ଆସନ୍ତା କାଲି ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର, ୮ା୧୨(ବ୍ୟୁରୋ)- ବୁଧବାର ଅପରାହ୍ନ ୫ଟା ୪୫ ମିନିଟ୍‌ରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଲାଗିବ ମୋହର। ତେବେ ବୈଠକର ଏଜେଣ୍ଡାକୁ ସମ୍ପୂର୍ଣ୍ଣ ଗୁପ୍ତ ରଖାଯାଇଛି। ବୈଠକରେ ଯୋଗ ଦେବାକୁ ମଙ୍ଗଳବାର ମନ୍ତ୍ରୀମାନଙ୍କୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଲିଙ୍ଗରାଜ ମନ୍ଦିର ଚିଠା ଆଇନକୁ ରାଜ୍ୟ କ୍ୟାବିନେଟ୍‌ରେ ଅନୁମୋଦନ ମିଳିବା ସମ୍ଭାନା ରହିଛି। ଏଥିସହିତ ସ୍ବାସ୍ଥ୍ୟ, ପଞ୍ଚାୟତିରାଜ, ଇସ୍ପାତ ଓ ଖଣି, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଆଦି ବିଭାଗର ୭ରୁ ୯ଟି ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ପ୍ରଦାନ କରିବା ନେଇ ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ ଜରିଆରେ ଏହି ବୈଠକରେ ଅଧ୍ୟକ୍ଷତା କରିବେ। ମନ୍ତ୍ରୀମାନେ ନିଜ ଜିଲାରୁ ଓ ଭୁବନେଶ୍ୱରରେ ଥିବା ମନ୍ତ୍ରୀମାନେ ଲୋକସେବା ଭବନରୁ ଯୋଗ ଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri