ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଛାଡ଼ିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଖବରଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସେ କହିଛନ୍ତି, ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ଓଡ଼ିଶା ଜାତିକୁ ସର୍ବଶ୍ରେଷ୍ଠ ପୁରସ୍କାର କହିଲେ ଅତ୍ୟୁକ୍ତି ହେବ ନାହିଁ । ମୋଦିଙ୍କ ଏହି ଐତିହାସିକ ନିଷ୍ପତ୍ତି ଦେଶବାସୀଙ୍କୁ ଅନେକ ବାର୍ତ୍ତା ଦେଉଛି । ସାଢେ ୪ କୋଟି ଓଡ଼ିଆଙ୍କୁ ଏହା ଗୌରବାନ୍ବିତ କରିଛି। ପୂର୍ବ ଭାରତର ପୂର୍ବଦୋୟର ପ୍ରବେଶ ପଥ ଓ ବୋଲି ଏହି ନିଷ୍ପତ୍ତି ପ୍ରମାଣିତ କରିଛି। ସେହିଭଳି ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟ୍ୟୁଷିତ ଜିଲାର କୁସୁମୀ ବ୍ଲକର ଏକ ଗାଁର ସାଧାରଣ ପରିବାରରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ବହୁ ସଂଘର୍ଷ ଲଢ଼ିଛନ୍ତି। ବହୁ ସଂଗ୍ରାମ କରି ଜୀବନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କୁ ଏବେ ଯେଉଁ ସୁଯୋଗ ମିଳିଛି, ତାହା କଳ୍ପନା ବାହାରେ। ପ୍ରଥମ ନାଗରିକ ଭାବେ ତାଙ୍କୁ ରାଷ୍ଟ୍ରପତି ପଦରେ ବସାଇବାର ମୋଦିଙ୍କ ଏହି ନିଷ୍ପତ୍ତି ସାଧାରଣ ପରିବାରର ଉତ୍‌ଥାନର ବାର୍ତ୍ତା ଦେଉଛି।

ତେବେ ଗତ ୮ ବର୍ଷରେ ବହୁ ଓ ସମ୍ମାନିତ କରିଛନ୍ତି ମୋଦି। ପ୍ରଥମ ପାଳିରେ ଜଣେ ଏମ୍‌ପି ଥାଇ ଓଡ଼ିଶାରୁ ୨ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ଏବେ ଓଡ଼ିଶାରୁ ୩ ଜଣଙ୍କୁ କେନ୍ଦ୍ରମନ୍ତ୍ରୀ କରାଯାଇଛି। ରାଜ୍ୟସଭାକୁ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କୁ ମନୋନୀତ ସଭ୍ୟ ଭାବେ ପଠାଇଥିଲେ। ଏତତବ୍ୟତିତ ରଙ୍ଗବତୀର ଲେଖକଠାରୁ ଆରମ୍ଭ କରି ଷ୍ଟୋନମ୍ୟାନ, ହଳଧର ନାୟକଠାରୁ ଆରମ୍ଭ କରି ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ଓଡ଼ିଶାର ପର୍ବପର୍ବାଣୀକୁ ମାନ୍ୟତା ଦେଇଛନ୍ତି। ଏଥିପାଇଁ ଆମେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ କୃତଜ୍ଞ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

ବିଜେଡିରେ ସାମିଲ ହେଲେ କଂଗ୍ରେସର ପୂର୍ବତନ ବିଧାୟକ

ଭୁବନେଶ୍ୱର/ବଲାଙ୍ଗୀର,୨୯ା୩: ବିଧାନସଭା ନିର୍ବାଚନ ପୂର୍ବରୁ ବଲାଙ୍ଗୀର ଜିଲା ଟିଟିଲାଗଡ଼ର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସରୁ ଇସ୍ତଫା ଦେଇ ଗୁରୁବାର ଶଙ୍ଖଭବନରେ ବିଜେଡିରେ ସାମିଲ...

ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ ନେଲେ ବବି

ସମ୍ବଲପୁର,୨୯ା୩: ସମ୍ବଲପୁର ଲୋକ ସଭା ଆସନରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାଁ ଘୋଷଣା କରିବା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri