ଫେବୃଆରୀ ୧୭ରୁ ରାଜ୍ୟ ବଜେଟ ଅଧିବେଶନ: ଏଥର ବଜେଟ ଟପିବ ଏତିକି କୋଟି …

ଭୁବନେଶ୍ୱର,୨୩ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ଲାଗି ଆସନ୍ତା ଫେବୃଆରୀ ୧୭ରୁ ବିଧାନସଭାରେ ରାଜ୍ୟ ବଜେଟ ଅଧିବେଶନ ଆରମ୍ଭ ହେବାକୁ ରହିଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟପାଳଙ୍କ ଅନୁମୋଦନ ଲାଗି ଏକପ୍ରସ୍ତାବ ପ୍ରସ୍ତୁତ ହୋଇଛି। ଏହାକୁ ରାଜ୍ୟପାଳଙ୍କ ସ୍ବୀକୃତି ମିଳିବା ପରେ ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହେବ ବୋଲି ସଂସଦୀୟ ବ୍ୟାପାର ପକ୍ଷରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ରାଜ୍ୟ ସରକାରଙ୍କ ପକ୍ଷରୁ ଏଥର ବଜେଟର ବ୍ୟୟ ଅଟକଳ ପ୍ରାୟ ୩ଲକ୍ଷ କୋଟି ଟପିବ ବୋଲି ଆକଳନ କରାଯାଉଛି। ଏହାକୁ ନେଇ ଆସନ୍ତା ଫେବୃଆରୀରୁ ହେବାକୁ ଥିବା ବଜେଟ ଅଧିବେଶନ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ଆସନ୍ତା ଆର୍ଥିକବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିବେ। ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚରେ ହେବ। ଉଭୟ ପର୍ଯ୍ୟାୟରେ ପ୍ରାୟ ୩୦ଦିନ କାର୍ଯ୍ୟ ଦିବସ ଚାଲିବା ପାଇଁ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି କରାଯାଇଛି।
ରାଜ୍ୟ ସରକାରଙ୍କ ପକ୍ଷରୁ ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଜାନୁଆରୀ ୧୭ ଏବଂ ୧୯ରେ ଦୁଇଟି ପର୍ଯ୍ୟାୟରେ ବିଭାଗସ୍ତରୀୟ ପ୍ରାକ୍‌ ବଜେଟ ଆଲୋଚନା ହୋଇସାରିଛି। ୨୦୨୪-୨୫ ଆର୍ଥିକ
ବର୍ଷରେ ରାଜ୍ୟ ସରକାର ୨ଲକ୍ଷ ୬୫ହଜାର କୋଟି ଟଙ୍କାର ବଜେଟ ଆଣିଥିଲେ। ସେଥିରେ ପ୍ରଶାସନିକ ବ୍ୟୟ ବାବଦକୁ ୯୭ହଜାର ୭୨୫କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବାବଦକୁ ୧ଲକ୍ଷ ୫୫ହଜାର କୋଟି ଟଙ୍କା ରହିଥିଲା। ଏହାସହିତ ୩ହଜାର ୯୦୦କୋଟି ଟଙ୍କା ବିପର୍ଯ୍ୟୟ ପ୍ରଶମନ ପାଇଁ ରହିଥିବାବେଳେ ୮ହଜାର ୩୭୫କୋଟି ଅନ୍ୟାନ୍ୟ ବ୍ୟୟ ବାବଦକୁ ରହିଥିଲା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୫-୨୬ ଆର୍ଥିକବର୍ଷ ଲାଗି ୨ଲକ୍ଷ ୯୦ହଜାର କୋଟି ଟଙ୍କାର ବଜେଟ ବ୍ୟବସ୍ଥା ହୋଇଥିଲା। ସେଥିମଧ୍ୟରେ ପ୍ରଶାସନିକ ଖର୍ଚ୍ଚ ବାବଦକୁ ୧ଲକ୍ଷ ୮ହଜାର କୋଟି ଟଙ୍କା ରହିଥିବାବେଳେ କାର୍ଯ୍ୟକ୍ରମ ବ୍ୟୟବାବଦକୁ ୧ଲକ୍ଷ ୭୦ହଜାର କୋଟି, ବିପର୍ଯ୍ୟୟ ପ୍ରଶମନ ପାଇଁ ୪ହଜାର କୋଟି ଏବଂ ରାଜ୍ୟ ସରକାରଙ୍କ ଦ୍ୱାରା ହସ୍ତାନ୍ତର ଲାଗି ୮ହଜାର କୋଟି ଟଙ୍କା ରହିଥିଲା।
ଏହି ପରିପ୍ରେକ୍ଷୀରେ ଅର୍ଥ ବିଭାଗ ପକ୍ଷରୁ ୨୦୨୬-୨୭ ବର୍ଷ ଲାଗି ବଜେଟରେ ଅଧିକ ବ୍ୟୟବରାଦ କରାଯିବାକୁ ଲକ୍ଷ୍ୟ ରହିଛି। ଓଡ଼ିଶାକୁ ୨୦୨୬ ସୁଦ୍ଧା ବିକଶିତ ରାଜ୍ୟରେ ପରିଣତ କରିବାପାଇଁ ରାଜ୍ୟ ସରକାର ପୂର୍ବବର୍ଷ ତୁଳନାରେ ଅତି କମ୍‌ରେ ୮ପ୍ରତିଶତ ଅଧିକ ବ୍ୟୟବରାଦ କରିପାରନ୍ତି ବୋଲି ଅର୍ଥ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

ଜନ୍ମଦିନରେ ମହିଳାଙ୍କୁ ପିଏମ୍‌ ମୋଦିଙ୍କ ବଡ଼ ଉପହାର: ଖାତାକୁ ଗଲା ୩ ହଜାର ଟଙ୍କା

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଜନ୍ମଦିନ ଅବସରରେ ପଶ୍ଚିମବଙ୍ଗର ମହିଳାଙ୍କୁ ବଡ଼ ଉପହାର ଦେଇଛନ୍ତି। ଗୁରୁବାର ଭିଡିଓ କନଫରେନ୍ସିଂ ଜରିଆରେ ସେ ଅନ୍ନପୂର୍ଣ୍ଣା ଯୋଜନାର ହିତାଧିକାରୀଙ୍କ…

ସେମିକନ୍ ଇଣ୍ଡିଆରେ ବଡ଼ କଥା କହିଦେଲେ ମୋଦି, ଭାରତ ଉପରେ ସାରା ବିଶ୍ବର…

ନୂଆଦିଲ୍ଲୀ,୧୭।୯: ଭାରତର ସେମିକଣ୍ଡକ୍ଟର ଓ ଇଲେକ୍ଟ୍ରୋନିକ୍ସ କ୍ଷେତ୍ରକୁ ନୂଆ ଦିଗ ଦେବା ଲକ୍ଷ୍ୟରେ ଆୟୋଜିତ ‘ସେମିକନ୍ ଇଣ୍ଡିଆ ୨୦୨୬’ର ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?