଶାର ମହିଳାମାନଙ୍କୁ ରୋଷେଇ ଘରର ଚାରିକାନ୍ଥରୁ ବାହାର କରାଇ ସମାଜ ପରିବର୍ତ୍ତନକାରୀରେ ପରିଣତ ହୋଇପାରିଛି ା ତେବେ ମହିଳା ଏସ୍‌ଏଚଜି ଭଲ କାର୍ଯ୍ୟ କରୁଥିବା ସତ୍ତ୍ୱେ ଭାଜପା ନେତାମାନେ ଏହାର ସଦସ୍ୟଙ୍କୁ ପ୍ରତିଦିନ ଅପମାନିତ ଏବଂ ଅସମ୍ମାନିତ କରୁଛନ୍ତି ା ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଏବଂ ନିନ୍ଦନୀୟ ଆଚରଣ ା ଏହା ଦର୍ଶାଉଛି ଯେ ଓଡ଼ିଶାରେ ଚାଲିଥିବା ମହିଳା ସଶକ୍ତୀକରଣ ପ୍ରୟାସ ପ୍ରତି ସେମାନେ ଅସହିଷ୍ଣୁ ହୋଇପଡ଼ିଛନ୍ତି। ଏଥିରୁ ସ୍ପଷ୍ଟ ଭାବେ ଜଣାପଡୁଛି ଯେ ଓଡ଼ିଶା ଭାଜପା ନେତାମାନେ ଚାହୁଁଛନ୍ତି ଓଡ଼ିଶାର ମହିଳାମାନେ ଘରର ଚାରିକାନ୍ଥ ଭିତରେ ରହିବା ଉଚିତ ା ସେମାନେ ଚାହାଁନ୍ତି ନାହିଁ ଯେ ମହିଳାମାନେ ଆତ୍ମନିର୍ଭରଶୀଳ ହୁଅନ୍ତୁ ଏବଂ ଓଡ଼ିଶାର ବିକାଶକୁ ଆଗକୁ ବଢ଼ାନ୍ତୁ। କେବଳ ମିଶନ ଶକ୍ତି ଗୋଷ୍ଠୀର ମହିଳା ନୁହନ୍ତି, ସାଧାରଣ ମହିଳାମାନଙ୍କୁ ମଧ୍ୟ ଓଡ଼ିଶା ଭାଜପା ନେତାମାନେ ଟାର୍ଗେଟ କରୁଛନ୍ତି ା ଭାଜପା ନେତାମାନେ କିପରି ପଦ୍ମପୁର ଏବଂ ଝାରସୁଗୁଡ଼ାରେ ବିଜେଡି ମହିଳା ପ୍ରାର୍ଥୀଙ୍କୁ ଅପମାନିତ ଏବଂ ଅସମ୍ମାନ କରିଥିଲେ ତାହା ସମସ୍ତେ ଜାଣନ୍ତି। ଓଡ଼ିଶାବାସୀଙ୍କ ବାରମ୍ବାର ପ୍ରତ୍ୟାଖ୍ୟାନ ସତ୍ତ୍ୱେ ରାଜ୍ୟ ଭାଜପା ଏଥିରୁ କିଛି ଶିଖିବାକୁ ଚାହୁଁନାହିଁ ବୋଲି ଶ୍ରୀମୟୀ କହିଛନ୍ତି ା ଏହି ଖବରଦାତା ସମ୍ମିଳନୀରେ ବିଜେଡି ମୁଖପାତ୍ର ମଧୁସ୍ମିତା ନାୟକ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri