୨୫ରେ ରାଜ୍ୟ ବଜେଟ: ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୨। ୭(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସମେତ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଉପସ୍ଥିତ ଥିଲେ। ସେହିପରି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସହିତ ଦଳର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ବୈଠକରେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ରବିବାର ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସର୍ବଦଳୀୟ ବୈଠକରେ ଯୋଗଦେବାକୁ ନିମନ୍ତ୍ରଣ କରିବା ପାଇଁ ନବୀନ ନିବାସ ଯାଇଥିଲେ। ହେଲେ ନବୀନ ସର୍ବଦଳୀୟ ବୈଠକରେ ଯୋଗ ଦେଇ ନ ଥିଲେ। ସେହିଭଳି ସର୍ବଦଳୀୟ ବୈଠକରେ କଂଗ୍ରେସରୁ କେହି ଯୋଗ ଦେଇନାହାନ୍ତି। ସର୍ବଦଳୀୟ ବୈଠକ ବସିବା ପର୍ଯ୍ୟନ୍ତ କଂଗ୍ରେସ ବିଧାୟକ ଦଳର ନେତା ଚୟନ ହୋଇପାରି ନ ଥିବାରୁ ପ୍ରଥମ ଥର ପାଇଁ ଦଳ ପକ୍ଷରୁ କୌଣସି ସଦସ୍ୟ ଉପସ୍ଥିତ ନ ଥିଲେ। ପରବର୍ତ୍ତୀ ସମୟରେ କଂଗ୍ରେସ ବିଧାୟକ ଦଳ ନେତା ଭାବେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ରାମଚନ୍ଦ୍ର କାଡାମଙ୍କୁ ନିଯୁକ୍ତ କରିଛି। ବୈଠକରେ ଗୃହକୁ ସୁରୁଖୁରୁରେ ଚଳାଇବା ସକାଶେ ବାଚସ୍ପତି ସମସ୍ତଙ୍କୁ ନିବେଦନ କରିଛନ୍ତି। ଏପରି କି ଅଧିବେଶନ କିଭଳି ସୁରୁଖୁରୁରେ ଚାଲିବ ସେନେଇ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗ୍ରହଣ କରାଯାଇଥିବା ବାଚସ୍ପତି କହିଛନ୍ତି। ସେହିପରି ଏହି ବୈଠକରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲିକ ଯୋଗ ଦେଇ ସର୍ବଦଳୀୟ ବୈଠକରେ ଗୃହ କିପରି ସୁଚାରୁରୂପେ ଚାଲିବ, ବଜେଟ ଉପରେ କିପରି ଆଲୋଚନା ହେବ, ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆସିବ ଏବଂ ଓବିଚୁଆରି ଯାହା ଆସିବ ତାହା ଭିତରେ ଆଲୋଚନା ହୋଇଥିବା କହିଛନ୍ତି। ତେବେ ସୋମବାର ବିଧାନସଭାର ବଜେଟ ଅଧିବେଶନ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ। ୨୪ ତାରିଖରେ ଉପବାଚସ୍ପତି ନିର୍ବାଚନ ହେବାକୁ ଥିବାବେଳେ ଆସନ୍ତା ୨୫ ତାରିଖରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଉପସ୍ଥାପନ କରିବେ।
ଅନ୍ୟପକ୍ଷରେ ସର୍ବଦଳୀୟ ବୈଠକରେ କଂଗ୍ରେସ ଯୋଗ ନ ଦେବା ନେଇ ଦଳର ବରିଷ୍ଠ ବିଧାୟକ ତାରାପ୍ରସାଦ ବାହିନୀପତି କ୍ଷୋଭ ପ୍ରକାଶ କରି କହିଛନ୍ତି ଯେ, ଏତେ ପୁରୁଣା ଦଳ, କିନ୍ତୁ ନେତା ବଛାଯାଇପାରୁ ନାହିଁ। ଏହାକୁ ନେଇ କାହାକୁ କ’ଣ ଦାୟୀ କରିହେବ, ସେଥିଲାଗି ନିଜକୁ ଦାୟୀ କରୁଛି। ତାଙ୍କୁ ବିଧାୟକ ଦଳ ନେତା ନ କଲେ ବି ଯାହାକୁ କଲେବି ତାଙ୍କର ଆପତ୍ତି ନାହିଁ। ଦିଲ୍ଲୀରେ ନିଷ୍ପତ୍ତି ନ ହୋଇ ପାରିବାରୁ ସର୍ବଦଳୀୟ ବୈଠକରେ କେହି ଯୋଗଦେଇ ପାରିଲେନି ବୋଲି ବାହିନୀପତି କହିଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ବିଧାୟକ ରାମଚନ୍ଦ୍ର କାଡାମ କହିଛନ୍ତି, ସର୍ବଦଳୀୟ ବୈଠକରେ ଯୋଗଦେବାକୁ ଔପଚାରିକ ଚିଠି ଆସି ନ ଥିବାରୁ କେହି ଯୋଗ ଦେଇପାରିଲେ ନାହିଁ। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, କଂଗ୍ରେସ ନେତା ବଛା ଯାଇ ନ ଥିବାରୁ ପିସିସି ସଭାପତିଙ୍କ ସହ କଥା ହୋଇଥିଲି। ସିପିଏମ୍‌ ସଦସ୍ୟ ଲକ୍ଷ୍ମଣ ମୁଣ୍ଡାଙ୍କ ସହ ମଧ୍ୟ ଫୋନ୍‌ରେ କଥା ହୋଇଥିଲି। ଉଭୟ ଦଳର ପ୍ରତିନିଧି ବୈଠକକୁ ଆସିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri