ଦ୍ରୌପଦୀଙ୍କୁ ପ୍ରାର୍ଥୀ କରି ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଦେଇଛନ୍ତି ମୋଦି: ଭାଜପା

ଭୁବନେଶ୍ୱର,୨୨।୬(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନରେ ଓଡ଼ିଶାକୁ ବାରମ୍ବାର ସମ୍ମାନିତ କରାଯାଇଛି। ଏବେ ଓଡ଼ିଶାର ଜଣେ ଆଦିବାସୀ ମହିଳାଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରି ମୋଦି ସରକାର ଓଡ଼ିଶାକୁ ଭଲ ପାଇବାର ଶ୍ରେଷ୍ଠ ଉଦାହରଣ ଛାଡ଼ିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କୁ ଭାଜପା ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଘୋଷଣା କରାଯିବା ପରେ ରାଜ୍ୟ ଭାଜପା ସଭାପତି ସମୀର ମହାନ୍ତି ଖବରଦାତା ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ସେ କହିଛନ୍ତି, ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ଓଡ଼ିଶା ଜାତିକୁ ସର୍ବଶ୍ରେଷ୍ଠ ପୁରସ୍କାର କହିଲେ ଅତ୍ୟୁକ୍ତି ହେବ ନାହିଁ । ମୋଦିଙ୍କ ଏହି ଐତିହାସିକ ନିଷ୍ପତ୍ତି ଦେଶବାସୀଙ୍କୁ ଅନେକ ବାର୍ତ୍ତା ଦେଉଛି । ସାଢେ ୪ କୋଟି ଓଡ଼ିଆଙ୍କୁ ଏହା ଗୌରବାନ୍ବିତ କରିଛି। ପୂର୍ବ ଭାରତର ପୂର୍ବଦୋୟର ପ୍ରବେଶ ପଥ ଓ ବୋଲି ଏହି ନିଷ୍ପତ୍ତି ପ୍ରମାଣିତ କରିଛି। ସେହିଭଳି ମୟୂରଭଞ୍ଜ ଭଳି ଏକ ଆଦିବାସୀ ଅଧ୍ୟ୍ୟୁଷିତ ଜିଲାର କୁସୁମୀ ବ୍ଲକର ଏକ ଗାଁର ସାଧାରଣ ପରିବାରରେ ଜନ୍ମ ଗ୍ରହଣ କରିଥିବା ଦ୍ରୌପଦୀ ବହୁ ସଂଘର୍ଷ ଲଢ଼ିଛନ୍ତି। ବହୁ ସଂଗ୍ରାମ କରି ଜୀବନ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କୁ ଏବେ ଯେଉଁ ସୁଯୋଗ ମିଳିଛି, ତାହା କଳ୍ପନା ବାହାରେ। ପ୍ରଥମ ନାଗରିକ ଭାବେ ତାଙ୍କୁ ରାଷ୍ଟ୍ରପତି ପଦରେ ବସାଇବାର ମୋଦିଙ୍କ ଏହି ନିଷ୍ପତ୍ତି ସାଧାରଣ ପରିବାରର ଉତ୍‌ଥାନର ବାର୍ତ୍ତା ଦେଉଛି।

ତେବେ ଗତ ୮ ବର୍ଷରେ ବହୁ ଓ ସମ୍ମାନିତ କରିଛନ୍ତି ମୋଦି। ପ୍ରଥମ ପାଳିରେ ଜଣେ ଏମ୍‌ପି ଥାଇ ଓଡ଼ିଶାରୁ ୨ କେନ୍ଦ୍ରମନ୍ତ୍ରୀ ହୋଇଥିଲେ । ଏବେ ଓଡ଼ିଶାରୁ ୩ ଜଣଙ୍କୁ କେନ୍ଦ୍ରମନ୍ତ୍ରୀ କରାଯାଇଛି। ରାଜ୍ୟସଭାକୁ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କୁ ମନୋନୀତ ସଭ୍ୟ ଭାବେ ପଠାଇଥିଲେ। ଏତତବ୍ୟତିତ ରଙ୍ଗବତୀର ଲେଖକଠାରୁ ଆରମ୍ଭ କରି ଷ୍ଟୋନମ୍ୟାନ, ହଳଧର ନାୟକଠାରୁ ଆରମ୍ଭ କରି ଶିଳ୍ପୀ ସୁଦର୍ଶନ ସାହୁଙ୍କୁ ପଦ୍ମ ସମ୍ମାନରେ ସମ୍ମାନିତ କରିଛନ୍ତି। ଓଡ଼ିଶାର ପର୍ବପର୍ବାଣୀକୁ ମାନ୍ୟତା ଦେଇଛନ୍ତି। ଏଥିପାଇଁ ଆମେ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିକଟରେ କୃତଜ୍ଞ ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri