ଷ୍ଟଲ୍‌ଓ୍ବାର୍ଟକୁ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ

ଭୁବନେଶ୍ୱର,୩୦।୭: ରାଜ୍ୟର ପ୍ରମୁଖ ଘରୋଇ ଗୃହ ନିର୍ମାଣକାରୀ ସଂସ୍ଥା ଷ୍ଟଲ୍‌ଓ୍ବାର୍ଟ ପ୍ରୋଜେକ୍ଟ ପ୍ରାଇଭେଟ୍‌ ଲିମିଟେଡ୍‌(ଏସ୍‌ପିପିଏଲ୍‌)କୁ ନିକଟରେ ଆଉ ଏକ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ନିର୍ବାଣ ଫାଉଣ୍ଡେଶନ ଟ୍ରଷ୍ଟ ଦ୍ୱାରା ଆୟୋଜିତ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ କାର୍ଯ୍ୟକ୍ରମର ପ୍ରଥମ ସଂସ୍କରଣରେ ଷ୍ଟଲ୍‌ଓ୍ବାର୍ଟ ଓ ଏସ୍‌ପିପିଏଲ୍‌ର ଏମ୍‌ଡି ଶରତ ସାହୁଙ୍କୁ ‘ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ’ ସମ୍ମାନରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ନିର୍ବାଣ ଫାଉଣ୍ଡେଶନ ଟ୍ରଷ୍ଟ ପକ୍ଷରୁ ନିକଟରେ ଆୟୋଜନ କରାଯାଇଥିବା ଏକ ସ୍ବତନ୍ତ୍ର ସମ୍ମାନ ସମାରୋହ ଉତ୍ସବରେ ଉକ୍ତ ସମ୍ମାନ ଷ୍ଟଲ୍‌ଓ୍ବାର୍ଟ ଓ ଏସ୍‌ପିପିଏଲ୍‌ର ଏମ୍‌ଡି ସାହୁଙ୍କୁ ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ବିଧାୟକ ସୁରେଶ କୁମାର ରାଉତରାୟ, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ଏବଂ ଆପୋଲୋ ହସ୍ପିଟାଲ ଭୁବନେଶ୍ୱରର ସିଓଓ ଆଲୋକ ଶ୍ରୀବାସ୍ତବ ଏବଂ ସେଞ୍ଚୁରିଆନ ୟୁନିଭର୍ସିଟି ସ୍କୁଲ ଅଫ୍‌ ମ୍ୟାରିଟାଇମ ଷ୍ଟଡିଜର ଉପାଧ୍ୟକ୍ଷ କ୍ୟାପ୍‌ଟେନ ରାଜେନ୍ଦ୍ର ନାରାୟଣ ଶତପଥୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏପରିକି ଆମନ୍ତ୍ରିତ ଅତିଥିମାନଙ୍କ ଦ୍ୱାରା ରାଜ୍ୟର ୩୦ ବିଶିଷ୍ଟ ଉଦ୍ୟୋଗୀଙ୍କୁ ଷ୍ଟେଟ୍‌ ବିଜ୍‌ନେସ୍‌ ଆୱାର୍ଡ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଟ୍ରଷ୍ଟର ମୁଖ୍ୟ ଭରତ ପ୍ରଧାନ ସ୍ବାଗତ ଅଭିଭାଷଣ ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ବିସ୍ତୃତ ମତପ୍ରକାଶ କରିଥିଲେ। ପରିଶେଷରେ ଟ୍ରଷ୍ଟ ପକ୍ଷରୁ ଅସହାୟ ଶିଶୁମାନଙ୍କୁ ମାଗଣାରେ ବହି, ଖାତା ଓ ପେନ୍‌ ଆଦି ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଅକ୍ଟୋବର ପହିଲାରୁ ମହଙ୍ଗା ମାଡ଼: ପୁଣି ବଢ଼ିଲା କମର୍ସିଆଲ LPG ସିଲିଣ୍ଡର ଦାମ୍‌, ୬୨ଟଙ୍କାରୁ ଅଧିକ …

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭ ହେଉଥିବା ବେଳେ ସାଧାରଣ ଲୋକ ଓ ବ୍ୟବସାୟୀଙ୍କୁ ବଡ଼ ଝଟକା ଲାଗିଛି। ଅକ୍ଟୋବର ୧ ତାରିଖରୁ ସରକାରୀ ତୈଳ କମ୍ପାନୀଗୁଡ଼ିକ ୧୯…

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?